Posted inଜାତୀୟ

ଆଇସିଏମ୍‌ଆର ଓ୍ବେବସାଇଟ୍‌ ହ୍ୟାକ୍‌ କରିବାକୁ ଚେଷ୍ଟା କରିଥିଲେ ହ୍ୟାକର, ୨୪ ଘଣ୍ଟାରେ ୬ ହଜାର ଥର ହ୍ୟାକ୍‌ ଉଦ୍ୟମ…

ନୂଆଦିଲ୍ଲୀ,୬।୧୨ : ବର୍ତ୍ତମାନ ଦେଶରେ ସାଇବର ଆକ୍ରମଣ ମାମଲା କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ନିକଟରେ ଦିଲ୍ଲୀ ଏମ୍ସ୍‌ର ସର୍ଭରରେ ଏକ ସାଇବର ଆଟାକ କରାଯାଇଥିଲା। ସର୍ଭର ଡାଉନ ଯୋଗୁ ସମସ୍ତ କାର୍ଯ୍ୟ ଅନେକ ଦିନ ପାଇଁ ମାନୁଆଲରେ କରାଯାଇଥିଲା।

ସେହିପରି ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ (ଆଇସିଏମଆର୍‌) ର ୱେବସାଇଟରେ ସାଇବର ଆଟାକ୍‌ ହୋଇଥିବାର ଖବର ରହିଛି। କୁହାଯାଉଛି ଯେ ହ୍ୟାକରମାନେ ଗୋଟିଏ ଦିନରେ ପ୍ରାୟ ଛଅ ହଜାର ଥର ଏହାକୁ ହ୍ୟାକ୍‌ କରିବାକୁ ଚେଷ୍ଟା କରଥିଲେ। ୩୦ ନଭେମ୍ବରରେ ସାଇବର ଆଟାକ ଉଦ୍ୟମ କରାଯାଇଥିଲା।

ରିପୋର୍ଟ ଅନୁଯାୟୀ, ହଂକଂରେ ଅବସ୍ଥିତ ଏକ କଳା ତାଲିକାଭୁକ୍ତ ଆଇପି ଠିକଣା ମାଧ୍ୟମରେ ଆଇସିଏମଆର ୱେବସାଇଟକୁ ଆଟାକ୍‌ କରାଯାଇଥିଲା। ଆଇସିଏମଆର ସର୍ଭରର ଫାୟାରୱାଲରେ କୌଣସି ସୁରକ୍ଷା ତ୍ରୁଟି ନଥିବାରୁ ହ୍ୟାକରମାନେ ରୋଗୀମାନଙ୍କ ସୂଚନା ପାଇବାରେ ବିଫଳ ହୋଇଥିଲେ। ଯଦି ଫାୟାରୱାଲରେ କିଛି ତ୍ରୁଟି ରହିଥାନ୍ତା, ତେବେ ହ୍ୟାକରମାନେ ସୁରକ୍ଷାକୁ ବାଇପାସ କରିବାରେ ସଫଳ ହୋଇଥାନ୍ତେ।

ଆଇସିଏମଆର ୱେବସାଇଟରେ ସାଇବର ଆଟାକ୍‌ ଉଦ୍ୟମ ସମ୍ପର୍କରେକ୍କୁହାଯାଇଛି ଯେ, ଏହାର ୱେବସାଇଟ ସୁରକ୍ଷିତ ଅଟେ। ଏହା ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟର ଡାଟା ସେଣ୍ଟରରେ ହୋଷ୍ଟ ହୋଇଛି। ଫାୟାରୱାଲ ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟରରୁ ଆସିଛି ଏବଂ ନିୟମିତ ଭାବରେ ଏହା ଅପଡେଟ ହେଉଛି। ମେଲ ମାଧ୍ୟମରେ ସାଇବର ଆଟାକ୍‌ ବିଷୟରେ ନ୍ୟାଶନାଲ ଇନଫରମେଟିକ୍ସ ସେଣ୍ଟରକୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri