ମହିଳାଙ୍କ ସହ ଥିଲା ପ୍ରେମ ସମ୍ପର୍କ: ଯୁବକଙ୍କୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ

ଗୋପାଳପୁର,୨୦।୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ସୋମବାର ଅପରାହ୍ନରେ ଏକ କୂଅରୁ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଠାବ କରିଛି l ଯୁବକ ଜଣକ ହେଲେ ଜେ ଗୋବିନ୍ଦପୁର ଗ୍ରାମର ଟୁଟୁ ନାଇକ (୩୭)। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ଗୋବିନ୍ଦପୁର ଗ୍ରାମର ଟୁଟୁ ନାଇକଙ୍କ ସହ ଚାନ୍ଦପୁର ଗ୍ରାମର ଜଣେ ମହିଳାଙ୍କ ସହିତ ପ୍ରେମ ସମ୍ପର୍କ ଗଡି ଉଠିଥିଲା l ଏନେଇ ମହିଳାଙ୍କ ଭାଇ ଓ ବାପା ପୂର୍ବରୁ ଟୁଟୁକୁ ବିଭିନ୍ନ ସମୟ ଧମକ ଦେଇଆସୁଥିଲେ।

ଶନିବାର ସନ୍ଧ୍ୟାରେ ଟୁଟୁଙ୍କୁ ମହିଳା ଜଣକ ଫୋନ କରି ଘରକୁ ଆସିବାକୁ ଡାକିଥିଲେ। ପରେ ଟୁଟୁ ମହିଳାଙ୍କ ପାଖକୁ ଯାଇଥିଲେ। ହେଲେ ରାତିରେ ଟୁଟୁ ଆଉ ଘରକୁ ଫେରି ନ ଥିଲେ । ଏ ନେଇ ପରିବାର ଲୋକ ଖୋଜା ଖୋଜି କରିଥିଲେ। ହେଲେ ଟୁଟୁଙ୍କ କୌଣସି ପାଇ ନ ଥିଲେ। ଏ ନେଇ ଟୁଟୁଙ୍କ ପରିବାର ଲୋକ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା l ସୋମବାର ସକାଳେ ଚାନ୍ଦାପୁର ଗ୍ରାମ ସ୍କୁଲ ନିକଟରେ ଟୁଟୁଙ୍କ ଚପଲ ଓ ଗାମୁଛା ପୋଲିସ ଜବତ କରିଥିଲା।

କିଛି ସମୟ ପରେ ଗ୍ରାମର ଶେଷ ଭାଗର ରେଳ ଧାରଣା ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଟୁଟୁଙ୍କ ମୃତଦେହ ପୋଲିସ ଠାବ କରିଥିଲା। ଖବର ପାଇ ବ୍ରହ୍ମପୁର ସଦର ଏସ୍‌ଡ଼ିପିଓ ଶିବ ଶଙ୍କର ମହାପାତ୍ର ଏବଂ ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ଟୁଟୁଙ୍କ ମୁହଁ ଏବଂ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବା ଜଣାପଡିଛି। ଏନେଇ ପୋଲିସ ଟୁଟୁଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ କୂଅରେ ଫିଙ୍ଗି ଦେଇଥିବା ପୋଲିସ ଅନୁମାନ କରୁଛି। ହେଲେ ହତ୍ୟା କାଣ୍ଡରେ ୩ରୁ ୪ଜଣ ବ୍ୟକ୍ତି ସମ୍ପୃକ୍ତ ଥିବା ପୋଲିସ ସନ୍ଦେହ କରୁଛି l

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛି। ଏନେଇ ମୃତ ଟୁଟୁଙ୍କ ସ୍ତ୍ରୀ ଗୋଳନ୍ଥରା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା(ନଂ.୫୯୫/୨୩) ରୁଜୁ କରିଛି। ଏନେଇ ଥାନା ଅଧିକାରୀ ବିବେକାନନ୍ଦ ମହନ୍ତଙ୍କୁ ପଚାରିବାରୁ ପୋଲିସ ମାମଲାର ତଦନ୍ତ ଚଳାଇଛି। ଖୁବ୍‌ ଶୀଘ୍ର ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ଗିରଫ କରାଯିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri