ମହିଳାଙ୍କ ସହ ଥିଲା ପ୍ରେମ ସମ୍ପର୍କ: ଯୁବକଙ୍କୁ ହତ୍ୟା କରି କୂଅରେ ଫିଙ୍ଗିଦେଲେ

ଗୋପାଳପୁର,୨୦।୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ସୋମବାର ଅପରାହ୍ନରେ ଏକ କୂଅରୁ ଜଣେ ନିଖୋଜ ଯୁବକଙ୍କ ମୃତଦେହ ଠାବ କରିଛି l ଯୁବକ ଜଣକ ହେଲେ ଜେ ଗୋବିନ୍ଦପୁର ଗ୍ରାମର ଟୁଟୁ ନାଇକ (୩୭)। ଏନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ମୁତାବକ, ଗୋବିନ୍ଦପୁର ଗ୍ରାମର ଟୁଟୁ ନାଇକଙ୍କ ସହ ଚାନ୍ଦପୁର ଗ୍ରାମର ଜଣେ ମହିଳାଙ୍କ ସହିତ ପ୍ରେମ ସମ୍ପର୍କ ଗଡି ଉଠିଥିଲା l ଏନେଇ ମହିଳାଙ୍କ ଭାଇ ଓ ବାପା ପୂର୍ବରୁ ଟୁଟୁକୁ ବିଭିନ୍ନ ସମୟ ଧମକ ଦେଇଆସୁଥିଲେ।

ଶନିବାର ସନ୍ଧ୍ୟାରେ ଟୁଟୁଙ୍କୁ ମହିଳା ଜଣକ ଫୋନ କରି ଘରକୁ ଆସିବାକୁ ଡାକିଥିଲେ। ପରେ ଟୁଟୁ ମହିଳାଙ୍କ ପାଖକୁ ଯାଇଥିଲେ। ହେଲେ ରାତିରେ ଟୁଟୁ ଆଉ ଘରକୁ ଫେରି ନ ଥିଲେ । ଏ ନେଇ ପରିବାର ଲୋକ ଖୋଜା ଖୋଜି କରିଥିଲେ। ହେଲେ ଟୁଟୁଙ୍କ କୌଣସି ପାଇ ନ ଥିଲେ। ଏ ନେଇ ଟୁଟୁଙ୍କ ପରିବାର ଲୋକ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିଲେ l ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା l ସୋମବାର ସକାଳେ ଚାନ୍ଦାପୁର ଗ୍ରାମ ସ୍କୁଲ ନିକଟରେ ଟୁଟୁଙ୍କ ଚପଲ ଓ ଗାମୁଛା ପୋଲିସ ଜବତ କରିଥିଲା।

କିଛି ସମୟ ପରେ ଗ୍ରାମର ଶେଷ ଭାଗର ରେଳ ଧାରଣା ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଟୁଟୁଙ୍କ ମୃତଦେହ ପୋଲିସ ଠାବ କରିଥିଲା। ଖବର ପାଇ ବ୍ରହ୍ମପୁର ସଦର ଏସ୍‌ଡ଼ିପିଓ ଶିବ ଶଙ୍କର ମହାପାତ୍ର ଏବଂ ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ବେଳେ ଟୁଟୁଙ୍କ ମୁହଁ ଏବଂ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ଥିବା ଜଣାପଡିଛି। ଏନେଇ ପୋଲିସ ଟୁଟୁଙ୍କୁ ହତ୍ୟା କରି ପରବର୍ତ୍ତୀ ସମୟରେ କୂଅରେ ଫିଙ୍ଗି ଦେଇଥିବା ପୋଲିସ ଅନୁମାନ କରୁଛି। ହେଲେ ହତ୍ୟା କାଣ୍ଡରେ ୩ରୁ ୪ଜଣ ବ୍ୟକ୍ତି ସମ୍ପୃକ୍ତ ଥିବା ପୋଲିସ ସନ୍ଦେହ କରୁଛି l

ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛି। ଏନେଇ ମୃତ ଟୁଟୁଙ୍କ ସ୍ତ୍ରୀ ଗୋଳନ୍ଥରା ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା(ନଂ.୫୯୫/୨୩) ରୁଜୁ କରିଛି। ଏନେଇ ଥାନା ଅଧିକାରୀ ବିବେକାନନ୍ଦ ମହନ୍ତଙ୍କୁ ପଚାରିବାରୁ ପୋଲିସ ମାମଲାର ତଦନ୍ତ ଚଳାଇଛି। ଖୁବ୍‌ ଶୀଘ୍ର ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ଗିରଫ କରାଯିବ ବୋଲି ସେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜାଗା ପ୍ରଦାନ ପାଇଁ ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସ୍ମାରକପତ୍ର

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଓଡ଼ିଶା ଡ୍ରାଇଭର ମହାସଂଘ କବିସୂର୍ଯ୍ୟନଗର ଶାଖାର ନିଜସ୍ବ କାର୍ଯ୍ୟାଳୟ ପାଇଁ ସରକାରୀ ଜାଗା ପ୍ରଦାନ ନିମନ୍ତେ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର...

ଖେଳ ଦେଖି ଘରକୁ ଫେରୁଥିଲେ ସେନା କର୍ମଚାରୀ, ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଜୀବନ

ଛତ୍ରପୁର,୭ା୧୨(ଦିଲ୍ଲୀପ ସାମଲ): ଖେଳ ଦେଖି ଘରକୁ ଫେରୁଥିବା ବେଳେ ଦୁର୍ବୃତ୍ତଙ୍କ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜୀବନ ହାରିଛନ୍ତି ଜଣେ ଭାରତୀୟ ସେନା କର୍ମଚାରୀ ।...

ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା

ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍‌ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ।...

ଅମଳ ବେଳେ ଭିଜିଲା ଧାନ ଫସଲ

ଲାଠୋର/ଖପ୍ରାଖୋଲ, ୭ା୧୨(ଭୁବନେଶ୍ୱର ବାରିକ/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଅଞ୍ଚଳରେ ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଚାଷୀଙ୍କ ଚିନ୍ତା ବଢାଇ ଦେଇଛି। କ୍ଷେତରେ ଅମଳ...

ଫସଲ ଉଜାଡ଼ିଦେଲା ଅଦିନିଆ ବର୍ଷା: ବ୍ୟାପକ ଧାନ, କପା ଫସଲ ନଷ୍ଟ

ରାୟଗଡ଼ା,୭।୧୨(ଆଶିଷ ରଞ୍ଜନ ପଣ୍ଡା): ମିଗ୍‌ଜୋମ୍‌ ପ୍ରଭାବରେ ରାୟଗଡ଼ା ଜିଲାର ପ୍ରତ୍ୟେକ ଅଞ୍ଚଳରେ ବୁଧବାର ଦିନସାରା ବର୍ଷା ଲାଗି ରହିଛି । ମଙ୍ଗଳବାର ସକାଳୁ ପାଗ କୋହଲା...

ପୁନରୁଦ୍ଧାର ଅପେକ୍ଷାରେ ଗୌରଚରଣଙ୍କ ସ୍ମୃତିପୀଠ

ବେଗୁନିଆ,୭।୧୨(ହର ପ୍ରସନ୍ନ ପଣ୍ଡା)କବି ଦ୍ୱିଜ ଗୌରଚରଣ ଅଧିକାରୀ ଜନସାଧାରଣଙ୍କ ମାନସ ପଟରେ ଉଭେଇ ଯିବାକୁ ବସିଛନ୍ତି। ଏପରିକି ତାଙ୍କର ସ୍ମୃତି ପୀଠ ମଧ୍ୟ ମାଟିରେ ଲୀନ...

ଚାଲିଲାନି ଗ୍ୟାସ୍‌ଚୁଲା, ମଶାଣିରୁ ଫେରିଲା ମୃତଦେହ

ଭୁବନେଶ୍ୱର, ୭।୧୨ (ବନ୍ଦନା ସେଠୀ)ଚାଲିଲାନି ଗ୍ୟାସ୍‌ ଚୁଲା ମେଶିନ। ଫଳରେ ମଶାଣିରୁ ଫେରିଲା ମୃତଦେହ। ମଙ୍ଗଳବାର ବିଏମ୍‌ସି ଅଧୀନ ପଟିଆସ୍ଥିତ ଜଳିମୁଣ୍ଡା ସାହି ଶ୍ମଶାନରେ ଏଭଳି...

ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା

ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri