Posted inଜାତୀୟ

ବୁଦ୍ଧଙ୍କ ମାର୍ଗ ଅନୁସରଣ କରିଥିଲେ ଜଳବାୟୁ ପରିବର୍ତ୍ତନ ସଙ୍କଟର ମୁକାବିଲା କରିବାକୁ ପଡ଼ି ନ ଥାନ୍ତା: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୦।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଶ୍ୱ ବୌଦ୍ଧ ସମ୍ମିଳନୀର ଉଦଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ବୁଦ୍ଧଙ୍କ ମାର୍ଗ ହେଉଛି ଭବିଷ୍ୟତର ପଥ। ଯଦି ବିଶ୍ୱବାସୀ ବୁଦ୍ଧଙ୍କ ଶିକ୍ଷା ଅନୁସରଣ କରିଥାନ୍ତେ, ତେବେ ଜଳବାୟୁ ପରିବର୍ତ୍ତନ ପରି ସଙ୍କଟର ସମ୍ମୁଖୀନ ହେବାକୁ ପଡି ନଥାନ୍ତା। ଦୁଇ ଦିନିଆ ଶିଖର ସମ୍ମିଳନୀ ଅନ୍ତର୍ଜାତୀୟ ବୌଦ୍ଧ କନଫେଡେରେଶନ ସହଯୋଗରେ ଏପ୍ରିଲ ୨୦-୨୧ ରେ ରାଜଧାନୀର ଅଶୋକା ହୋଟେଲରେ ଆୟୋଜିତ ହେଉଛି।

ଏଥିରେ ୩୦ ଦେଶର ୧୭୧ ପ୍ରତିନିଧୀ ଯୋଗଦେଇଛନ୍ତି। ଜଳବାୟୁ ପରିବର୍ତ୍ତନ ଭଳି ସଙ୍କଟ ଆସିଛି କାରଣ ଗତ ଶତାବ୍ଦୀରେ କିଛି ଦେଶ ଆଗାମୀ ପିଢ଼ି ବିଷୟରେ ଚିନ୍ତା କରି ନ ଥିଲେ। ଆଜି ପ୍ରତ୍ୟେକ ବ୍ୟକ୍ତିଙ୍କର ପ୍ରତ୍ୟେକ କାର୍ଯ୍ୟ ପୃଥିବୀକୁ ପ୍ରଭାବିତ କରୁଛି। ଏହା ଆମର ଜୀବନଶୈଳୀ ହେଉ ବା ନ ହେଉ, ଏହା ପୃଥିବୀ ଉପରେ ମଧ୍ୟ ପ୍ରଭାବ ପକାଉଛି ।

ଆମେ ଚାହିଁଲେ ଏହି ସଙ୍କଟରୁ ପୃଥିବୀକୁ ସୁରକ୍ଷା ପ୍ରଦାନ କରିପାରିବା। ଜଳବାୟୁ ପରିବର୍ତ୍ତନର ଆହ୍ବାନକୁ ସମସ୍ତେ ମୁକାବିଲା କରିପାରିବେ। ଲୋକମାନେ ସଚେତନ ହେବା ଏବଂ ଉଦ୍ୟମ କରିବା ଆବଶ୍ୟକ। ମିଳିତ ପ୍ରୟାସ ସହିତ ଏହି ବଡ ସମସ୍ୟାକୁ ସମାଧାନ କରାଯାଇପାରିବ। ଏହା ହେଉଛି ବୁଦ୍ଧଙ୍କ ମାର୍ଗ।

ପ୍ରଧାନମନ୍ତ୍ରୀ କହିଛନ୍ତି, ଯଦି ଆମେ ବିଶ୍ୱକୁ ଖୁସି କରିବାକୁ ଚାହୁଁ, ତେବେ ଆମକୁ ନିଜଠାରୁ ବାହାରକୁ ଆସି ଦୁନିଆର ସଂକୀର୍ଣ୍ଣ ଚିନ୍ତାଧାରା ଛାଡିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri