ଆଗରୁ ବୁଲିଥିଲେ ଏବେ ଯିବାକୁ ପଡୁ ନ ଥାନ୍ତା: ପୂଜାରୀ

ଭୁବନେଶ୍ୱର, ୩୧ା୧୨(ସୁନିତ୍‌ ମିଶ୍ର): ଅଦିନିଆ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଚାଷ ନଷ୍ଟ ହୋଇଯାଇଛି। ଚାଷୀମାନେ ବହୁ କ୍ଷତି ସହିବା ଦେଖି ଉଭୟ ଶାସକ ଏବଂ ବିରୋଧୀ ଏବେ ଗ୍ରାଉଣ୍ଡ ଜିରୋକୁ ଧାଇଁଛନ୍ତି। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଗ୍ରାଉଣ୍ଡକୁ ଯାଇ ଚାଷୀଙ୍କୁ ଭେଟୁଥିବା ବେଳେ ସୋମବାର ଗଞ୍ଜାମର ବିଭିନ୍ନ ଅଞ୍ଚଳ ବୁଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଫସଲ କ୍ଷୟକ୍ଷତି ଦେଖିଛନ୍ତି। ତୁରନ୍ତ ଚାଷୀଙ୍କୁ କ୍ଷତିପୂରଣ ପ୍ରଦାନ କରିବାକୁ ସେ ସରକାରଙ୍କୁ ଦାବି କରିଛନ୍ତି। ତେବେ ନବୀନ ଗ୍ରାଉଣ୍ଡକୁ ଯାଇ ଚାଷୀଙ୍କୁ ଭେଟିବା ପ୍ରସଙ୍ଗ ନେଇ ଜୋର୍‌ ଧରିଛି ରାଜନୀତି। ଅନ୍ୟପଟେ ମଙ୍ଗଳବାର ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ କଟକ ଜିଲାର କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବାକୁ ସେ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି।
ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ନବୀନ ମୁଖ୍ୟମନ୍ତ୍ରୀ ଥିବାବେଳେ ଯଦି ଗ୍ରାଉଣ୍ଡକୁ ଯାଇଥାଆନ୍ତେ ବର୍ତ୍ତମାନ ବିରୋଧୀ ଦଳକୁ ଆସିବା ପରେ ମଧ୍ୟ ଯିବାକୁ ପଡ଼ି ନ ଥାଆନ୍ତା। ଯଦି ସେହି ସମୟରେ ବିଭିନ୍ନ ଆଇନରେ ଚାଷୀ କିପରି ଉପକୃତ ହେବେ ସେନେଇ ଅଧ୍ୟୟନ କରିଥାଆନ୍ତେ ଏବଂ ଆଇନର ପରିବର୍ତ୍ତନ କରିବା ସହ ନୂଆ ନୂଆ ପ୍ରାକୃତିକ ବିପର୍ଯ୍ୟୟକୁ ତାଲିକାଭୁକ୍ତ କରିଥାଆନ୍ତେ ତେବେ ବର୍ତ୍ତମାନ ତାଙ୍କୁ ଯିବାକୁ ପଡ଼ି ନ ଥାଆନ୍ତା ବୋଲି ପୂଜାରୀ କହିଛନ୍ତି।
ବରିଷ୍ଠ ନେତା ତଥା ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି, ନବୀନ ପଟ୍ଟନାୟକ ୨୪ ବର୍ଷ ଧରି ରାଜ୍ୟର ମୁଖ୍ୟମନ୍ତ୍ରୀ ଥିଲେ ଏବଂ ବିରୋଧୀ ଦଳ ନେତା ଅଛନ୍ତି, ସେ ଲୋକଙ୍କ ପାଖକୁ ଯିବେ। ଯଦି ବିରୋଧୀ ଦଳ ଏହି ପ୍ରସଙ୍ଗ ଉଠାଇ ନ ଥାଆନ୍ତେ ତେବେ ଏମାନେ ଏହି କଥାରେ ବୈଠକ ମଧ୍ୟ କରି ନ ଥାଆନ୍ତେ। ଯେଉଁ ଚାଷୀମାନଙ୍କ ଚାଷ ଉଜୁଡ଼ିଯାଇଛି ସେମାନଙ୍କୁ ୩୧୦୦ ଟଙ୍କା ଲେଖା ହିସାବରେ କେବେ ସୁଦ୍ଧା ଦେବାକୁ ବ୍ୟବସ୍ଥା କରିବେ ବୋଲି ରଣେନ୍ଦ୍ର ପ୍ରଶ୍ନ ଉଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ଅଙ୍କିତ ଘୋଷ ଗୁରୁତର

ବ୍ରଜରାଜନଗର, ୨୭।୭ (ବିଜୟ କୁମାର ବରାଡ): ବ୍ରଜରାଜ ନଗର ଥାନା ଅନ୍ତର୍ଗତ ଇବ ଶ୍ମଶାନ ଘାଟ ନିକଟରେ ଥିବା ମଡପଣ୍ଡ ପାଖରେ ରବିବାର ବିଳମ୍ବିତ ରାତ୍ରୀରେ ପୋଲିସ…

ସୁଶାନ୍ତଙ୍କ ପରଲୋକରେ ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର/ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି। ତାଙ୍କ ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ…

ଆଜି ଦାରୁବିଗ୍ରହଙ୍କ ନୀଳାଦ୍ରିବିଜେ: ମହାଲକ୍ଷ୍ମୀଙ୍କ ମାନଭଞ୍ଜନ ପାଇଁ ରସଗୋଲା ଦେବେ ମହାପ୍ରଭୁ

ପୁରୀ,୨୭ା୭ (ଅଜିତ୍‌ କୁମାର ମହାନ୍ତି): ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ…

ସମୁଦ୍ର ପଥ ପୁଣି ଅଶାନ୍ତ! ଜାହାଜ ଉପରେ ଆକ୍ରମଣ ପରେ, ଇରାନର ବଡ଼ ଚେତାବନୀ

ତେହରାନ,୨୭।୭: କାସ୍ପିଆନ ସାଗରରେ ଏକ ଇରାନୀ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ ପରେ ଇରାନ ଏବଂ ୟୁକ୍ରେନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଇରାନ ୟୁକ୍ରେନକୁ କଡ଼ା…

ଆଜି ଜିଲାରେ ସବୁ ସ୍କୁଲ ଛୁଟି, ଜିଲାପାଳ ନିର୍ଦ୍ଦେଶ ଦେଇ କହିଲେ…

କେନ୍ଦ୍ରାପଡା,୨୭ା୭(ଜଗନ୍ନାଥ ଧଳ): ବଙ୍ଗୋପସାଗରରେ ଲଘୁଚାପ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପାଣିପାଗ ବିଶେଷଜ୍ଞଙ୍କ ପୂର୍ବ ଅନୁମାନଯେ ଆସନ୍ତା ସୋମବାର କେନ୍ଦ୍ରାପଡା ଜିଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଅଛି।…

ଋଣ ନେଇ ଅପେକ୍ଷା କରିଛନ୍ତି ଗ୍ରାହକ, ମିଳୁନି ବିଦ୍ୟୁତ ସଂଯୋଗ, କାମ୍ପା ଇନ୍ଫ୍ରା ସୋଲାର କମ୍ପାନୀ ବିରୋଧରେ ଗ୍ରାହକଙ୍କ ଠକେଇ ଅଭିଯୋଗ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କେନ୍ଦ୍ର ସରକାରଙ୍କ ସୋଲାର ଶକ୍ତି ପ୍ରୋତ୍ସାହନ ଯୋଜନା ମାଧ୍ୟମରେ, ବିଦ୍ୟୁତ ଉପଭୋକ୍ତାଙ୍କୁ ସ୍ବଳ୍ପ ଖର୍ଚ୍ଚରେ ବିଦ୍ୟୁତ ସୁବିଧା ଯୋଗାଇ ଦେବା ପାଇଁ, ଘରକୁ ଘର…

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri