Posted inଖେଳ

ଜୈବ ସୁରକ୍ଷିତ ପ୍ରୋଟୋକଲ ଭାଙ୍ଗିଲେ ହାଫିଜ୍‌

କରାଚି,୧୩।୮(ପି.ଟି.): ପାକିସ୍ତାନ ପୂର୍ବତନ ଅଧିନାୟକ ମହମ୍ମଦ ହାଫିଜ୍‌ ଇଂଲଣ୍ଡରେ ଜୈବ ସୁରକ୍ଷିତ ପ୍ରୋଟୋକଲ ଉଲ୍ଲଂଘନ କରି ବିବାଦ ସୃଷ୍ଟି କରିଛନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ମଧ୍ୟ ଏ ନେଇ ବିରକ୍ତି ପ୍ରକାଶ କରିଛି। କରୋନ ମହାମାରୀକୁ ଦୃଷ୍ଟିରେ ରଖି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ଏହି ଜୈବ ସୁରକ୍ଷିତ ପ୍ରୋଟୋକଲ ଲାଗୁ କରିଥିଲା। ଟେଷ୍ଟ ଦଳରେ ନ ଥିଲେ ମଧ୍ୟ ହାଫିଜ୍‌ ସୀମିତ ଓଭର ମ୍ୟାଚ୍‌ ଖେଳିବାକୁ ଇଂଲଣ୍ଡ ଗସ୍ତ କରିଛନ୍ତି। ପ୍ରୋଟୋକଲ ଉଲ୍ଲଂଘନ କରି ହାଫିଜ୍‌ ଟିମ୍‌ ହୋଟେଲକୁ ଲାଗି କରିଥିବା ଗଲ୍ଫ କୋର୍ସକୁ ଯାଇଥିଲେ ଓ ଜଣେ ବୟସ୍କ ମହିଳଙ୍କ ସହ ଫଟୋ ଉଠାଇ, ତାହାକୁ ଟୁଇଟ୍‌ କରିଥିଲେ। ଜୈବ ସୁରକ୍ଷିତ ପରିବେଶ ବାହାରକୁ ଯାଇ କାହା ସହିତ ନ ମିଶିବାକୁ ବାରଣ କରାଯାଇଥିଲେ ମଧୟ ହାଫିଜ୍‌ ଏହି ତ୍ରୁଟି କରିଛନ୍ତି। ଉଲ୍ଲେଖଥାଉ କି, ପ୍ରଥମ ଟେଷ୍ଟରେ ପାକିସ୍ତାନ ଇଂଲଣ୍ଡଠାରୁ ୪ ଉଇକେଟରେ ପରାସ୍ତ ହୋଇ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ୧-୦ରେ ପଛରେ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri