ହାଫିଜ୍‌ ସୟିଦଙ୍କୁ ୩୨ ବର୍ଷ ଜେଲ

ଲାହୋର,୯ା୪: ୨୬/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ନିଷିଦ୍ଧ ଘୋଷିତ ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସୟିଦଙ୍କୁ ଦୁଇଟି ଟେରର୍‌ ଫଣ୍ଡିଂ ମାମଲାରେ ୩୨ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ପାକିସ୍ତାନର ଏକ ଆତଙ୍କବାଦ ନିରୋଧୀ କୋର୍ଟ ଶୁକ୍ରବାର ଏହି ରାୟ ଶୁଣାଇଛନ୍ତି। ଏହି ୭୦ ବର୍ଷୀୟ କଠୋରପନ୍ଥୀ ପୂର୍ବରୁ ଏଭଳି ୫ଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୩୬ ବର୍ଷ ଜେଲ ଦଣ୍ଡାଦେଶ ପାଇସାରିଛନ୍ତି।
ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ଅଭିଯୋଗରେ ପଞ୍ଜାବର କାଉଣ୍ଟର ଟେରରିଜମ୍‌ ଡିପାର୍ଟମେଣ୍ଟ ପୋଲିସ ହାଫିଜ୍‌ ସୟିଦଙ୍କ ବିରୋଧରେ ନଂ ୨୧/୨୦୧୯ ଓ ୯୦/୨୦୧୯ରେ ମାମଲା ରୁଜୁ କରିଥିଲା। ଆତଙ୍କବାଦ ନିରୋଧୀ ଅଦାଲତ (ଏଟିସି) ବିଚାରପତି ଏଜାଜ୍‌ ଅହମ୍ମଦ ଭୁଟ୍ଟାର ଏହାର ଶୁଣାଣି ଶେଷ କରି ଶୁକ୍ରବାର ରାୟ ଶୁଣାଇଛନ୍ତି। ଏଥିସହ କୋର୍ଟ ସୟିଦ୍‌ଙ୍କୁ ୩ ଲକ୍ଷ ୪୦ ହଜାର ଟଙ୍କା ଜରିମାନା ଆଦେଶ ମଧ୍ୟ ଦେଇଛନ୍ତି। ୨୦୧୯ରୁ ସୟିଦଙ୍କୁ କୋଟ୍‌ ଲଖପତ୍‌ ଜେଲରେ ରଖାଯାଇଥିଲା। ରାୟ ଶୁଣାଣି ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ମଧ୍ୟରେ ତାଙ୍କୁ ସେଠାରୁ ଲାହୋରସ୍ଥିତ ଏଟିସିକୁ ନିଆଯାଇଥିଲା। ପ୍ରକାଶ ଯେ, ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କଇ-ଇ-ତୋଇବା (ଏଲ୍‌ଇଟି) ୨୦୦୮ରେ ମୁମ୍ବାଇ ଆକ୍ରମଣ କରିଥିଲା। ଏଥିରେ ୬ ଆମେରିକୀୟଙ୍କ ସମେତ ୧୬୬ ଜଣ ନିହତ ହୋଇଥିଲେ। ଏଲ୍‌ଇଟି ପ୍ରତିଷ୍ଠାତା ହାଫିଜ୍‌ ସୟିଦଙ୍କୁ ଜାତିସଂଘ ଅନ୍ତର୍ଜାତୀୟ ଆତଙ୍କବାଦୀ ଆଖ୍ୟାଦେଇ ତାଙ୍କୁ ଧରାଇଦେଲେ ୧୦ ନିୟୁତ ଡଲାର ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri