ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବିଭିନ୍ନ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଗୁରୁବାର ମଧ୍ୟ ବିଭିନ୍ନ ଜିଲାକୁ କାଳବୈଶାଖୀ ଭୟ ରହିଛି। କୁଆପଥର ବର୍ଷା ସହ ଝଡ଼ପବନ ପାଇଁ ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର ଆଦି ରହିଛି। କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ରପଡ଼ା, ଜଗତ୍ସିଂପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ବିଭିନ୍ନ ସ୍ଥାନକୁ ୟେଲୋ ଓ୍ବାର୍ନିଂ ରହିଛି। ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିବ ଓ ପରବର୍ତ୍ତୀ ୩ଦିନ ଖରା ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ କଳବଲ କରିବ ବୋଲି ସୂଚନା ଦେଇଛି।
Dharitri – Odisha’s No.1 Odia Daily

