୧୧ ଯାଏ କୁଆପଥର ବର୍ଷା: ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା) – କଟକ, ନୟାଗଡ଼, ଖୋର୍ଦ୍ଧା ସମେତ ରାଜ୍ୟର ବିଭିନ୍ନ ଜିଲାରେ ବୁଧବାର ପ୍ରବଳ ବର୍ଷା ପବନ ସହ କୁଆପଥର ମାଡ଼ ହୋଇଥିଲା। ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବିଭିନ୍ନ ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଥିଲା। ଗୁରୁବାର ମଧ୍ୟ ବିଭିନ୍ନ ଜିଲାକୁ କାଳବୈଶାଖୀ ଭୟ ରହିଛି। କୁଆପଥର ବର୍ଷା ସହ ଝଡ଼ପବନ ପାଇଁ ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।
ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦୁଝର ଆଦି ରହିଛି। କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ରପଡ଼ା, ଜଗତ୍‌ସିଂପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲାର ବିଭିନ୍ନ ସ୍ଥାନକୁ ୟେଲୋ ଓ୍ବାର୍ନିଂ ରହିଛି। ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିବ ଓ ପରବର୍ତ୍ତୀ ୩ଦିନ ଖରା ଓ ଗୁଳୁଗୁଳି ରାଜ୍ୟବାସୀଙ୍କୁ କଳବଲ କରିବ ବୋଲି ସୂଚନା ଦେଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri