Posted inଜାତୀୟ

ଆସାମରେ କୁଆପଥର ମାଡ: ୧୩୨ ଗାଁର ୧୮ ହଜାର ଲୋକେ ପ୍ରଭାବିତ…

ଗୁଆହାଟୀ,୨୭।୧୨ : ଉପର ଆସାମର ତିନସୁକିଆ ଏବଂ ଦିବ୍ରୁଗଡ ଜିଲାର ଅନେକ ସ୍ଥାନରେ ପ୍ରବଳ କୁଆପଥର ମାଡରେ ୨୫୦ରୁ ଅଧିକ ଘର କ୍ଷତିଗ୍ରସ୍ତ ହୋଇଛି। ଅନେକ ଏକର ଫସଲର ନଷ୍ଟ ବିଷୟରେ ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅଧିକାରୀମାନେ ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।

ଆସାମର ମୁଖ୍ୟମନ୍ତ୍ରୀ କ୍ଷୟକ୍ଷତିର ଆକଳନ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାନୁସାରେ, ସୋମବାର ରାତି ଏବଂ ମଙ୍ଗଳବାର ସକାଳେ ଉପର ଆସାମର ଦିବ୍ରୁଗଡ ଏବଂ ତିନୁସୁକିଆ ଜିଲାରେ କୁଆପଥର ମାଡ ହୋଇଥିଲା। ଏହାଦ୍ୱାରା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମୋରାନ ସବ-ଡିଭିଜନର ପ୍ରାଥମିକ ଆକଳନ ଅନୁଯାୟୀ ୩୭ ଟି ଗାଁର ୨୧୦ ଟି ଘର ନଷ୍ଟ ହୋଇଯାଇଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ସରମା କହିଛନ୍ତି ଯେ ପ୍ରବଳ କୁଆପଥର ମାଡ ଯୋଗୁଁ ମୋରାନ ଏବଂ ତିଙ୍ଗଖୋଙ୍ଗ ରାଜସ୍ବ ବିଭାଗ ଅଧୀନରେ ଥିବା ଅନେକ ଘର ନଷ୍ଟ ହୋଇଯାଇଛି। ମୋଟ ୧୩୨ ଗାଁର ୧୮ ହଜାର ଲୋକେ ଏହା ଦ୍ୱାରା ପ୍ରଭାବିତ ହୋଇଛନ୍ତି।

କ୍ଷୟକ୍ଷତିର ବିସ୍ତୃତ ମୂଲ୍ୟାଙ୍କନ କରିବାକୁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ଦ୍ୱାରା ପ୍ରଭାବିତ ସମସ୍ତଙ୍କୁ ସରକାର ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri