୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଅସ୍ବାଭାବିକତା ଯୋଗୁ ମଧ୍ୟ ଚାଷକାର୍ଯ୍ୟ ପ୍ରଭାବିତ ହେଉଛି। ଜୁନ୍‌ରୁ ସେପ୍ଟେମ୍ବର ଯାଏ ଆଶାନୁରୂପ ମୌସୁମୀ ବର୍ଷା ହେଉନାହିଁ। ଚଳିତ ବର୍ଷ ଅଗଷ୍ଟରେ ୫୦% କମ୍‌ ବୃଷ୍ଟିପାତ ଯୋଗୁ ରାଜ୍ୟରେ ଧାନ ଫସଲ ସାଂଘାତିକ ପ୍ରଭାବିତ ହୋଇଥିଲା। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରୁ ମୌସୁମୀ ବିଦାୟ ନେଇଥିଲେ ମଧ୍ୟ ରାଜ୍ୟରେ ନିୟମିତ ବ୍ୟବଧାନରେ ବର୍ଷା ଲାଗିରହିଛି। ଏଥିଯୋଗୁ ପରିବାଠାରୁ ଆରମ୍ଭ କରି ଡାଲିଜାତୀୟ ଫସଲ ନଷ୍ଟ ହେଉଛି। ଜାନୁୟାରୀ ୧୧ରେ ହୋଇଥିବା କୁଆପଥରଜନିତ ବର୍ଷା ଯୋଗୁ ବ୍ୟାପକ ଚାଷ ନଷ୍ଟ ହୋଇଛି। ଏହାର କ୍ଷତି ଭରଣା ହୋଇ ନ ଥିବା ବେଳେ ପୁଣି ଆଉ ଏକ ବର୍ଷା ବିପଦ ମାଡ଼ି ଆସିଲାଣି। ରାଜ୍ୟକୁ ବାରମ୍ବାର ପଶ୍ଚିମାବାୟୁ ପ୍ରବାହ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଆସନ୍ତା ୨୧ରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଏବଂ ୨୩ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ବଢ଼ିବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିବ। ୧୯ ତାରିଖ ପରେ ପୁଣି ପାରଦ ଉପରମୁହଁା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାର କେତେକ ସ୍ଥାନରେ ହାଲୁକା କୁହୁଡି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଦାରିଙ୍ଗବାଡ଼ିରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୧ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri