୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଅସ୍ବାଭାବିକତା ଯୋଗୁ ମଧ୍ୟ ଚାଷକାର୍ଯ୍ୟ ପ୍ରଭାବିତ ହେଉଛି। ଜୁନ୍‌ରୁ ସେପ୍ଟେମ୍ବର ଯାଏ ଆଶାନୁରୂପ ମୌସୁମୀ ବର୍ଷା ହେଉନାହିଁ। ଚଳିତ ବର୍ଷ ଅଗଷ୍ଟରେ ୫୦% କମ୍‌ ବୃଷ୍ଟିପାତ ଯୋଗୁ ରାଜ୍ୟରେ ଧାନ ଫସଲ ସାଂଘାତିକ ପ୍ରଭାବିତ ହୋଇଥିଲା। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରୁ ମୌସୁମୀ ବିଦାୟ ନେଇଥିଲେ ମଧ୍ୟ ରାଜ୍ୟରେ ନିୟମିତ ବ୍ୟବଧାନରେ ବର୍ଷା ଲାଗିରହିଛି। ଏଥିଯୋଗୁ ପରିବାଠାରୁ ଆରମ୍ଭ କରି ଡାଲିଜାତୀୟ ଫସଲ ନଷ୍ଟ ହେଉଛି। ଜାନୁୟାରୀ ୧୧ରେ ହୋଇଥିବା କୁଆପଥରଜନିତ ବର୍ଷା ଯୋଗୁ ବ୍ୟାପକ ଚାଷ ନଷ୍ଟ ହୋଇଛି। ଏହାର କ୍ଷତି ଭରଣା ହୋଇ ନ ଥିବା ବେଳେ ପୁଣି ଆଉ ଏକ ବର୍ଷା ବିପଦ ମାଡ଼ି ଆସିଲାଣି। ରାଜ୍ୟକୁ ବାରମ୍ବାର ପଶ୍ଚିମାବାୟୁ ପ୍ରବାହ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଆସନ୍ତା ୨୧ରୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ଏବଂ ୨୩ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୬ ତାରିଖରୁ ରାଜ୍ୟରେ ଶୀତ ସାମାନ୍ୟ ବଢ଼ିବ। ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ତଳକୁ ଖସିବ। ୧୯ ତାରିଖ ପରେ ପୁଣି ପାରଦ ଉପରମୁହଁା ହେବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାର କେତେକ ସ୍ଥାନରେ ହାଲୁକା କୁହୁଡି ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ଦାରିଙ୍ଗବାଡ଼ିରେ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୧୧ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?