ହାଇଓ୍ବା ଚକା ତଳେ ଚାପି ହୋଇ ଜଣେ ମୃତ, ୨ ଗୁରୁତର

ପାଣିକୋଇଲି/କୋରେଇ,୨୩।୧(ବିକାଶ ମଲ୍ଲିକ/ଚନ୍ଦ୍ରକାନ୍ତ ପତି): ଯାଜପୁର ଜିଲା ପାଣିକୋଇଲି ଥାନା ଅନ୍ତର୍ଗତ ଷଠିପୁର-ଯାଜପୁର ରାସ୍ତାର ପଥପ୍ରାନ୍ତ ସୁବିଧା କେନ୍ଦ୍ର ନିକଟରେ ଗୁରୁବାର ଅପରାହ୍ନରେ ଏକ ଦୁର୍ଘଟଣା ଘଟିଛି। ହାଇଓ୍ବା ଚକା ତଳେ ୩ ବାଇକ୍‌ ଆରୋହୀ ପଶିଯିବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁହୋଇଛି। ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି।

ମୃତକ ହେଲେ ଶୀତଳେଶ୍ୱରର ପ୍ରମୋଦ କୁମାର ବେହେରା। ଗୁରୁତର ହେଲେ ବିଞ୍ଝାରପୁର ଥାନା ପ୍ରୀତିପୁରର ଗଦାଧର ବେହେରା ଓ ମଇଦଁା ବରୁଣେଶ୍ୱର ଲେଙ୍କା ସାହିର ତ୍ରିଲୋଚନ ବେହେରା। ମୃତକଙ୍କୁ ଜାତୀୟ ରାଜପଥ ଆମ୍ବୁଲାନ୍ସ ଯୋଗେ ଯାଜପୁର ମେଡିକାଲ ପଠାଯାଇଥିବାବେଳେ ଗୁରୁତର ଦ୍ୱୟଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଏହାପରେ ଲାଇଟ ଓ ହମ୍ସ ଦାବିରେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରିଥିଲେ। ପାଣିକୋଇଲି ଥାନାଧିକାରୀ ରଞ୍ଜିତ ମହାନ୍ତି, ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକ ଓ ଯାଜପୁର ତହସିଲଦାର ଅରବିନ୍ଦ ବେହେରା ପହଞ୍ଚି ଉତ୍ତେଜିତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଲୋକଙ୍କ ଦାବି ଅନୁଯାୟୀ ସେଠାରେ ଏକ ଲାଇଟ ପୋଷ୍ଟ, ଉଭୟ ପଟରୁ ହମ୍ପ୍ସ ନିର୍ମାଣ କରିବାର ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ହଟିଥିଲା।

ସୂଚନା ମୁତାବକ, ଯାଜପୁର ଟାଉନ ପଟୁ ଏକ ହାଇୱା ଷଠିପୁର ଅଭିମୁଖେ ଦ୍ରୁତଗତିରେ ଆସୁଥିଲା। ଏହି ସମୟରେ ଏକ ବାଇକ୍‌ରେ ସମ୍ପୃକ୍ତ ୩ ଜଣ ଷଠିପୁରରୁ ଯାଜପୁର ଯାଉଥିବାବେଳେ ରଙ୍ଗ୍‌ରୁଟରେ ଭାରସାମ୍ୟ ହରାଇ ଡିଭାଇଡରେ ପିଟିହୋଇ ହାଇୱା ଚକା ତଳେ ପଡ଼ିଯାଇଥିଲେ। ପୋଲିସ ହାଇୱା ଓ ବାଇକ୍‌କୁ ଜବତ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri