Posted inଜାତୀୟ

ପ୍ରତିବର୍ଷ ୩୦ ହେଲିକପ୍ଟର ନିର୍ମାଣ କରିବ ଏଚଏଏଲ୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ରାଷ୍ଟ୍ରାୟତ୍ତ ଏରୋସ୍ପେସ ଏବଂ ପ୍ରତିରକ୍ଷା କମ୍ପାନୀ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ (ଏଚଏଏଲ୍‌) ବର୍ଷକୁ ପ୍ରାୟ ୩୦ଟି ଲାଇଟ କମ୍ବାଟ ହେଲିକପ୍ଟର (ଏଲସିଏଚ୍‌) ନିର୍ମାଣ କରିବ ବୋଲି ଆଶା କରାଯାଉଛି। ଏନେଇ ଏଚଏଏଲ୍‌ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଆତ୍ମନିର୍ଭର ଭାରତ ଅନ୍ତର୍ଗତ ପ୍ରଥମ ଥର ପାଇଁ ଏଲସିଏଚ୍‌ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ହେଉଛି। ଏହା ସମ୍ପୂର୍ଣ୍ଣ ଭାବେ ଭାରତରେ ପରିକଳ୍ପିତ ଏବଂ ବିକଶିତ ହୋଇଛି।

ହାଲ ଅଧ୍ୟକ୍ଷ ଆର୍‌.ମାଧବନ କହିଛନ୍ତି ଯେ ସମୁଦାୟ ୧୫୦ଏଲସିଏଚ୍‌ର ଅର୍ଡର ପୂରଣ କରିବା ଲାଗି ଉଦ୍ୟମ ହେଉଛି। ଗୋଟିଏ ବର୍ଷ ମଧ୍ୟରେ ବାୟୁସେନା ଦ୍ୱାରା ଅର୍ଡର କରାଯାଇଥିବା ୧୫ଟି ପ୍ରଦାନ କରାଯାଇପାରିବ। ତେଜସ୍‌ର ନୂତନ ସଂସ୍କରଣ ୭୩ ମାର୍କ ଓ୍ବାନ୍‌-ଏ ନିର୍ମାଣ କରିବାକୁ କମ୍ପାନୀ ଏକ ଅର୍ଡର ପାଇଛି। ଯାହା ପୂର୍ବ ମାର୍କ-୧ ଅପେକ୍ଷା ଅଧିକ ଶକ୍ତିଶାଳୀ ଏବଂ ପ୍ରଭାବଶାଳୀ ହୋଇପାରିବ।

ମାଧବନ କହିଛନ୍ତି ଯେ ମାର୍କ -୧ ଏ ଆସନ୍ତା ବର୍ଷ ମଧ୍ୟଭାଗରେ ପ୍ରଥମ ପ୍ରୋଟୋଟାଇପ ଉଡ଼ାଣ କରିବ। ସେ କହିଛନ୍ତି, ମାର୍ଚ୍ଚ ୨୦୨୪ ସୁଦ୍ଧା ପ୍ରଥମ ବିମାନ ପ୍ରଦାନ କରାଯାଇ ପାରିବ। ଏଲସିଏଚ୍‌ ହେଉଛି ବିଶ୍ୱର ଏକମାତ୍ର ଆକ୍ରମଣକାରୀ ହେଲିକପ୍ଟର ଯାହା ୫୦୦୦ ମିଟର (୧୬୪୦୦ ଫୁଟ) ଉଚ୍ଚତାରେ ଭାରତ ସଶସ୍ତ୍ର ବାହିନୀର ନିର୍ଦ୍ଦିଷ୍ଟ ଆବଶ୍ୟକତା ପୂରଣ କରିବାକୁ ସକ୍ଷମ ହୋଇପାରିବ।
ଏଚଏଲ୍‌ ବିଭିନ୍ନ ଯୋଜନା ଗ୍ରହଣ କରିଛିି। ଅବଶିଷ୍ଟ ୧୪୫ ଏଲସିଏଚର ଉତ୍ପାଦନ ଲକ୍ଷ୍ୟକୁ ପୂରଣ କରିବା ପାଇଁ ବାର୍ଷିକ ୩୦ ହେଲିକପ୍ଟରର ଉତ୍ପାଦନ କରିବା ଲାଗି ଏକ ବିସ୍ତୃତ ମାଷ୍ଟରପ୍ଲାନ ପ୍ରସ୍ତୁତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri