ହଳଧର ସାହିତ୍ୟ ଅସ୍ମିତାର ଆବାହନ

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ପଶ୍ଚିମ ଓଡ଼ିଶା ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଓସାକା, ହାଇଦ୍ରାବାଦ ଆୟୋଜନ ଏବଂ କୋଶଳ ଛାତ୍ର ସଙ୍ଗଠନ ଓ ପଶ୍ଚିମ ଓଡ଼ିଶା ଯୁବାମଞ୍ଚ ସହଯୋଗରେ ସ୍ଥାନୀୟ ଏକ ହୋଟେଲ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବରଗଡ, ସମ୍ବଲପୁର, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ସମେତ କୋଶଲାଞ୍ଚଳର ବିଭିନ୍ନ ପ୍ରାନ୍ତରୁ କବି, ସାହିତି୍ୟକ, ଲେଖକମାନେ ଯୋଗଦାନ କରିଥିଲେ। ପ୍ରାରମ୍ଭରେ କବି ହଳଧର ନାଗଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଛା ଜ୍ଞାପନ କରାଯାଇଥିଲା। ପରେ କବି ନାଗଙ୍କ ଉପସ୍ଥିତି ଏବଂ କାର୍ଯ୍ୟକ୍ରମର ମୁଖ୍ୟ ସଂଯୋଜକ ପଦ୍ମନାଭ ପଧାନଙ୍କ ପରିଚାଳନାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ଡଃ . ଦ୍ବାରିକାନାଥ ନାୟକ, ଉତ୍ପନ୍ନ ଭୋଇ, ସୁଶାନ୍ତ ମିଶ୍ର ଓ ଅଶୋକ ପୂଜାହାରୀ ଯୋଗଦାନ କରିଥିଲେ। ‘ହଳଧର ସାହିତ୍ୟ ଆର୍‌ ଜୀବନୀ କୋଶଲାଞ୍ଚଲର ଭାଷା, ସାହିତ୍ୟ ସାଙ୍ଗେ ଆମର ମାଟିର ଅସ୍ମିତା ଲାଗି ଉଲଗୁଲାନ’ ଶୀର୍ଷକରେ ଆଲୋଚନା କରାଯାଇଥିଲା। ଦ୍ୱିତୀୟ ଅଧିବେଶନରେ ଗୋରେଖ ନାଥ ସାହୁ, ଡ. ସୁବାସ ମେହେର, ଡ. ଲୋହିତାକ୍ଷ ଯୋଶୀ, ଲାଲଚନ୍ଦ ବଗର୍ତ୍ତି ଓ ଶିବପ୍ରସାଦ ସା ଯୋଗଦାନ କରି ସମ୍ବଲପୁରୀ କୋଶଲି ଭାଷାରେ ପ୍ରାଥମିକ ସ୍ତରରେ ଶିକ୍ଷାଦାନ ଆବଶ୍ୟକତା ଶୀର୍ଷକରେ ଆଲୋଚନା କରିଥିଲେ। ସେହିପରି ହଳଧରଙ୍କ ସ୍ବାଭିମାନକୁ ଅନୁକରଣ କରିବା ସହିତ ସାଙ୍ଗଠନିକ ଆବଶ୍ୟକତା ସଂକ୍ରାନ୍ତରେ ଅନୁଷ୍ଠିତ ତୃତୀୟ ଅଧିବେଶନରେ ଅଧ୍ୟାପକ ସୁଶାନ୍ତ ମିଶ୍ର, ଅଶୋକ କୁମାର ପୂଜାହାରୀ ଓ ରାଜମଣି ସାହୁ ଯୋଗଦାନ କରିଥିଲେ। ଅଧ୍ୟାପକ ମୋହନ ସାହୁ, ଡ. ଲକ୍ଷ୍ମୀ ନାରାୟଣ ପାଣିଗ୍ରାହୀ, ସଂଯୋଜକ ପ୍ରଶାନ୍ତ ମାଝୀ ଓ ଅଧ୍ୟାପକ ସନ୍ତୋଷ ସିଂ ଠାକୁର ଆଲୋଚନାଚକ୍ର ସଞ୍ଚାଳନ କରିଥିଲେ। ଅପରାହ୍ନ ଅଧିବେଶନରେ ଅନୁଷ୍ଠିତ କବିତା ପାଠୋତ୍ସବରେ ବିପ୍ଳବୀ କବି ନୀତିଶ ଆଚାର୍ଯ୍ୟ, ଦେବେନ୍ଦ୍ର ସାହୁ, ହରିଲାଲ ସାହୁ ମଞ୍ଚାସୀନ ଥିଲେ। ବହୁ କବି ସ୍ବରଚିତ କବିତା ପାଠ କରିଥିଲେ। ସାରେ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହଳଧର ସାଂସ୍କୃତିକ ସାରେ ବିଭିନ୍ନ ଲୋକନୃତ୍ୟ, ଲୋକଗୀତ ସମେତ ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା। ପଦ୍ମନାଭ ପଧାନ, ପ୍ରଶାନ୍ତ ମାଝୀ, ସୁନିଲ ପୁରୋହିତ, ପାଣ୍ଡବ କର୍ଣ୍ଣ, ଅଜିତ ପତି, ଦୀପକ ଦାଶ, ଆକାଶ ପଣ୍ଡା, ଦୀପକ ରଥ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ

କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା  ନିର୍ବାଚନରେ  ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ  ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି  ସଭାପତି…

ପାକିସ୍ତାନ ଉପରେ ନିଆଁବାଣ ହେଲା ଭାରତ: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ କଲା ଦାବି

ଇସଲାମାବାଦ୍‌,୧୭।୩: ପାକିସ୍ତାନ ଦ୍ୱାରା ହୋଇଥିବା କଥିତ ବିମାନ ଆକ୍ରମଣରେ କାବୁଲରେ ବହୁ ସଂଖ୍ୟକ ଲୋକଙ୍କ ମୃତ୍ୟୁ ପରେ ଭାରତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଏହି ଘଟଣା…

ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମା’ ମଧ୍ୟ ମ୍ୟାଟରନିଟି ଲିଭ୍ ପାଇବା ହକଦାର

ନୂଆଦିଲ୍ଲୀ,୧୭।୩: ସୁପ୍ରିମକୋର୍ଟ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ ରାୟ ଦେଇଛନ୍ତି ଯେ ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା…

ଶୀଘ୍ର କରନ୍ତୁ ଏହି କାମ: ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ସରକାରଙ୍କ ଘୋଷଣା, ବାଧ୍ୟତାମୂଳକ ହେଲା…

ନୂଆଦିଲ୍ଲୀ,୧୭।୩: ସରକାର ସମସ୍ତ ଘରୋଇ ଗ୍ୟାସ ଗ୍ରାହକଙ୍କ ପାଇଁ ବାୟୋମେଟ୍ରିକ ଆଧାର ପ୍ରମାଣୀକରଣ ବା eKYCକୁ ବାଧ୍ୟତାମୂଳକ କରିଛନ୍ତି। ସବସିଡି ଲାଭ ସଠିକ ହିତାଧିକାରୀଙ୍କ ପାଖରେ ପହଞ୍ଚିବା…

ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୧୭।୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାର୍ଚ୍ଚ ୧୯ ରୁ ୨୧ ପର୍ଯ୍ୟନ୍ତ ତିନି ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ରହିବେ। ଏହି ସମୟ ମଧ୍ୟରେ ସେ ଅଯୋଧ୍ୟା,…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ କାହିଁକି ଫାଇଟର ଜେଟ ବ୍ୟବହାର କରୁନାହିଁ ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ତେହରାନ୍‌,୧୭।୩: ଏବେବି ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଜାରି ରହିଛି, ଯାହା ଏହାର ୧୮ ତମ ଦିନ ପୂରଣ କରୁଛି। ‘ଅପରେଶନ ଏପିକ ଫ୍ୟୁରି’…

ବାଚସ୍ପତିଙ୍କୁ ଚିଠି ଲେଖିଲେ ରାମଚନ୍ଦ୍ର କାଡ଼ାମ, ୩ ବିଧାୟକଙ୍କ ସିଟ୍‌…

ଭୁବନେଶ୍ୱର,୧୭।୩: ବାଚସ୍ପତିଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ। ସେ ଉକ୍ତ ଚିଠିରେ ଉଲ୍ଲେଖ କରିଛନ୍ତି, କ୍ରସ ଭୋଟିଂ କରିଥିବା ୩ ବିଧାୟକଙ୍କ…

ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍‌ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ

କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍‌ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍‌ର ମୃତ୍ୟୁ ଘଟିିଥିବା ସନ୍ଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri