Posted inଖେଳ

ବିଜୟ ସହ କ୍ଲେକୋର୍ଟ ସିଜନ ଆରମ୍ଭ କଲେ ହାଲେପ୍‌

ଷ୍ଟଟଗାର୍ଟ (ଜର୍ମାନୀ), ୨୪ା୪ ମାର୍କେଟା ଭୋନ୍ଦ୍ରୋସେଭୋଙ୍କୁ ୬-୧, ୬-୩ ସେଟ୍‌ରେ ହରାଇ ରୋମାନିଆର ସିମୋନା ହାଲେପ୍‌ ପୋର୍ଶ୍ଚେ ଗ୍ରଁାପ୍ରି ଟେନିସ ପ୍ରତିଯୋଗିତାର କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏହି ବିଜୟ ସହ ଇଞ୍ଜୁରିରୁ ଫେରିଥିବା ହାଲେପ୍‌ ତାଙ୍କ କ୍ଲେକୋର୍ଟ ସିଜନ ଆରମ୍ଭ କରିଛନ୍ତି। କାନ୍ଧରେ ଆଘାତପ୍ରାପ୍ତ ଯୋଗୁ ରୋମାନିଆର ଏହି ତୃତୀୟ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ପ୍ରଥମ ଥର ଟେନିସ କୋର୍ଟକୁ ଫେରିଛନ୍ତି। ଫେବୃୟାରୀରେ ଅଷ୍ଟ୍ରେଲିଆନ ଓପନ କ୍ୱାର୍ଟରଫାଇନାଲରେ ସେରେନା ଓ୍ବିଲିୟମ୍ସଙ୍କଠାରୁ ସିଧାସଳଖ ସେଟ୍‌ରେ ପରାସ୍ତ ହେବା ପରେ ଏହା ହେଉଛି ତାଙ୍କର ଦ୍ୱିତୀୟ ମ୍ୟାଚ। ହାଲେପ୍‌ କ୍ୱାର୍ଟରଫାଇନାଲରେ ରୁଷିଆର ଏକାଟରିନା ଆଲେକ୍‌ଜାଣ୍ଡ୍ରୋଭାଙ୍କ ସହ ମୁକାବିଲା କରିବେ। ଆଲକ୍‌ଜାଣ୍ଡ୍ରୋଭା ୮ମ ସିଡ୍‌ ବେଲିଣ୍ଡା ବେନ୍‌ସିକ୍‌ଙ୍କୁ ୬-୧, ୭-୫ ସେଟ୍‌ରେ ପରାସ୍ତ କରି ବିପର୍ଯ୍ୟୟ ସୃଷ୍ଟି କରିଛନ୍ତି। ଅନ୍ୟଏକ ମ୍ୟାଚରେ ଏଲିନା ସ୍ବୀତୋଲିନା ୩ଥର ଗ୍ରାଣ୍ଡସ୍ଲାମ ବିଜେତା ଆଞ୍ଜେଲିକ୍‌ କର୍ବରଙ୍କୁ ୭-୬ (୪), ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ସେହିପରି ଅନ୍ୟ ଏକ ମ୍ୟାଚରେ କରୋନିଲା ପ୍ଲିସ୍‌କୋଭା ଫ୍ରେଞ୍ଚ ଓପନ ଚାମ୍ପିୟନ ଜେଲେନା ଓଷ୍ଟାପେଙ୍କୋଙ୍କୁ ୬-୭ (୭), ୬-୪, ୬-୩ ସେଟ୍‌ରେ ହରାଇ ଦେଇଛନ୍ତି। ପରବର୍ତ୍ତୀ ରାଉଣ୍ଡରେ ସେ ଶୀର୍ଷ ର଼୍ୟାଙ୍କିଙ୍ଗପ୍ରାପ୍ତ ଆସ୍‌ଲେ ବାର୍ଟିଙ୍କୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?