ଅଧା ଦିନ ବନ୍ଦ, ଯାତ୍ରୀ ହନ୍ତସନ୍ତ

କେନ୍ଦୁଝର,୧୮।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୌରପାଳିକା ଅଧୀନ ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ଅନତି ଦୂର ସରକାରୀ ବସ୍‌ଷ୍ଟାଣ୍ଡ ପରିସରରେ ଥିବା ସୁଲଭ ଶୌଚାଳୟରେ ପାଣି ସମସ୍ୟା ଲାଗି ରହିଛି। ଫଳରେ ଦିନର ଅଧାରୁ ଅଧିକ ସମୟ କାମରେ ଲାଗୁ ନ ଥିବା ବେଳେ ଯାତ୍ରୀ ଓ ସ୍ଥାନୀୟ ଲୋକେ ହନ୍ତସନ୍ତ ହେଉଛନ୍ତି। ଏ ନେଇ ପୂର୍ବରୁ ବାରମ୍ବାର ଅଭିଯୋଗ ହୋଇଥିଲେ ବି ସମସ୍ୟାର ସମାଧାନ ହେଉ ନଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି।
ସୂଚନା ଅନୁଯାୟୀ, ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଛକରେ ସରକାରୀ ବସ୍‌ଷ୍ଟାଣ୍ଡ ବ୍ୟତିତ ଏକାଧିକ ଘରୋଇ ବସ୍‌ଷ୍ଟପ ରହିଛି। ଏଣୁ ଯାତ୍ରୀ ତଥା ଅନ୍ୟ ସ୍ଥାନୀୟ ଲୋକମାନେ ଏହି ଶୌଚାଳୟ ଉପରେ ନିର୍ଭର କରିଥାନ୍ତି। ଶୌଚାଳୟକୁ ଆଗରୁ ଘରୋଇ ସଂସ୍ଥା ପରିଚାଳନା କରୁଥିଲା। ଏବେ ପୌର ପ୍ରଶାସନ ଲୋକଙ୍କଠାରୁ ଫି ଆଦାୟ କରି ସେବା ଯୋଗାଇଆସୁଛି। ଏଠାରେ ସ୍ଥାୟୀ ପାଣି ସୁବିଧା ନ ଥିବାରୁ ଟ୍ୟାଙ୍କର ଯୋଗେ ପାଣି ଯୋଗାଣ ହେଉଥିଲା। ତେବେ କିଛି ମାସ ହେଲା ଟ୍ୟାଙ୍କର ପାଣି ଯୋଗାଣ ବନ୍ଦ ହୋଇଯାଇଥିବାରୁ ଅଧା ଦିନ ଶୌଚାଳୟ ବନ୍ଦ ରହୁଛି। ଯେବେ ପାଇପରେ ପାଣି ଆସୁଛି ଶୌଚାଳୟ କାର୍ଯ୍ୟକ୍ଷମ ହେଉଛି। ବିଶେଷତଃ ସକାଳୁ କିଛି ଘଣ୍ଟା ଜଳ ଯୋଗାଣ ହୋଇଥାଏ। ବିଦ୍ୟୁତ୍‌ କାଟ ହେଲେ ଜଳ ଯୋଗାଣ ବନ୍ଦ ପରେ ଅପେକ୍ଷା କରିଥିବା ଲୋକେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି। ପାଖରେ ବିକଳ୍ପ ବ୍ୟବସ୍ଥା ନ ଥିବାରୁ ବିଶେଷ କରି ମହିଳାମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ଅଯଥା ଖର୍ଚ୍ଚାନ୍ତ ହୋଇ ହୋଟେଲକୁ ଯିବାକୁ ବାଧ୍ୟ ହେଉଛନ୍ତି ବୋଲି ଜିଲା ମୁଖ୍ୟାଳୟକୁ କାମରେ ଆସି ହିନସ୍ତା ହୋଇଥିବା କରୁଣାକର ସାହୁ କହିଛନ୍ତି। ପୌରପାଳିକା ନିର୍ବାହୀ ଅଧିକାରିଣୀ ଡା. ମଧୁସ୍ମିତା ସାମାନ୍ତରାୟ କହିଛନ୍ତି, ତୁରନ୍ତ ପାଣି ସମସ୍ୟା ଦୂର କରାଯାଇ ଶୌଚାଳୟକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବାକୁ ପଦକ୍ଷେପ ନିଆଯାଉଛି।
ଅନ୍ୟପକ୍ଷେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ବେୟରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନିର୍ମାଣ ହୋଇଥିବା ଶୌଚାଳୟ ମଧ୍ୟ ରକ୍ଷଣାବେକ୍ଷଣ ଅଭାବରୁ ଶୋଚନୀୟ ହୋଇପଡ଼ିଛି। ପରିସରରେ ଅସ୍ବାସ୍ଥ୍ୟକର ପରିବେଶ ସୃଷ୍ଟି କରୁଥିବାରୁ ଏହାକୁ ଭାଙ୍ଗି ଦିଆଯାଉ, ନଚେତ କାର୍ଯ୍ୟକ୍ଷମ କରାଯାଉ ବୋଲି ପୂର୍ବତନ ବିଧାୟକ ସୁବର୍ଣ୍ଣ ନାୟକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?