ପାଣି ଆଣିବାକୁ ଅଧ କି.ମି.

ବଇଣ୍ଡା,୨୪।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ରହିଛି। ହେଲେ ପଞ୍ଚାୟତର ସମସ୍ତ ସାହିକୁ ପାଇପ୍‌ ପାଣି ମିଳୁନି। ଏପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ବୈଷ୍ଣବସାହିବାସୀ। ସାହିରେ ନଳକୂଅ କିମ୍ବା କୂଅଟିଏ ନ ଥିବାରୁ ଲୋକେ ପିଇବା ପାଣି ପାଇଁ ଦୈନିକ ଅଧ କିଲୋମିଟର ଦୂର ଏକ ଖୋଲା କୂଅ ଉପରେ ନିର୍ଭର କରୁଛନ୍ତି। ଦୀର୍ଘବର୍ଷ ହେଲା ଏହି ସମସ୍ୟାର ସମାଧାନ ହେଉ ନ ଥିବାରୁ ସାହିରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି।
ସାହିବାସୀଙ୍କ କହିବା ଅନୁଯାୟୀ, ଏଠାରେ ୨୦ ପରିବାର ବସବାସ କରୁଥିବାବେଳେ ପାନୀୟ ଜଳର କୌଣସି ବ୍ୟବସ୍ଥା ନାହିଁ। କୂଅ କିମ୍ବା ନଳକୂଅ ସ୍ଥାପନ ହୋଇ ନ ଥିବାରୁ ଅଧ କିଲୋମିଟର ଦୂରରେ ଥିବା ଏକ ଖୋଲାକୂଅରୁ ବର୍ଷ ତମାମ ପାଣି ଆଣିବାକୁ ପଡ଼ୁଛି। ପ୍ରତିବର୍ଷ ଖରା ଦିନେ ଏହି ସମସ୍ୟା ଅଧିକ ଉତ୍କଟ ହେଉଛି। ଉକ୍ତ ଖୋଲା କୂଅ ଶୁଖିଯାଉଥିବାରୁ ପାଣି ସଂଗ୍ରହ ଅଧିକ କଷ୍ଟକର ହୋଇପଡ଼ୁଛି। ସାହିରେ ଏକ ନଳକୂଅ ଖୋଳିବା ପାଇଁ ୨୦୧୯ ମେ ୧୫ ଓ ୨୦୨୦ ମାର୍ଚ୍ଚ ୨୦ରେ ନୁନୁକାପଶି ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରାଯାଇଥିଲେ ମଧ୍ୟ ସୁଫଳ ମିଳିନାହଁି। ତୁରନ୍ତ ଉକ୍ତ ସାହିରେ ଏକ ନଳକୂଅ ସ୍ଥାପନ ସହ ପାଇପ୍‌ ମାଧ୍ୟମରେ ପାଣି ଯୋଗାଇ ଦେବାକୁ ଗୌତମ ପ୍ରଧାନ, ଅନାଦି ପ୍ରଧାନ, ଗୋଲେଖ ପ୍ରଧାନ, ବୁଲା ପ୍ରଧାନ, ପ୍ରଭାକର ପ୍ରଧାନ, ପ୍ରମୋଦା ପ୍ରଧାନ, ସୁବର୍ଣ୍ଣ ପ୍ରଧାନ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ନୁନୁକାପଶି ସରପଞ୍ଚ ଦୀପ୍ତିମୟୀ ସାହୁ କହିଛନ୍ତି, ସାହିବାସୀଙ୍କ ସମସ୍ୟା ସମ୍ପର୍କରେ ବ୍ଲକ ପ୍ରଶାସନକୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri