ପାଣି ଆଣିବାକୁ ଅଧ କି.ମି.

ବଇଣ୍ଡା,୨୪।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ବସୁଧା ଯୋଜନାରେ ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ ରହିଛି। ହେଲେ ପଞ୍ଚାୟତର ସମସ୍ତ ସାହିକୁ ପାଇପ୍‌ ପାଣି ମିଳୁନି। ଏପରି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତର ବୈଷ୍ଣବସାହିବାସୀ। ସାହିରେ ନଳକୂଅ କିମ୍ବା କୂଅଟିଏ ନ ଥିବାରୁ ଲୋକେ ପିଇବା ପାଣି ପାଇଁ ଦୈନିକ ଅଧ କିଲୋମିଟର ଦୂର ଏକ ଖୋଲା କୂଅ ଉପରେ ନିର୍ଭର କରୁଛନ୍ତି। ଦୀର୍ଘବର୍ଷ ହେଲା ଏହି ସମସ୍ୟାର ସମାଧାନ ହେଉ ନ ଥିବାରୁ ସାହିରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି।
ସାହିବାସୀଙ୍କ କହିବା ଅନୁଯାୟୀ, ଏଠାରେ ୨୦ ପରିବାର ବସବାସ କରୁଥିବାବେଳେ ପାନୀୟ ଜଳର କୌଣସି ବ୍ୟବସ୍ଥା ନାହିଁ। କୂଅ କିମ୍ବା ନଳକୂଅ ସ୍ଥାପନ ହୋଇ ନ ଥିବାରୁ ଅଧ କିଲୋମିଟର ଦୂରରେ ଥିବା ଏକ ଖୋଲାକୂଅରୁ ବର୍ଷ ତମାମ ପାଣି ଆଣିବାକୁ ପଡ଼ୁଛି। ପ୍ରତିବର୍ଷ ଖରା ଦିନେ ଏହି ସମସ୍ୟା ଅଧିକ ଉତ୍କଟ ହେଉଛି। ଉକ୍ତ ଖୋଲା କୂଅ ଶୁଖିଯାଉଥିବାରୁ ପାଣି ସଂଗ୍ରହ ଅଧିକ କଷ୍ଟକର ହୋଇପଡ଼ୁଛି। ସାହିରେ ଏକ ନଳକୂଅ ଖୋଳିବା ପାଇଁ ୨୦୧୯ ମେ ୧୫ ଓ ୨୦୨୦ ମାର୍ଚ୍ଚ ୨୦ରେ ନୁନୁକାପଶି ପଞ୍ଚାୟତ କାର୍ଯ୍ୟାଳୟଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଅଭିଯୋଗ କରାଯାଇଥିଲେ ମଧ୍ୟ ସୁଫଳ ମିଳିନାହଁି। ତୁରନ୍ତ ଉକ୍ତ ସାହିରେ ଏକ ନଳକୂଅ ସ୍ଥାପନ ସହ ପାଇପ୍‌ ମାଧ୍ୟମରେ ପାଣି ଯୋଗାଇ ଦେବାକୁ ଗୌତମ ପ୍ରଧାନ, ଅନାଦି ପ୍ରଧାନ, ଗୋଲେଖ ପ୍ରଧାନ, ବୁଲା ପ୍ରଧାନ, ପ୍ରଭାକର ପ୍ରଧାନ, ପ୍ରମୋଦା ପ୍ରଧାନ, ସୁବର୍ଣ୍ଣ ପ୍ରଧାନ ପ୍ରମୁଖ ଦାବି କରିଛନ୍ତି। ଏ ନେଇ ନୁନୁକାପଶି ସରପଞ୍ଚ ଦୀପ୍ତିମୟୀ ସାହୁ କହିଛନ୍ତି, ସାହିବାସୀଙ୍କ ସମସ୍ୟା ସମ୍ପର୍କରେ ବ୍ଲକ ପ୍ରଶାସନକୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri