୨୨ରେ ଅଧାଛୁଟି: ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯ା୧(ଅନିଲ ଦାସ): ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ଅପରାହ୍ନ ୨ଟା ୩୦ ମିନିଟ ଯାଏ ସମସ୍ତ ସରକାରୀ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଧାଦିନ ଛୁଟି ଘୋଷଣା ପରେ ସରକାରୀ କର୍ମଚାରୀମାନେ ଘରେ ରହି ମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବର ସିଧାପ୍ରସାରଣ ଦେଖିପାରିବେ। ପ୍ରଧାନମନ୍ତ୍ରୀ ଉତ୍ସବର ପ୍ରସ୍ତୁତି ସମ୍ପର୍କରେ ମନ୍ତ୍ରୀମାନଙ୍କଠାରୁ ଅବଗତ ହେବା ସହ ସେମାନଙ୍କୁ ଘରେ ଦୀପ ଜଳାଇବା ଏବଂ ଗରିବଙ୍କୁ ଖାଦ୍ୟ ଦେବା ପାଇଁ ପରାମର୍ଶ ଦେଇଛନ୍ତି। ଉକ୍ତ ଦିନକୁ ଦୀପାବଳି ଭାବେ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି। ୨୨ ତାରିଖ ଉତ୍ସବ ପରେ ମନ୍ଦିର ସର୍ବସାଧାରଣଙ୍କ ପାଇଁ ଖୋଲିଲେ ମନ୍ତ୍ରୀମାନେ ସେମାନଙ୍କ ନିର୍ବାଚନମଣ୍ଡଳୀର ଲୋକଙ୍କ ପାଇଁ ଅଯୋଧ୍ୟା ଭ୍ରମଣ ବ୍ୟବସ୍ଥା କରାଇବେ ବୋଲି କୁହାଯାଇଛି। ଏଠାରେ ସୂଚନାଯୋଗ୍ୟ, ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅବସରରେ ରାଜ୍ୟ ସରକାର ସରକାରୀ ଛୁଟି ଘୋଷଣା କରିଥିଲେ। ରାମମନ୍ଦିର ପ୍ରତିଷ୍ଠା ଉତ୍ସବ ପାଇଁ ଜାନୁୟାରୀ ୨୨ ତାରିଖକୁ ଛୁଟି ଘୋଷଣା କରିବାକୁ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଥିଲେ। ତେବେ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିବା ପରେ ରାଜ୍ୟ ସରକାର ମଧ୍ୟ ଅନୁରୂପ ଛୁଟି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri