Posted inଖେଳ

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ ୧୨୪ ରନ୍‌ରେ ପରାସ୍ତ କରିଛି । ଭାରତ ପକ୍ଷରୁ ମିଳିଥିବା ୧୭୦ ରନ୍‌ର ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ମାତ୍ର ୪୫ ରନ୍‌ରେ ଅଲଆଉଟ୍ ହୋଇଯାଇଥିଲା।

ଭାରତୀୟ ବୋଲରଙ୍କ ଦମଦାର ପ୍ରଦର୍ଶନ ଆଗରେ ଶ୍ରୀଲଙ୍କାର ବ୍ୟାଟିଂ ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଥିଲା। ଦଳର ୬ ଜଣ ବ୍ୟାଟର ଖାତା ଖୋଲିପାରିନଥିଲେ । ସିନେଥ ଜୟବର୍ଦ୍ଧନା, ଲସିଥ କ୍ରୁସପୁଲ, ସୋହନ ଡିଲିଭେରା, ଆଶେନ ବଣ୍ଡାରା ଓ ବିନୁରା ଫର୍ନାଣ୍ଡୋ ଶୂନରେ ଆଉଟ୍ ହୋଇଥିଲେ । ବିଜୟକାନ୍ତ ବିୟାସକାନ୍ତ ମଧ୍ୟ ରନ୍ କରିପାରିନଥିଲେ, ହେଲେ ସେ ଅପରାଜିତ ରହିଥିଲେ।

ଭାରତ ପକ୍ଷରୁ ଜସପ୍ରୀତ ବୁମରା, ଅକ୍ଷର ପଟେଲ ଓ ଅଭିଷେକ ଶର୍ମା ୨ଟି ଲେଖାଏଁ ୱିକେଟ୍ ନେଇଥିଲେ । ୱାଶିଂଟନ ସୁନ୍ଦରଙ୍କ ଖାତାରେ ଗୋଟିଏ ୱିକେଟ୍ ଯାଇଥିଲା। ରବି ବିଷ୍ଣୋଇଙ୍କୁ କୌଣସି ୱିକେଟ୍ ମିଳିନଥିଲା। ୪୫ ରନ୍‌ରେ ଅଲଆଉଟ୍ ହେବା ସହ ଶ୍ରୀଲଙ୍କା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ନିଜର ସବୁଠୁ କମ୍ ସ୍କୋର ରେକର୍ଡ କରିଛି । ଏହା ପୂର୍ବରୁ ଶ୍ରୀଲଙ୍କାର ସବୁଠୁ କମ୍ ଟି-୨୦ ସ୍କୋର ଥିଲା ୭୭ ରନ୍ । ୨୦୨୪ ଜୁନ୍ ୩ରେ ଟି-୨୦ ବିଶ୍ୱକପ୍‌ରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦଳ ଏହି ସ୍କୋର କରିଥିଲା।

ଶ୍ରୀଲଙ୍କା ପକ୍ଷରୁ କେବଳ ନୁୱାନିଦୁ ଫର୍ନାଣ୍ଡୋ ଦୁଇ ଅଙ୍କ ଛୁଇଁଥିଲେ। ସେ ୧୧ ବଲ୍‌ରୁ ୧୫ ରନ୍ କରିଥିଲେ । ଅଧିନାୟକ ସହାନ ଆରାଚିଗେ ୯ ଏବଂ ଥରିନ୍ଦୁ ରତ୍ନାୟକ ୫ ରନ୍ କରିଥିଲେ। ଏହା ପୂର୍ବରୁ ଭାରତ ଟସ୍ ହାରି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୭ ୱିକେଟ୍ ହରାଇ ୧୬୯ ରନ୍ କରିଥିଲା। ଈଶାନ କିଶନ ୪୬ ବଲ୍‌ରୁ ୮୦ ରନ୍‌ର ଅପରାଜିତ ଇନିଂସ୍ ଖେଳି ଦଳର ସର୍ବାଧିକ ସ୍କୋରର ହୋଇଥିଲେ । ବୈଭବ ସୂର୍ଯ୍ୟବଂଶୀ ୨୧ ବଲ୍‌ରୁ ୩୮ ରନ୍ କରିଥିଲେ।

ଶ୍ରୀଲଙ୍କା ପକ୍ଷରୁ ଥରିନ୍ଦୁ ରତ୍ନାୟକ ଓ ସହାନ ଆରାଚିଗେ ୨ଟି ଲେଖାଏଁ ୱିକେଟ୍ ନେଇଥିଲେ । ୱାନୁଜା ସହନ, ଲସିଥ କ୍ରୁସପୁଲ ଓ ନୁୱାନିଦୁ ଫର୍ନାଣ୍ଡୋ ଗୋଟିଏ ଲେଖାଏଁ ୱିକେଟ୍ ହାସଲ କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ଶ୍ରୀଲଙ୍କାକୁ ହରାଇ ଫାଇନାଲରେ ଭାରତ, ସ୍ବର୍ଣ୍ଣ ପଦକ ପାଇଁ ପାକିସ୍ତାନ ସହ ଲଢ଼ିବ…

ନୂଆଦିଲ୍ଲୀ,୧।୧୦: ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍ ଇଭେଣ୍ଟରେ ଟିମ୍ ଇଣ୍ଡିଆର ଦମଦାର ବିଜୟ ହୋଇଛି । ଗୁରୁବାର ଦ୍ୱିତୀୟ ସେମିଫାଇନାଲରେ ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ଭାରତ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

କ୍ୟାପଟେନ ସ୍ମିତ ମଚ୍ଛରଙ୍କ ପରିବାର ସହ କଥା ହେଲେ ମୋଦି, ବଡ଼ ଘୋଷଣା କରି….

ନୂଆଦିଲ୍ଲୀ,୧।୧୦ : ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇ FZ1073 ବିମାନରେ ଘଟିଥିବା ଘଟଣାରେ ଆହତ ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ ମଚ୍ଛରଙ୍କ ସାହସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?