ଜିଲାର ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୫ା୧: କେନ୍ଦ୍ରାପଡ଼ା ଜିଲାର ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିଛି। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ ରହିବ ବୋଲି ପ୍ରାଥମିକ ଆକଳନ କରାଯାଉଛି। ଏହାର କାରଣ କ୍ଷେତ ପାଇଁ ଜଳ ପରିଚାଳନା। ଅର୍ଦ୍ଧାଧିକ ଜମି ଜଳସେଚନରୁ ବଞ୍ଚତ୍ତ, ପାଣି ପଞ୍ଚାୟତ ଗଠନ, ପରିଚାଳନାଗତ ତ୍ରୁଟି ପାଇଁ ଚାଷ ଏବେ ଲାଭଜନକ ହେଉ ନ ଥିବା ଓ କୃଷକଙ୍କ ପ୍ରକୃତ ସମସ୍ୟାକୁ ଅଣଦେଖା କରାଯାଉଥିବା ଅଭିଯୋଗ ହେଉଛି।

ଏ ସମ୍ପର୍କରେ କଂସାର ଗଁାର ଚାଷୀ ନିରଞ୍ଜନ ପରିଡା, କୃଷକ ନେତା ଗୟାଧର ଧଳ କୁହନ୍ତି, ନିର୍ବାଚନ ସମୟ ଆସିଲେ ରାଜନେତାଙ୍କର ଚାଷୀଙ୍କ ସମସ୍ୟାଗୁଡିକ ମନେପଡ଼େ। ଇସ୍ତାହାର ପତ୍ରରେ ଚାଷୀ ଓ ଚାଷ ସମସ୍ୟାକୁ ଗୁରୁତ୍ୱ ଦିଆଯାଏ। ନିର୍ବାଚନ ପ୍ରକ୍ରିୟା ଶେଷ ପରେ ଏହି ଇସ୍ତାହାରର ଗୁରୁତ୍ୱ ରହେନାହିଁ। ଜିଲାର ୩୬,୦୩୮ ହେକ୍ଟର ଉଚ୍ଚ ଜମିକୁ ଜଳସେଚନ ବ୍ୟବସ୍ଥା ନାହିଁ। ସେହିପରି ୭୦,୩୩୩ ହେକ୍ଟର ଜମିରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ଚାଷୋପଯୋଗୀ ୭୫,୮୧୮ ହେକ୍ଟର ମଧ୍ୟମ ଜମି ମଧ୍ୟରୁ ୬୫,୦୩୨ ହେକ୍ଟର ଜମି ଜଳସେଚିତ ହେଉଥିବା ଦର୍ଶାଯାଉଥିଲେ ମଧ୍ୟ ବାସ୍ତବିକ ତଥ୍ୟ ଏହାଠାରୁ ଭିନ୍ନ। ଜିଲାର ୯ ବ୍ଲକ ମଧ୍ୟରୁ ଆଳି, ରାଜନଗର ଓ ରାଜକନିକାରେ ଆଦୌ କେନାଲ ନାହିଁ। ପ୍ରତି ବ୍ଲକର ଅତିକମରେ ୩୫ ପ୍ରତିଶତ କ୍ଷେତକୁ ଜଳ ଯୋଗାଣ ହେବ ବୋଲି ରାଜ୍ୟ ସରକାର ଘୋଷଣା କରିବାର ଦୀର୍ଘଦିନ ବିତିଥିଲେ ମଧ୍ୟ ଏହି ବ୍ଲକଗୁଡିକରେ କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଯୁବବର୍ଗ ଚାଷ ଛାଡି କର୍ମ ନିଯୁକ୍ତି ପାଇଁ ବିଦେଶ ମୁହଁା ହେଉଛନ୍ତି। ସୂଚନା ଅଧିକାର କର୍ମୀ ପ୍ରମୋଦ କୁମାର ସ୍ବାଇଁ କହିଛନ୍ତି, ଏ ନେଇ କୃଷି ବିଭାଗ ପକ୍ଷରୁ ଏକ ତଥ୍ୟ ମିଳିଛି। ଏହି ତଥ୍ୟ ଅନୁଯାୟୀ, ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୨୮,୦୭୦ ହେକ୍ଟର ଚାଷ ଜମି ଥିବା ବେଳେ ମାତ୍ର ୬,୮୨୩ ହେକ୍ଟର ଜମିକୁ ଜଳସେଚନର ବ୍ୟବସ୍ଥା ରହିଛି। ଅର୍ଥାତ ୨୪.୩୧ ପ୍ରତିଶତ ଜମି ଜଳସେଚିତ। ସେହିପରି ରାଜନଗରର ମୋଟ ୨୫,୮୯୫ ହେକ୍ଟର ଜମିରୁ ମାତ୍ର ୧୯.୧୬ ପ୍ରତିଶତ ଜମି ଜଳସେଚିତ। ସେହିପରି ରାଜକନିକା ବ୍ଲକ ଅଞ୍ଚଳରେ ୩୩.୬୨ ପ୍ରତିଶତ କ୍ଷେତକୁ ଉଠା ଜଳସେଚନ ଓ ଅନ୍ୟ ଉତ୍ସ୍ୟରୁ ଜଳ ମିଳୁଛି। ଜିଲାରେ ୧,୧୧୪ ଟି ଲିଫ୍ଟ ଇରିଗେଶନ ଓ ୩,୦୬୩ଟି ସୋଲୋ ଟିଉବୱେଲ ମାଧ୍ୟମରେ ମୋଟ ୩୦,୬୮୧ ହେକ୍ଟରକୁ ଜଳସେଚନ ହେଉଥିବା ଏହି ତଥ୍ୟରେ ଉଲ୍ଲେଖ ଥିବା ବେଳେ ଅନ୍ୟ ଉତ୍ସରୁ ମାତ୍ର ୧୦,୬୨୪ ହେକ୍ଟର ପାଣି ମିଳୁଥିବା ଦର୍ଶାଯାଇଛି। ତେବେ ତୃଣମୂଳରେ ଏହାର ତନଖି କଲେ ଏହି ତଥ୍ୟ ଅବାସ୍ତବ ବୋଲି ସେ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ବାନାମ୍ବର ସାହୁ କହିଛନ୍ତି, ଉଠା ଜଳସେଚନ ବିଭାଗ ପକ୍ଷରୁ ଗଠନ ହୋଇଥିବା ପାଣି ପଞ୍ଚାୟତ ଏବେ ପ୍ରହସନ ପାଲଟିଛି। କେତେକ ପାଣି ପଞ୍ଚାୟତରେ ସଭ୍ୟାସଭ୍ୟଙ୍କ ଅଜାଣତରେ କର୍ମକର୍ତ୍ତାମାନେ ସରକାରୀ ଅନୁଦାନକୁ ଠିକାଦାରୀ ଆଳରେ ହଡ଼ପ କରୁଛନ୍ତି। ସେହିପରି ଜଳସମ୍ପଦ ବିଭାଗ ପକ୍ଷରୁ ଜଳ ପରିଚାଳନାକୁ ଗୁରୁତ୍ୱ ଦିଆଯାଉନାହିଁ। ଗୋବରୀ, ଜମ୍ବୁ, କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ କେନାଲ ଆଦିରେ ବିଲାତି ଦଳ ଭର୍ତ୍ତି ଯୋଗୁ ଶେଷ ମୁଣ୍ଡରେ ଜଳ ପହଞ୍ଚତ୍ ପାରୁନାହିଁ। ପ୍ରତିବର୍ଷ ବନ୍ୟା ସମୟରେ ଉପାନ୍ତ ଅଞ୍ଚଳର ୫୫ ପଞ୍ଚାୟତରେ ଚାଷ ନଷ୍ଟ ହେଉଛି। ଜଳ ନିଷ୍କାସନ ଓ ଜଳସେଚନ ପାଇଁ ଆବଶ୍ୟକ ଜଳର ଅଭାବ ଚାଷୀଙ୍କୁ ଚାଷରୁ ନିବୃତ୍ତ କରୁଛି। ବିଭିନ୍ନ ନଦୀ, ନାଳରେ ବ୍ୟାରେଜ ଓ କ୍ରିକ୍‌ ବନ୍ଧ ଦ୍ୱାରା ମଧୁର ଜଳ ଅଟକାଇ ଚାଷ କ୍ଷେତକୁ ଜଳସେଚନ ହୋଇପାରନ୍ତା। ଏ ସମ୍ପର୍କରେ ଜଳ ସଦମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀ କହିଛନ୍ତି, ଜଳ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। କେନାଲର ଉନ୍ନତିକରଣ ସହ କ୍ରିକ୍‌ ବନ୍ଧ ନିର୍ମାଣ କରାଯାଉଛିି। ଆଗକୁ ନଦୀରେ ବ୍ୟାରେଜ ଓ ଅଧିକ କ୍ରିକ୍‌ ବନ୍ଧ ନିର୍ମାଣ ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri