ଅର୍ଦ୍ଧାଧିକ ଚାଷଜମି ଜଳସେଚନରୁ ବଞ୍ଚିତ

କେନ୍ଦ୍ରାପଡ଼ା,୮ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାର ଶୁକ୍ରବାରଠାରୁ ୧୧୮ ସ୍ଥାନରେ ସରକାରୀ ଧାନମଣ୍ଡି ଖୋଲିବ। ବଳକା ଧାନ ବିକ୍ରି ପାଇଁ ପଞ୍ଜୀକୃତ ଚାଷୀଙ୍କୁ ଟୋକନ୍‌ ଦିଆଯାଇଛି। ତେବେ ଚଳିତବର୍ଷ ପୂର୍ବବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ କମ୍‌ ରହିବ ବୋଲି ପ୍ରାଥମିକ ଆକଳନ କରାଯାଉଛି। ଏହାର କାରଣ କ୍ଷେତ ପାଇଁ ଜଳ ପରିଚାଳନା। ଅର୍ଦ୍ଧାଧିକ ଚାଷ ଜମି ଜଳସେଚନରୁ ବଞ୍ଚତ୍ତ, ପାଣି ପଞ୍ଚାୟତ ଗଠନ ଓ ପରିଚାଳନାଗତ ତ୍ରୁଟି ପାଇଁ ଚାଷ ଏବେ ଲାଭଜନକ ହେଉ ନାହିଁ। କୃଷକଙ୍କ ପ୍ରକୃତ ସମସ୍ୟାକୁ ଅଣଦେଖା କରାଯାଉଥିବା ଅଭିଯୋଗ ହେଉଛି।
ଏ ସମ୍ପର୍କରେ କଂସାର ଗ୍ରାମର ଚାଷୀ ନିରଞ୍ଜନ ପରିଡା, କୃଷକ ନେତା ଗୟାଧର ଧଳ କହିଛନ୍ତି, ନିର୍ବାଚନ ସମୟ ଆସିଲେ ରାଜନେତାଙ୍କର ଚାଷୀଙ୍କ ସମସ୍ୟାଗୁଡ଼ିକ ମନେପଡ଼େ। ଇସ୍ତାହାର ପତ୍ରରେ ଚାଷୀ ଓ ଚାଷ ସମସ୍ୟାକୁ ଗୁରୁତ୍ୱ ଦିଆଯାଏ। ନିର୍ବାଚନ ପ୍ରକ୍ରିୟା ଶେଷ ପରେ ଏହି ଇସ୍ତାହାରର ଗୁରୁତ୍ୱ ରହେ ନାହିଁ। ଜିଲାର ୩୬,୦୩୮ ହେକ୍ଟର ଉଚ୍ଚ ଜମିକୁ ଜଳସେଚନ ବ୍ୟବସ୍ଥା ନାହିଁ। ସେହିପରି ୭୦,୩୩୩ ହେକ୍ଟର ଜମିରେ ଜଳ ନିଷ୍କାସନ ଏକ ସମସ୍ୟା ହୋଇଛି। ଚାଷୋପଯୋଗୀ ୭୫,୮୧୮ ହେକ୍ଟର ମଧ୍ୟମ ଜମି ମଧ୍ୟରୁ ୬୫,୦୩୨ ହେକ୍ଟର ଜମି ଜଳସେଚିତ ହେଉଥିବା ଦର୍ଶାଯାଉଥିଲେ ମଧ୍ୟ ବାସ୍ତବିକ ତଥ୍ୟ ଏହାଠାରୁ ଭିନ୍ନ। ଜିଲାର ୯ ବ୍ଲକ ମଧ୍ୟରୁ ଆଳି, ରାଜନଗର ଓ ରାଜକନିକାରେ ଆଦୌ କେନାଲ ନାହିଁ। ପ୍ରତି ବ୍ଲକର ଅତିକମ୍‌ରେ ୩୫ ପ୍ରତିଶତ କ୍ଷେତକୁ ଜଳ ଯୋଗାଣ ହେବ ବୋଲି ରାଜ୍ୟ ସରକାର ଘୋଷଣା କରିବାର ଦୀର୍ଘଦିନ ବିତିଥିଲେ ମଧ୍ୟ ଏହା ଏହି ବ୍ଲକଗୁଡ଼ିକରେ କାର୍ଯ୍ୟକାରୀ ହୋଇନାହିଁ। ଫଳରେ ଯୁବବର୍ଗ ଚାଷ ଛାଡ଼ି କର୍ମନିଯୁକ୍ତି ପାଇଁ ବିଦେଶମୁହଁା ହେଉଛନ୍ତି। ସୂଚନା ଅଧିକାର କର୍ମୀ ପ୍ରମୋଦ କୁମାର ସ୍ବାଇଁ କହିଛନ୍ତି, ଏ ନେଇ କୃଷି ବିଭାଗ ପକ୍ଷରୁ ଏକ ତଥ୍ୟ ମିଳିଛି। ତଥ୍ୟ ଅନୁଯାୟୀ, ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୨୮,୦୭୦ ହେକ୍ଟର ଚାଷଜମି ଥିବା ବେଳେ ମାତ୍ର ୬,୮୨୩ ହେକ୍ଟର ଜମିକୁ ଜଳସେଚନର ବ୍ୟବସ୍ଥା ରହିଛି। ଅର୍ଥାତ ୨୪.୩୧ ପ୍ରତିଶତ ଜମି ଜଳସେଚିତ। ସେହିପରି ରାଜନଗରର ମୋଟ ୨୫,୮୯୫ ହେକ୍ଟର ଜମିରୁ ମାତ୍ର ୧୯.୧୬ ପ୍ରତିଶତ ଜମି ଜଳସେଚିତ। ରାଜକନିକା ବ୍ଲକ ଅଞ୍ଚଳରେ ୩୩.୬୨ ପ୍ରତିଶତ କ୍ଷେତକୁ ଉଠା ଜଳସେଚନ ଓ ଅନ୍ୟ ଉତ୍ସରୁ ଜଳ ମିଳୁଛି। ଜିଲାରେ ୧,୧୧୪ଟି ଲିଫ୍ଟ ଇରିଗେଶନ ଓ ୩,୦୬୩ଟି ସୋଲୋ ଟିଉବୱେଲ ମାଧ୍ୟମରେ ମୋଟ ୩୦,୬୮୧ ହେକ୍ଟରକୁ ଜଳସେଚନ ହେଉଥିବା ଏହି ତଥ୍ୟରେ ଉଲ୍ଲେଖ ଥିବା ବେଳେ ଅନ୍ୟ ଉତ୍ସରୁ ମାତ୍ର ୧୦,୬୨୪ ହେକ୍ଟର ପାଣି ମିଳୁଥିବା ଦର୍ଶାଯାଇଛି। ତେବେ ତୃଣମୂଳରେ ଏହାର ତନଖି କଲେ ଏହି ତଥ୍ୟ ଅବାସ୍ତବ ବୋଲି ସେ ପ୍ରକାଶ କରିଛନ୍ତି। ବୁଦ୍ଧିଜୀବୀ ବାନାମ୍ବର ସାହୁ କହିଛନ୍ତି, ଉଠା ଜଳସେଚନ ବିଭାଗ ପକ୍ଷରୁ ଗଠନ ହୋଇଥିବା ପାଣି ପଞ୍ଚାୟତ ଏବେ ପ୍ରହସନ ପାଲଟିଛି। କେତେଗୋଟି ପାଣି ପଞ୍ଚାୟତରେ ସଭ୍ୟାସଭ୍ୟଙ୍କ ଅଜାଣତରେ କର୍ମକର୍ତ୍ତାମାନେ ସରକାରୀ ଅନୁଦାନକୁ ଠିକାଦାରି ଆଳରେ ହଡ଼ପ କରୁଛନ୍ତି। ସେହିପରି ଜଳସମ୍ପଦ ବିଭାଗ ପକ୍ଷରୁ ଜଳ ପରିଚାଳନାକୁ ଗୁରୁତ୍ୱ ଦିଆଯାଉନାହିଁ। ଗୋବରୀ, ଜମ୍ବୁ, କେନ୍ଦ୍ରାପଡ଼ା, ପଟ୍ଟାମୁଣ୍ଡାଇ କେନାଲ ଆଦିରେ ବିଲାତି ଦଳ ଭର୍ତ୍ତି ଯୋଗୁ ଶେଷ ମୁଣ୍ଡରେ ପାଣି ପହଞ୍ଚତ୍ ପାରୁନାହିଁ। ପ୍ରତିବର୍ଷ ବନ୍ୟା ସମୟରେ ଉପାନ୍ତ ଅଞ୍ଚଳର ୫୫ ପଞ୍ଚାୟତରେ ଚାଷ ନଷ୍ଟ ହେଉଛି। ଜଳ ନିଷ୍କାସନ ଓ ଜଳସେଚନ ପାଇଁ ଆବଶ୍ୟକ ପାଣିର ଅଭାବ ଚାଷୀଙ୍କୁ ଚାଷରୁ ନିବୃତ୍ତ କରୁଛି। ବିଭିନ୍ନ ନଦୀ ଓ ନାଳରେ ବ୍ୟାରେଜ ଓ କ୍ରିକ୍‌ ବନ୍ଧ ଦ୍ୱାରା ମଧୁର ଜଳ ଅଟକାଇ କ୍ଷେତକୁ ଜଳସେଚନ ହୋଇପାରନ୍ତା। ଏ ସମ୍ପର୍କରେ ଜଳସମ୍ପଦ ବିଭାଗ ନିର୍ବାହୀ ଯନ୍ତ୍ରୀ ଇଂ. ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ଜିଲାରେ ଜଳ ପରିଚାଳନାକୁ ଗୁରୁତ୍ୱ ଦିଆଯାଉଛି। କେନାଲର ଉନ୍ନତୀକରଣ ସହ କ୍ରିକ୍‌ ବନ୍ଧ ନିର୍ମାଣ କରାଯାଉଛି। ଆଗକୁ ନଦୀରେ ବ୍ୟାରେଜ ଓ ଅଧିକ କ୍ରିକ୍‌ ବନ୍ଧ ନିର୍ମାଣ ପାଇଁ ଯୋଜନା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

୧୬ ବର୍ଷୀୟା ଶାଳୀଙ୍କୁ ବଳାତ୍କାର କରି ହତ୍ୟା କରିଥିଲେ ଭିଣୋଇ, ଆସିଲା ମାମଲାର ରାଏ…

ବ୍ରହ୍ମପୁର,୨୬।୩(ସୁବାସ ଚନ୍ଦ୍ର ପାଢ଼ୀ): ଫାଷ୍ଟଟ୍ରାକ୍‌ ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଗୁରୁବାର ଏକ ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ବିଚାର କରି ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ଗଜପତିରେ ଭାଜପାକୁ ବଡ଼ ଝଟକା: ଶଙ୍ଖ ଭବନରେ ବିଜେଡିରେ ସାମିଲ ହେଲେ ସରପଞ୍ଚଙ୍କ ସମେତ ୬୦ରୁ ଊଦ୍ଧର୍‌ବ କର୍ମୀ, ସ୍ବାଗତ କଲେ…

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ଭାଜପା ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଗୋଷାଣି ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତର ଭାଜପା ସମର୍ଥିତ ସରପଞ୍ଚଙ୍କ…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସ୍କୁଲ ଆସୁ ନ ଥିଲେ ପିଲା: ଘରକୁ ଘର ବୁଲି ଛାତ୍ରୀଛାତ୍ରଙ୍କୁ ଡାକିଲେ ବିଇଓ, ୩ ମାସ ମଧ୍ୟରେ…

କୋକସରା, ୨୬।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏଣୁ ଛାତ୍ରୀଛାତ୍ରଙ୍କ…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri