କରୋନା ମୁକାବିଲା ପାଇଁ ମାର୍ଚ୍ଚରୁ ଦିଆଯାଉଛି ହୋମିଓପାଥି ଔଷଧ

ଅହମଦାବାଦ,୨୪।୮: ଦେଶରେ ଦିନକୁ ଦିନ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ପ୍ରତିଦିନ ଏଠାରେ ହଜାର ହଜାର ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟରେ ଗୁଜରାଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ମାର୍ଚ୍ଚରେ କୋଭିଡ-୧୯ ଆରମ୍ଭ ହେବା ପରଠାରୁ ଉପଶମକାରୀ ଭାବେ ହୋମିଓପାଥିକ ଔଷଧ ଆର୍ସେନିକମ୍‌ ଆଲବମ-୩୦କୁ ରାଜ୍ୟର ଅଧାରୁ ଅଧିକ ଲୋକଙ୍କୁ ବଣ୍ଟନ କରାଯାଇଛି ବୋଲି ଗୁଜରାଟର ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଗୁଜୁରାଟରେ କୋଭିଡ-୧୯ର ମୁକାବିଲା ରଣନୀତି ଉପରେ ଅଗଷ୍ଟ ୨୦ରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସମ୍ମୁଖରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏକ ରିପୋର୍ଟ ଉପସ୍ଥାପନା କରିଯାଇଥିଲା। ଯେଉଥିଁରେ କୁହାଯାଇଛି, ରାଜ୍ୟରେ ପ୍ରାୟ ୩.୪୮ କୋଟି ଲୋକଙ୍କୁ ଆର୍ସେନିକମ୍‌ ଆଲବମ-୩୦ ବଣ୍ଟନ କରାଯାଇଛି। ହେଲେ ଏପର୍ଯ୍ୟନ୍ତ କୌଣସି ବୈଜ୍ଞାନିକ ପ୍ରମାଣ ମିଳି ନାହିଁ ଯେ, ଏହି ଔଷଧ କୋଭିଡ-୧୯ର ଚିକିତ୍ସାରେ ସହାୟକ ହେବ। କିନ୍ତୁ ରାଜ୍ୟ ସରକାର ଦାବି କରିଛନ୍ତି ଯେ, କ୍ୱାରାଣ୍ଟାଇନ୍‌ ଅବଧି ସମୟରେ ଆୟୁଷ (ଆୟୁର୍ବେଦ, ଯୋଗ ଏବଂ ପ୍ରାକୃତିକ ଚିକିତ୍ସା ଓ ହୋମିଓପାଥି)ର ଲାଭ ଉଠାଇଥିବା ୯୯.୬ ପ୍ରତିଶତ ଲୋକ ଏହି ଔଷଧ ବ୍ୟବହାର କରିବା ପରେ କରୋନା ସଂକ୍ରମଣରୁ ମୁକ୍ତ ହୋଇଥିଲେ। ଆୟୁଷ ଅଧୀନରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଦିଆଯାଇଥିବା ପରାମର୍ଶ ସହାୟକ ହୋଇଛି। ତେବେ ଆୟୁଷ ଚିକିତ୍ସାର ଫଳପ୍ରଦତାକୁ ଆକଳନ କରିବା ପାଇଁ ଏକ ଗବେଷଣା ମଧ୍ୟ କରାଯାଇଥିଲା ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି। ଏଥିସହ ୩୩, ୨୬୮ଜଣ ଲୋକ ଆଇସୋଲେଶନ୍‌ ଅବଧିରେ ଆୟୁଷ ଔଷଧରୁ ଉପକୃତ ହୋଇଥିଲେ। ସେଥିମଧ୍ୟରୁ ଅଧା ଲୋକ ହୋମିଓପାଥି ଔଷଧ ସେବନ କରିଥିଲେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ସରକାର ଆର୍ସେନିକମ ଆଲବମ-୩୦ ଔଷଧର ସମ୍ଭାବନାକୁ ନେଇ ଆତ୍ମବିଶ୍ୱାସୀ ହୋଇଛନ୍ତି ବୋଲି ରବିବାର ଗୁଜୁରାଟର ମୁଖ୍ୟ ସଚିବ (ସ୍ବାସ୍ଥ୍ୟ) ଜୟନ୍ତୀ ରବି କହିଛନ୍ତି। କାରଣ ଯେଉଁ ହଜାରେକରୋନା ଆକ୍ରାନ୍ତଙ୍କୁ ଏହି ଔଷଧ ଦିଆଯାଇଥିଲା ସେଥିମଧ୍ୟରୁ ୯୯.୬୯ ପ୍ରତିଶତ ଲୋକ ସଂକ୍ରମଣ ମୁକ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri