Posted inଜାତୀୟ

ନିର୍ଭୟା ପାଣ୍ଠିର ଅଧା ବିନିଯୋଗ ହୋଇଛି

ନୂଆଦିଲ୍ଲୀ ,୧୭।୧୨: ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୧୦ ବର୍ଷ ବିତିଛି। ହେଲେ ରାଜଧାନୀର ମହିଳାମାନଙ୍କ ପାଇଁ କିଛି ବଦଳି ନ ଥିବା ନିର୍ଭୟାର ମାଆବାପା କହିଛନ୍ତି। ଏଠାରେ ଅନେକ ମହିଳା ଯୌନ ଉତ୍ପୀଡ଼ନର ଶିକାର ହେଉଥିବା ନିର୍ଭୟାଙ୍କ ମାଆ ଆଶାଦେବୀ କହିଛନ୍ତି। ଦିଲ୍ଲୀରେ ମହିଳା ସୁରକ୍ଷିତ ନୁହନ୍ତି ବୋଲି ଆଶାଦେବୀଙ୍କ ସ୍ବାମୀ ବଦ୍ରିନାରାୟଣ ସିଂ କହିଛନ୍ତି। ୨୦୧୨ ଡିସେମ୍ବର ୧୬ ରାତିରେ ପାରାମେଡିକାଲ ଛାତ୍ରୀ ନିର୍ଭୟା ତାଙ୍କ ପୁରୁଷବନ୍ଧୁଙ୍କ ସହ ବସ୍‌ରେ ଯାଉଥିବାବେଳେ ତାଙ୍କୁ ୬ ଜଣ ଗଣବଳାତ୍କାର କରିବା ସହ ଚଳନ୍ତା ବସ୍‌ରୁ ଠେଲିଦେଇଥିଲେ। ୧୫ ଦିନ ମୃତ୍ୟୁ ସହ ସଂଘର୍ଷ କରିବା ପରେ ସିଙ୍ଗାପୁରର ଏକ ହସ୍ପିଟାଲରେ ନିର୍ଭୟାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସାରା ଦେଶରେ ଆଲୋଡନ ସୃଷ୍ଟି ହେବା ସହ ସରକାର ଆଇନରେ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଥିଲେ। ମହିଳାମାନଙ୍କ ସୁରକ୍ଷା ଲାଗି କେନ୍ଦ୍ର ସରକାର ୨୦୧୩ରେ ନିର୍ଭୟା ପାଣ୍ଠି ଗଠନ କରିଥିଲେ ହେଁ ଏହାର ଅଧା ବିନିଯୋଗ ହୋଇଥିବା ଜଣାପଡ଼ିଛି। ସରକାରୀ ତଥ୍ୟ ଅନୁଯାୟୀ ୨୦୨୨ ମାର୍ଚ୍ଚ ସୁଦ୍ଧା ଏହି ପାଣ୍ଠିକୁ ମୋଟ ୬,୨୬୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ୩,୦୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ଜଣାପଡ଼ିଛି। ପାଣ୍ଠି ଗଠନ ହେବାର ପ୍ରଥମ ୫ ବର୍ଷରେ ୩,୨୦୦ କୋଟି ଟଙ୍କା ମଞ୍ଜୁର ହୋଇଥିଲା ଏବଂ ଏଥିରେ ମହିଳାଙ୍କ ସୁରକ୍ଷା ଲାଗି ବିଭିନ୍ନ ଭିତ୍ତିଭୂମି ଓ ପ୍ରୋଜେକ୍ଟ କାର୍ଯ୍ୟ ହୋଇଥିଲା। ମହାମାରୀଠାରୁ ୨,୯୦୫ କୋଟି ଟଙ୍କା ମଞ୍ଜୁର ହୋଇଥିଲେ ହେଁ ବ୍ୟୟ ପରିମାଣ ବହୁତ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri