Posted inଜାତୀୟ

ନିର୍ଭୟା ପାଣ୍ଠିର ଅଧା ବିନିଯୋଗ ହୋଇଛି

ନୂଆଦିଲ୍ଲୀ ,୧୭।୧୨: ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣାକୁ ୧୦ ବର୍ଷ ବିତିଛି। ହେଲେ ରାଜଧାନୀର ମହିଳାମାନଙ୍କ ପାଇଁ କିଛି ବଦଳି ନ ଥିବା ନିର୍ଭୟାର ମାଆବାପା କହିଛନ୍ତି। ଏଠାରେ ଅନେକ ମହିଳା ଯୌନ ଉତ୍ପୀଡ଼ନର ଶିକାର ହେଉଥିବା ନିର୍ଭୟାଙ୍କ ମାଆ ଆଶାଦେବୀ କହିଛନ୍ତି। ଦିଲ୍ଲୀରେ ମହିଳା ସୁରକ୍ଷିତ ନୁହନ୍ତି ବୋଲି ଆଶାଦେବୀଙ୍କ ସ୍ବାମୀ ବଦ୍ରିନାରାୟଣ ସିଂ କହିଛନ୍ତି। ୨୦୧୨ ଡିସେମ୍ବର ୧୬ ରାତିରେ ପାରାମେଡିକାଲ ଛାତ୍ରୀ ନିର୍ଭୟା ତାଙ୍କ ପୁରୁଷବନ୍ଧୁଙ୍କ ସହ ବସ୍‌ରେ ଯାଉଥିବାବେଳେ ତାଙ୍କୁ ୬ ଜଣ ଗଣବଳାତ୍କାର କରିବା ସହ ଚଳନ୍ତା ବସ୍‌ରୁ ଠେଲିଦେଇଥିଲେ। ୧୫ ଦିନ ମୃତ୍ୟୁ ସହ ସଂଘର୍ଷ କରିବା ପରେ ସିଙ୍ଗାପୁରର ଏକ ହସ୍ପିଟାଲରେ ନିର୍ଭୟାଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ସାରା ଦେଶରେ ଆଲୋଡନ ସୃଷ୍ଟି ହେବା ସହ ସରକାର ଆଇନରେ ପରିବର୍ତ୍ତନ କରିବାକୁ ବାଧ୍ୟ ହୋଇଥିଲେ। ମହିଳାମାନଙ୍କ ସୁରକ୍ଷା ଲାଗି କେନ୍ଦ୍ର ସରକାର ୨୦୧୩ରେ ନିର୍ଭୟା ପାଣ୍ଠି ଗଠନ କରିଥିଲେ ହେଁ ଏହାର ଅଧା ବିନିଯୋଗ ହୋଇଥିବା ଜଣାପଡ଼ିଛି। ସରକାରୀ ତଥ୍ୟ ଅନୁଯାୟୀ ୨୦୨୨ ମାର୍ଚ୍ଚ ସୁଦ୍ଧା ଏହି ପାଣ୍ଠିକୁ ମୋଟ ୬,୨୬୦ କୋଟି ଟଙ୍କା ମଞ୍ଜୁର ହୋଇଥିବାବେଳେ ୩,୦୬୯ କୋଟି ଟଙ୍କା ବିନିଯୋଗ ହୋଇଥିବା ଜଣାପଡ଼ିଛି। ପାଣ୍ଠି ଗଠନ ହେବାର ପ୍ରଥମ ୫ ବର୍ଷରେ ୩,୨୦୦ କୋଟି ଟଙ୍କା ମଞ୍ଜୁର ହୋଇଥିଲା ଏବଂ ଏଥିରେ ମହିଳାଙ୍କ ସୁରକ୍ଷା ଲାଗି ବିଭିନ୍ନ ଭିତ୍ତିଭୂମି ଓ ପ୍ରୋଜେକ୍ଟ କାର୍ଯ୍ୟ ହୋଇଥିଲା। ମହାମାରୀଠାରୁ ୨,୯୦୫ କୋଟି ଟଙ୍କା ମଞ୍ଜୁର ହୋଇଥିଲେ ହେଁ ବ୍ୟୟ ପରିମାଣ ବହୁତ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଅସରପା ବି ଅଟନ୍ତି ବିୟରପ୍ରେମୀ, କାରଣ ଜାଣିଲେ ତାଜୁବ ହେବେ…

ଆଜିକାଲି ଇଣ୍ଟରନେଟ ଏବଂ ସୋସିଆଲ ମିଡିଆ ଦୁନିଆରେ କକ୍ରୋଚ (ଅସରପା) ନାମଟି ବେଶ୍‌ ଭାଇରାଲ ହେବାରେ ଲାଗିଛି। ସାଧାରଣତଃ ଏହି ଜୀବର ନାମ ଶୁଣିବା ମାତ୍ରେ ଲୋକଙ୍କ…

ଏମ୍‌କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ…

କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ

ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri