ରାସ୍ତା କାମ ଅଧାରୁ ବନ୍ଦ, ୩୦ ଗାଁ ଲୋକେ ହନ୍ତସନ୍ତ

ଧରାକୋଟ,୧୬ା୫(ଡି.ଏନ୍‌.ଏ.): ସରକାରଙ୍କ ସହ ବୁଝାମଣାପତ୍ର ସ୍ବାକ୍ଷର କଲେ ଠିକାଦାର। ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କଲେ। ହେଲେ ଗୁଣବତା ଭୁଲି ନିମ୍ନ ମାନର ନିର୍ମାଣ କାର୍ଯ୍ୟ କରିଥିବା ଯୋଗୁ ଗାଁ ଲୋକେ ଅଭିଯୋଗ କଲେ। ଏହା ଦେଖି ଅଧାରୁ କାମ ବନ୍ଦ କରି ଚାଲିଗଲେ। ଯାହାର ପରିଣାମ ଭୋଗୁଛନ୍ତି ୩୦ ଖଣ୍ଡ ଗାଁର ଲୋକେ। ଭଞ୍ଜନଗର ପୂର୍ତ୍ତ ବିଭାଗ ଡିଭିଜନ ଅଧୀନରେ ରହିଥିବା ଝଗଡ଼େଇ ମଙ୍ଗଳପୁର ଜାହାଡା ନୂଆଗାଁ ୨୪ କିମି ରାସ୍ତା ନିର୍ମାଣ ପାଇଁ ୨୪କୋଟି ୫୦ ଲକ୍ଷ୍ୟ ଟଙ୍କାର ଟେଣ୍ଡର ନେଇଛି ଏକ ଠିକା ସଂସ୍ଥା। ୨୦୨୨ରେ ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା।୨୦୨୩ ମାର୍ଚ୍ଚ ମାସ ସୁଦ୍ଧା ଏହି ରାସ୍ତାର ଜାହାଡା, ପୂଟୁ, ନନ୍ଦୀଗୋର, ଜଗମୋହନ, ଚମ୍ପା ପଲି, ନୂଆଗାଁ ଛକ, ଗଙ୍ଗାପୁର, ମଙ୍ଗଳପୁର ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ସହ କଲଭର୍ଟ, ବକ୍ସ ବ୍ରିଜ ନିର୍ମାଣ ହୋଇଛି। ହେଲେ ଏହା ଅତ୍ୟନ୍ତ ନିମ୍ନ ମାନର ବୋଲି ମଙ୍ଗଳପୁର, ଜଗମୋହନ ଓ ଜାହାଡା ପଞ୍ଚାୟତ ଲୋକେ ପ୍ରତିବାଦ କରିବା ସହ ଅଭିଯୋଗ ପରେ ନିର୍ମାଣ କାର୍ଯ୍ୟ ବନ୍ଦ କରିଥିଲା ଠିକା କମ୍ପାନୀ। ଫଳରେ ରାସ୍ତା ଧୋଇ ହେବାସହ ମେଟାଲ ଉଠିଗଲାଣି। ଏପରିକି ଡାଇଭର୍ସନ ରାସ୍ତା ନଷ୍ଟ ହୋଇ ଖାଲ ଖମା ହୋଇଯିବାରୁ ରାସ୍ତାରେ ଯାତାୟାତରେ ଘୋର ଅସୁବିଧା ସୃଷ୍ଟି ହେଉଛି। ଏହି ରାସ୍ତାରେ ଆସିକାଠାରୁ ସୋରଡ଼ା ଚଳାଚଳ କରୁଥିବା ପ୍ରାୟ ୩୦ ଖଣ୍ଡ ଗାଁର ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେବା ସହ ହନ୍ତସନ୍ତ ହେଉଛନ୍ତି। ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହେଉଥିବା ବେଳେ ଚାଲି ଚାଲି ଯିବା ସମ୍ଭବ ହେଉନାହିଁ। ଆଶ୍ଚର୍ଯ୍ୟର କଥା ଏହି ନିର୍ମାଣ କାର୍ଯ୍ୟ ତଦାରଖ ଦାୟିତ୍ୱ ଗାଙ୍ଗପୁର ଓ ସୋରଡ଼ା ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଦୁଇଜଣ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀଙ୍କ ସମେତ ମେଟ ମାନେ ନିର୍ମାଣ କାର୍ଯ୍ୟ ସମୟରେ ଉପସ୍ଥିତ ରହିବା ପରେ ମଧ୍ୟ ଠିକା ସଂସ୍ଥା ଏପରି ନିମ୍ନ ମାନର ନିର୍ମାଣ କାର୍ଯ୍ୟ କରିବା ପାଇଁ ସାହାସ ଯୁଟାଇ ପାରୁଛି
କେମିତି । ନିମ୍ନ ମାନର ନିର୍ମାଣ କାର୍ଯ୍ୟ ସମ୍ପର୍କରେ ଅଞ୍ଚଳର ଲୋକେ ବିଭାଗୀୟ ଅଧିକାରୀ ଓ ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ କାହିଁକି ନିଆ ଯାଉନାହିଁ ତାହା ବୁଝି ହେଉନାହିଁ। ଘଟଣା ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀଙ୍କ ସହ ଯୋଗାଯୋଗ ବେଳେ ଖୁବ ଶୀଘ୍ର ବନ୍ଦ ରହିଥିବା ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରକାଶ କରିଛନ୍ତି। ସମ୍ପ୍ରତି ନିମ୍ନମାନର ନିର୍ମାଣ କାର୍ଯ୍ୟ ସମ୍ପର୍କରେ ତଦନ୍ତ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri