ଇସ୍ରାଏଲ-ପାଲେଷ୍ଟାଇନ୍‌ ଲଢେଇ: ବିଫଳ ହୋଇଛି ଇସ୍ରାଏଲ ଗୁଇନ୍ଦା

ଜେରୁଜେଲମ,୮।୧୦: ପାଲେଷ୍ଟାଇନ୍‌ ଆତଙ୍କବାଦୀ ଗୋଷ୍ଠୀ ହମାସ୍‌ର ଆକ୍ରମଣରେ ଥରି ଉଠିଛି ଗାଜା ବର୍ଡର। ଇସ୍ରାଏଲ ଉପରେ ହମାସ୍‌ର ରକେଟ ଆକ୍ରମଣରେ ସାରା ବିଶ୍ୱରେ ଆତଙ୍କ ଖେଳି ଯାଇଛି। ହମାସ୍‌ ଗୋଷ୍ଠୀ ପାରାଗ୍ଲାଇଡ ଓ ସମୁଦ୍ର ପଥ ଦେଇ ଇସ୍ରାଏଲରେ ପ୍ରବେଶ କରିଥିଲେ। ଏସବୁ ପରେ ବି ଇସ୍ରାଏଲ ପ୍ରତିରକ୍ଷା ବିଭାଗ ଓ ଇସ୍ରାଏଲୀ ଗୁଇନ୍ଦାଙ୍କୁ କୌଣସି ସୂଚନା ନ ଥିଲା। ତେବେ ଇସ୍ରାଏଲ ପ୍ରତିରକ୍ଷା ବିଭାଗର ପୂର୍ବତନ ମୁଖପାତ୍ର ଲେଫ୍ଟନାଣ୍ଟ କର୍ଣ୍ଣେଲ ଜୋନାଥନ କାନ୍ରିକସ କହିଛନ୍ତି, ବର୍ତ୍ତମାନ ଲୋକଙ୍କ ଜୀବନ ରକ୍ଷା କରିବା ଏବଂ ଆତଙ୍କବାଦୀଙ୍କୁ ହଟାଇବା ଉପରେ ଧ୍ୟାନ ଦିଆଯାଇଛି। ପ୍ରତିରକ୍ଷା ବିଭାଗ ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) ଏ ବିଷୟରେ ଅବଗତ ନ ଥିଲା। ଯାହା ପ୍ରତିରକ୍ଷା ବିଭାଗର ଏକ ବଡ଼ ବିଫଳତା।

ସେ ଆହୁରି କହିଛନ୍ତି, ଇସ୍ରାଏଲ ନାଗରିକମାନେ ଏ ବାବଦରେ କଠୋର ପ୍ରଶ୍ନ ପଚାରିବେ ଏବଂ ଏହାର ଉତ୍ତର ଖୋଜାଯିବ। କିନ୍ତୁ ବର୍ତ୍ତମାନ ମୋର ପରାମର୍ଶ ହେଉଛି ଏହି ପ୍ରସଙ୍ଗଗୁଡିକ ବର୍ତ୍ତମାନ ପାଇଁ ଛାଡ଼ି ଦିଆଯାଉ। ବର୍ତ୍ତମାନ ଯାହା କରିବା ଆବଶ୍ୟକ ତାହା ହେଉଛି ସବୁ ଆତଙ୍କବାଦୀଙ୍କୁ ଖୋଜି ଯଥାଶୀଘ୍ର ସେମାନଙ୍କୁ ହତ୍ୟା କରିବା। ଇସ୍ରାଏଲର ସାଧାରଣ ନାଗରିକଙ୍କ ଉପରେ ହୋଇଥିବା ଘାତକ ଆକ୍ରମଣ ପାଇଁ ହମାସ୍‌କୁ ଏଥିପାଇଁ ବହୁ ମୂଲ୍ୟ ଦେବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri