ହମାସ୍‌ ମୁଖ୍ୟ ହାନିୟେଙ୍କୁ ହତ୍ୟା

ବେରୁଟ୍‌/ତେହରାନ୍‌,୧ା୮: ଇସ୍ରାଏଲୀ ବଳ ଲେବାନନ୍‌ର ବେରୁଟ୍‌ରେ ହେଜ୍‌ବୋଲ୍ଲାର ଦ୍ୱିତୀୟ ସର୍ବୋଚ୍ଚ ନେତା ଫଉଦ୍‌ ଶୁକର୍‌ଙ୍କୁ ଏୟାର ଷ୍ଟ୍ରାଇକ୍‌ କରି ହତ୍ୟା କରିଥିବା ମଙ୍ଗଳବାର ଘୋଷଣା କରିଥିଲା। ଏହାର ଦିନକ ପରେ ଅର୍ଥାତ୍‌ ବୁଧବାର ସକାଳେ ଇରାନ୍‌ ରାଜଧାନୀ ତେହରାନ୍‌ରେ ହମାସ୍‌ ସୁପ୍ରିମ ଲିଡର ଇସ୍‌ମାଇଲ୍‌ ହାନିୟେଙ୍କୁ ହତ୍ୟା କରାଯାଇଛି। ଇରାନ୍‌ ହାନିୟେଙ୍କ ହତ୍ୟାର ପ୍ରତିଶୋଧ ନିଆଯିବ ବୋଲି ଧମକ ଦେଇଛି। ଏଥିଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ୨୦୨୩ ଅକ୍ଟୋବର ୭ରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ ଉପରେ ଅତର୍କିତ ଆକ୍ରମଣ କରିଥିଲା। ହମାସ୍‌ ଫାଇଟରଙ୍କ ରକେଟ ମାଡ଼ରେ ୧,୨୦୦ ଇସ୍ରାଏଲୀ ନିହତ ହୋଇଥିବାବେଳେ ସେମାନେ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ଇସ୍ରାଏଲ୍‌ ଏହାର ପ୍ରତିଶୋଧ ନେବାକୁ ଯାଇ ଗାଜା ଉପରେ ଆକ୍ରମଣ କରିଥିଲା। ଏଥିରେ ଅଦ୍ୟାବଧି ୩୯,୦୦୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଲାଣି। ଇସ୍ରାଏଲ-ହମାସ୍‌ ଯୁଦ୍ଧକୁ ନେଇ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଥିବାବେଳେ ତେହରାନ୍‌ ବାସଭବନରେ ଆମତ୍ନିର୍ବାସନ ଜୀବନ ବିତାଉଥିବା ହମାସ୍‌ର ଶୀର୍ଷ ନେତା ଇସ୍‌ମାଇଲ୍‌ ହାନିୟେଙ୍କୁ ହତ୍ୟା କରାଯାଇଛି। ଇରାନ୍‌ର ନୂଆ ରାଷ୍ଟ୍ରପତି ମସୌଦ ପେଜେଶକିଆନ୍‌ଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେଇ ଫେରିବା ପରେ ଏୟାର ଷ୍ଟ୍ରାଇକ୍‌ରେ ସେ ନିହତ ହୋଇଛନ୍ତି। ହତ୍ୟା ପାଇଁ କୌଣସି ସଙ୍ଗଠନ ନିଜକୁ ଦାୟୀ କରିନାହିଁ। ଏହା ପଛରେ ଇସ୍ରାଏଲର ହାତ ଥିବା ହମାସ୍‌ ଏବଂ ଇରାନ୍‌ର ଅର୍ଦ୍ଧସାମରିକ ରିଭୋଲ୍ୟୁଶନାରି ଗାର୍ଡ ଅଧିକାରୀମାନେ କହିଛନ୍ତି। ତେବେ ଏହି ଅଭିଯୋଗକୁ ଇସ୍ରାଏଲ୍‌ ପକ୍ଷରୁ ଖଣ୍ଡନ କରାଯାଇ ନାହିଁ।

ହମାସ୍‌ର ଗାଜା ନେତା ୟହୟା ସିନ୍‌ଓ୍ବରଙ୍କୁ ଇସ୍ରାଏଲ୍‌ ଆକ୍ରମଣର ମାଷ୍ଟରମାଇଣ୍ଡ୍‌ ବୋଲି କୁହାଯାଉଥିବାବେଳେ ହାନିୟେ ଅପେକ୍ଷାକୃତ ମଧ୍ୟମପନ୍ଥୀ ଚେହେରା ଥିଲେ। ଇତିମଧ୍ୟରେ ହମାସ୍‌ ରାଜନୈତିକ ମୁଖ୍ୟଙ୍କ ହତ୍ୟାର ପ୍ରତିଶୋଧ ନିଆଯିବ ବୋଲି ଇରାନ୍‌ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମନେଇ ଧମକ ଦେଇଛନ୍ତି। ଖାମନେଇ କହିଛନ୍ତି, ଇସ୍ରାଏଲ ହାନିୟେଙ୍କୁ ହତ୍ୟାକରି ନିଜ ପାଇଁ ଏକ କଠୋର ଦଣ୍ଡ ପ୍ରସ୍ତୁତ କରିଛି। ଏହାର ପ୍ରତିଶୋଧ ନେବା ଆମ କର୍ତ୍ତବ୍ୟ ବୋଲି ଖାମନେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri