ଏୟାରଷ୍ଟ୍ରାଇକ୍‌ରେ କମାଣ୍ଡରଙ୍କ ସମେତ ୯ ମୃତ

ରାମାଲ୍ଲା/କାଇରୋ,୪ା୮: ଓ୍ବେଷ୍ଟ ବ୍ୟାଙ୍କରେ ଶନିବାର ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ କମାଣ୍ଡରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଇସ୍‌ଲାମିକ ଜିହାଦ ଯୋଦ୍ଧା ରହିଛନ୍ତି। ସେହିପରି ଅନ୍ୟ ଏକ ଆକ୍ରମଣରେ ୪ ଜଣ ବନ୍ଧୁକଧାରୀ ନିହତ ହୋଇଥିବା ଇସ୍ରାଏଲ୍‌ ସେନା ପକ୍ଷରୁ କୁହାଯାଇଛି। ଆତଙ୍କବାଦୀଙ୍କୁ ଟାର୍ଗେଟ କରି ଟୁଲ୍‌କାର୍ମ ସହର ନିକଟ ଜେଇଟା ସହରରେ ଏକ କାର୍‌ ଉପରେ ପ୍ରଥମ ଏୟାରଷ୍ଟ୍ରାଇକ୍‌ ହୋଇଥିତ୍ଲା। ଉକ୍ତ କାର୍‌ରେ ହମାସ୍‌ କମାଣ୍ଡରଙ୍କ ସହ ଇସ୍‌ଲାମିକ ଯୋଦ୍ଧାମାନେ ଥିଲେ। ଏହାର କିଛି ଘଣ୍ଟା ପରେ ଆଉ ଏକ ଆତଙ୍କବାଦୀ ଗୋଷ୍ଠୀକୁ ଟାର୍ଗେଟ କରି ଦ୍ୱିତୀୟ ଏୟାରଷ୍ଟ୍ରାଇକ୍‌ ହୋଇଥିଲା। ଏଥିରେ ୪ ଜଣ ନିହତ ହୋଇଥିବା ପାଲେଷ୍ଟାଇନ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଆରମ୍ଭ ହେବାଠାରୁ ଓ୍ବେଷ୍ଟ ବ୍ୟାଙ୍କରେ ହିଂସା ବଢ଼ିଚାଲିଛି। ଇସ୍ରାଏଲ୍‌ ବାରମ୍ବାର ଏହି ଅଞ୍ଚଳ ଉପରେ ଆକାଶ ମାର୍ଗରୁ ବୋମାମାଡ଼ କରୁଛି। ପୁଣି ଏୟାରଷ୍ଟ୍ରାଇକ୍‌


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ହଠାତ୍‌ ଟାୟାର ହେଲା ବ୍ଲାଷ୍ଟ, ଘାଟିରେ ଓଲଟି ପଡିଲା ଲୁହା ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ…

ମୋହନା,୬।୮ ( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ବ୍ଲକ ଖାରିଗୁଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଭୀମଦଳି ଘାଟିରେ ଏକ ଲୁହା ବୋଝେଇ ଟ୍ରକ୍‌ ଭାରସାମ୍ୟ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

୧୧୦୫ ଦିନ ପରେ ପାକିସ୍ତାନର ବଡ଼ ବିଜୟ: ଶେଷରେ…

ନୂଆଦିଲ୍ଲୀ,୫।୮: ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ୱେଷ୍ଟଇଣ୍ଡିଜକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଚତୁର୍ଥ ଇନିଂସ୍‌ରେ ମାତ୍ର ୭୪ ରନ୍‌ରେ ଲକ୍ଷ୍ୟ ପିଛା କରି ପାକିସ୍ତାନ ସହଜରେ…

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ଆଜି ୨ ଶକ୍ତିଶାଳୀ ଗ୍ରହଙ୍କ ଗୋଚର; ୫ ରାଶି ହଠାତ୍‌ ବନିଯିବେ ଧନୀ!

ଗୁରୁବାର ୬ ଅଗଷ୍ଟ ୨୦୨୬ ଦିନଟି ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ଅତ୍ୟନ୍ତ ଖାସ୍ ବୋଲି କୁହାଯାଉଛି। ଏହି ଦିନ ଶ୍ରାବଣ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଅଟେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri