ଇସ୍ରାଏଲୀ ବନ୍ଧକମାନଙ୍କ ଭିଡିଓ ଜାରି କଲା ହମାସ

ଗାଜା,୧୨।୧୦: ଇସ୍ରାଏଲ ଓ ଚରମପନ୍ଥୀ ହମାସ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି। ଏହି ସମୟରେ ସୋସିଆଲ ମିଡିଆରେ ଏକ ଫେସବୁକ ଲାଇଭ ଷ୍ଟ୍ରିମିଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଉଛି ହମାସ ଆତଙ୍କବାଦୀମାନେ ଇସ୍ରାଏଲୀ ପରିବାରଙ୍କୁ ସେମାନଙ୍କ ଘରେ ବନ୍ଧକ ରଖିଛନ୍ତି। ଭିଡିଓରେ ହମାସ ପରିବାର ସନସ୍ୟଙ୍କୁ କହୁଥିବା ଶୁଣିବାକୁ ମିଳୁଛି, ‘ଇସ୍ରାଏଲକୁ କୁହ ଯେ ଆମେ ଏଠାରେ ଅଛୁ।’ ଏହି ଫୁଟେଜରେ ଛୋଟ ଛୋଟ ପିଲାମାନେ ମଧ୍ୟ ନଜର ଆସିଛନ୍ତି, ସେମାନେ ଭୟରେ ଥରୁଥସିବା ଦେଖିବାକୁ ମିଳିଛି।

ଏହି ଭାଇରାଲ ଭିଡିଓରେ ଜଣେ ବ୍ୟକ୍ତିଙ୍କ ଗୋଡରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି। ହମାସ ସୈନ୍ୟମାନେ ତାଙ୍କ ଗୋଡକୁ ଗୁଳି ଚଳାଇଥିଲେ। ସେହି ବ୍ୟକ୍ତିଙ୍କ ପତ୍ନୀ ତାଙ୍କ କୋଳରେ ଏକ ଛୋଟ ଝିଅ ସହିତ ବସିଛନ୍ତି। ଦମ୍ପତିଙ୍କର ଆଉ ଦୁଇଟି ପିଲା ବସିଛନ୍ତି। କୁନି ଝିଅଟି ନ କାନ୍ଦିବା ପାଇଁ ପାଟି ଚାପି ବସିଛି। ସେମାନଙ୍କୁ ହମାସ୍‌ର ଜଣେ ଆତଙ୍କବାଦୀ ଧମକ ଦେଇ କହୁଛନ୍ତି, ତୁମ ଦେଶକୁ କୁହ ଯେ ତୁମେ ହମାସର ନିୟନ୍ତ୍ରଣରେ ଅଛ।

ସୂଚନାଯୋଗ୍ୟ,ହମାସର ସଦସ୍ୟମାନେ ତାଙ୍କୁ ଗାଜା ନିକଟସ୍ଥ ନାହଲ ଔଜ କିବୁତରେ ବନ୍ଧକ ରଖିଛି।
ନର ପିଶାଚ ହମାସ ନର ସଂହାର କରିବା ପାଇଁ ୧୫୦ଲୋକଙ୍କୁ ବନ୍ଧକ ରଖିଛି। ଅନେକ ଶିଶୁ ମଧ୍ୟ ଏଥିରେ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ, ଉଦବେଗ ପ୍ରକାଶ କଲେ ଗଜପତି ମହାରାଜା

ଭୁବନେଶ୍ୱର,୨୬।୬(ବନ୍ଦନା ସେଠୀ): ଆନିମେଟେଡ୍‌ ଚଳଚ୍ଚିତ୍ର ‘ମହାପ୍ରଭୁ ଜଗନ୍ନାଥ’କୁ ନେଇ ବିବାଦ ଦେଖାଦେଇଛି। ଭୁବନେଶ୍ୱରସ୍ଥିତ ଏଲି ଆନିମେସନ୍ସ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ନିର୍ମିତ ଏହି ଚଳଚ୍ଚିତ୍ରର ଅଫିସିଆଲ ଟ୍ରେଲର…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri