୪ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହସ୍ତାନ୍ତର କଲା ହମାସ୍‌

ତେଲ୍‌ ଆଭିଭ୍‌,୨୦।୨: ଗାଜାର ଶାସକ ହମାସ୍‌ ଗୁରୁବାର ୪ଜଣ ଇସ୍ରାଏଲୀ ପଣବନ୍ଦୀଙ୍କ ମୃତଦେହ ହନ୍ତାନ୍ତର କରିଛି। ୨୦୨୩ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଇସ୍ରାଏଲ୍‌ ଉପରେ ଅଚାନକ ଆକ୍ରମଣ କରି ସେମାନଙ୍କ ସହ ୨୫୦ ଜଣଙ୍କୁ ପଣବନ୍ଦୀ କରିନେଇଥିଲେ। ହନ୍ତାନ୍ତର ହୋଇଥିବା ମୃତ ପଣବନ୍ଦୀମାନେ ହେଲେ ଶିରି ବିବାସ୍‌, ତାଙ୍କ ୨ ପିଲା ଏରିଏଲ୍‌, କଫିର ଏବଂ ଓଡେଡ୍‌ ଲିଫ୍‌ଶିଜ୍‌। ଅପହରଣ ବେଳେ ଓଡେଡ୍‌ଙ୍କୁ ୮୩ ବର୍ଷ ହୋଇଥିଲା।

କଫିର ସବୁଠୁ କମ୍‌ ବୟସ୍କ ପଣବନ୍ଦୀ ଥିଲେ। ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌ ବେଳେ ସେମାନଙ୍କ ମୃତ୍ୟୁ ଘଟିଥିବା ହମାସ୍‌ କହିଛି। ଗତମାସ ୧୯ରୁ ଇସ୍ରାଏଲ୍‌ ଏବଂ ହମାସ୍‌ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଯୁଦ୍ଧବିରତି ରାଜିନାମା କାର୍ଯ୍ୟକାରୀ ହେବା ସହ ବନ୍ଦୀ ଅଦଳବଦଳ ଜାରି ରହିଛି।

ପ୍ରଥମ ପର୍ଯ୍ୟାୟ ଯୁଦ୍ଧବିରତି ମାର୍ଚ୍ଚ ପ୍ରଥମ ଭାଗରେ ଶେଷ ହେଉଥିବା ବେଳେ ବୁଝାମଣାର ଦ୍ୱିତୀୟ ତଥା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପର୍ଯ୍ୟାୟକୁ ନେଇ ଅନିଶ୍ଚିତତା ଜାରି ରହିଛି। ବୁଝାମଣାକୁ ଆଗେଇ ନେବା ପାଇଁ ପାଲେଷ୍ଟିନୀୟ ଏବଂ ଆରବ ଦେଶଗୁଡ଼ିକ ଉଦ୍ୟମ ଚଳାଇଥିବା ବେଳେ ଗାଜାରୁ ପାଲେଷ୍ଟିନୀୟମାନଙ୍କୁ ତଡ଼ିଦେବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ପ୍ରାୟ ୧୬ ମାସ ଧରି ଚାଲିଥିବା ଯୁଦ୍ଧରେ ଗାଜା ଏବଂ ଲେବାନନ୍‌ରୁ ୫୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିଲା ବେଳେ ଗାଜାର ପାଖାପାଖି ୭୦ ପ୍ରତିଶତ ବିଲ୍ଡିଂ ଧ୍ୱଂସ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri