ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି।

ଇସ୍ରାଏଲ୍‌ ସେନାର ସୂଚନା ଅନୁଯାୟୀ, ଗାଜା ଆକ୍ରମଣ ସମୟରେ ୩ ଜଣ ଆତଙ୍କବାଦୀ ନିହତ ହୋଇଥିଲେ। ସେମାନଙ୍କ ମଧ୍ୟରେ ସିନ୍‌ଓ୍ବର ଥିବା ନେଇ ସନ୍ଦେହ କରାଯାଉଥିଲା। ଡିଏନ୍‌ଏ ପରୀକ୍ଷାରୁ ଜଣେ ମୃତକ ହମାସ୍‌ ନେତା ସିନ୍‌ଓ୍ବର ବୋଲି ସ୍ପଷ୍ଟ ହୋଇଛି। ତେବେ ଶୀର୍ଷ ନେତାଙ୍କ ମୃତ୍ୟୁ ନେଇ ହମାସ୍‌ ପକ୍ଷରୁ କୌଣସି ମନ୍ତବ୍ୟ ଦିଆଯାଇ ନାହିଁ।

୨୦୨୩ ଅକ୍ଟୋବର ୭ରେ ଇସ୍ରାଏଲ୍‌ ଉପରେ ହମାସ ଆକ୍ରମଣ ଯୋଜନାର ଅନ୍ୟତମ ମୁଖ୍ୟ ଥିଲେ ସିନ୍‌ଓ୍ବର। ଗାଜା ଆକ୍ରମଣ କରିବା ଆରମ୍ଭରୁ ଇସ୍ରାଏଲ୍‌ ତାଙ୍କୁ ହତ୍ୟା କରିବା ପାଇଁ ସଂକଳ୍ପ ନେଇଥିଲା।

ସିନ୍‌ଓ୍ବରଙ୍କ ମୃତ୍ୟୁ ହମାସ୍‌ ପାଇଁ ଏହା ବଡ଼ ଝଟକା। କାରଣ ବହୁବର୍ଷ ଧରି ଗାଜା ଷ୍ଟ୍ରିପ୍‌ରେ ସେ ହମାସ୍‌ର ଶୀର୍ଷ ନେତା ରହିବା ସହ ଏହାର ସାମର୍ଥ୍ୟ ବଢ଼ାଇଥିଲେ। ତାଙ୍କ ମୃତ୍ୟୁ ଇସ୍ରାଏଲ୍‌ ସେନା ପାଇଁ ଏକ ବଡ଼ ସାମରିକ ଏବଂ ନୈତିକ ସଫଳତା ବୋଲି ଏହାର ବହିର୍ବ୍ୟାପାର ମନ୍ତ୍ରୀ କାଟ୍‌ଜ କହିଛନ୍ତି। ତାଙ୍କ ମୃତ୍ୟୁ ପରେ ଗାଜାରେ ପଣବନ୍ଦୀ ଥିବା ଇସ୍ରାଏଲୀମାନଙ୍କୁ ତୁରନ୍ତ ମୁକ୍ତ କରାଯାଇପାରେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri