ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ନିହତ ହେଲେ ହମାସ ନେତାଙ୍କ ଭାଇ

ଜେରୁ ଜେଲମ,୧୯।୫: ଇସ୍ରାଏଲୀ ସେନା (IDF) ହମାସର ଜଣେ ଶୀର୍ଷ କମାଣ୍ଡର ଏବଂ ନିହତ ହମାସ ମୁଖ୍ୟ ୟାହ୍ୟା ସିନୱାରଙ୍କ ସାନ ଭାଇ ମହମ୍ମଦ ସିନୱାରଙ୍କୁ ହତ୍ୟା କରିଛି। ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ କହିଛନ୍ତି ଯେ ୟାହ୍ୟା ସିନୱାରଙ୍କ ସାନ ଭାଇଙ୍କୁ ହତ୍ୟା କରାଯାଇଛି। ଗତ ସପ୍ତାହରେ ଗାଜାରେ ଇସ୍ରାଏଲୀ ସେନା ଦ୍ୱାରା କରାଯାଇଥିବା ଏକ ବିମାନ ଆକ୍ରମଣରେ ମହମ୍ମଦ ସିନୱାରଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସମସ୍ତ ସୂଚନାକୁ ଆଧାର କରି, ଖାନ ୟୁନିସରେ ଏକ ୟୁରୋପୀୟ ହସ୍ପିଟାଲ ପରିସରରେ ହୋଇଥିବା ଆକ୍ରମଣରେ ମହମ୍ମଦ ସିନୱାରଙ୍କ ମୃତ୍ୟୁ ହୋଇଛି, ଇସ୍ରାଏଲୀ ସାଂସଦଙ୍କ ସହ ଏକ ରୁଦ୍ଧଦ୍ୱାର ବୈଠକ ସମୟରେ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ କହିଛନ୍ତି।
ଉଲ୍ଲେଖନୀୟ ଯେ ମହମ୍ମଦ ସିନୱାର ଗାଜାରେ ହମାସ ନେତା ୟାହ୍ୟା ସିନୱାରଙ୍କ ସାନ ଭାଇ ଥିଲେ। ଗତ ବର୍ଷ ଅକ୍ଟୋବରରେ ଏକ ସାମରିକ କାର୍ଯ୍ୟାନୁଷ୍ଠାନରେ ଇସ୍ରାଏଲୀ ସୁରକ୍ଷା ବାହିନୀ ଦ୍ୱାରା ୟାହ୍ୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା।
ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ ଅନୁଯାୟୀ, ଇସ୍ରାଏଲୀ ପ୍ରତିରକ୍ଷା ବାହିନୀ ଖାନ ୟୁନିସରେ ଥିବା ୟୁରୋପୀୟ ହସ୍ପିଟାଲରେ ଭୂତଳ ଗଠନକୁ ଟାର୍ଗେଟ କରୁଥିଲେ, ଯାହାକୁ ହମାସ ବ୍ୟବହାର କରୁଥିବା ରିପୋର୍ଟ କରାଯାଇଥିଲା।
ସାଉଦି ଚ୍ୟାନେଲ ଅଲ ହଦାଥ ଅନୁଯାୟୀ, ମହମ୍ମଦ ସିନୱାରଙ୍କ ମୃତଦେହ ତାଙ୍କ ଅନ୍ୟ ୧୦ ଜଣ ସାଥୀଙ୍କ ମୃତଦେହ ସହିତ ଏକ ଭୂତଳ ସୁଡ଼ଙ୍ଗରୁ ଉଦ୍ଧାର କରାଯାଇଛି। ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଆକ୍ରମଣରେ ହମାସର ସାମରିକ ଶାଖାର ରାଫା ବ୍ରିଗେଡର କମାଣ୍ଡର ମହମ୍ମଦ ଶାବାନା ମଧ୍ୟ ନିହତ ହୋଇଥିବାର ପ୍ରମାଣ ରହିଛି।
ତଥାପି, ଇସ୍ରାଏଲୀ ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ସିନୱାରଙ୍କ ମୃତ୍ୟୁକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିନାହାଁନ୍ତି। ଏହି ସମୟରେ, ପାଲେଷ୍ଟାଇନୀ ସ୍ବାସ୍ଥ୍ୟ ଅଧିକାରୀମାନେ କହିଛନ୍ତି, ଇସ୍ରାଏଲ ଆକ୍ରମଣରେ ୬ଜଣ ଲୋକ ପ୍ରାଣ ହରାଇଛନ୍ତି ଏବଂ ୪୦ରୁ ଅଧିକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri