Hamas: ଯୁଦ୍ଧବିରତି ଚୁକ୍ତି ଅନୁଯାୟୀ ଆଉ ୮ ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ୍‌

ଖାନ୍‌ ୟୁନିସ୍‌,୩୦।୧: ଯୁଦ୍ଧବିରତି ଚୁକ୍ତି ଅନୁଯାୟୀ ହମାସ୍‌ ଆତଙ୍କବାଦୀମାନେ ଗୁରୁବାର ଆଉ ୮ ଜଣ ପଣବନ୍ଦୀଙ୍କୁ ମୁକ୍ତ କରିଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ଇସ୍ରାଏଲୀ ଓ ଥାଇଲାଣ୍ଡର ୫ ଜଣ ଅଛନ୍ତି। ଏହା ବଦଳରେ ଇସ୍ରାଏଲ୍‌ ଆଉ ୧୧୦ ଜଣ ପାଲେଷ୍ଟିନୀୟ ବନ୍ଦୀଙ୍କୁ ମୁକ୍ତ କରିବା ଆଶା କରାଯାଉଛି। ପଣବନ୍ଦୀଙ୍କୁ ମୁକ୍ତ କରାଯିବା ପାଇଁ ରେଡ୍‌କ୍ରସ୍‌କୁ ନିଆଯାଉଥିବା ବେଳେ ପାଲେଷ୍ଟିନୀୟମାନେ ସେମାନଙ୍କୁ ଘେରିଯାଇ ହୋହଲ୍ଲା କରିବା ସହ ନ ଛାଡ଼ିବାକୁ ଜିଦ୍‌ ଧରିଥିଲେ। ଫଳରେ ସେଠାରେ ଉତ୍ତେଜନା ସୃଷ୍ଟି ହେବା ସହ ମୁକ୍ତି ପ୍ରକ୍ରିୟା ବିଳମ୍ବିତ ହୋଇଥିଲା।

ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ ଏଭଳି କାର୍ଯ୍ୟକୁ ନିନ୍ଦା କରିବା ସହ ଭବିଷ୍ୟତରେ ଯେପରି ଏଭଳି ଘଟଣା ନ ଘଟେ, ସେଥିପାଇଁ ଅନ୍ତର୍ଜାତୀୟ ମଧ୍ୟସ୍ଥମାନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଗତ ୧୯ରୁ ଅସ୍ତ୍ରବିରତି ଆରମ୍ଭ ହୋଇଥିବା ବେଳେ ହମାସ୍‌ ଦୁଇ ପର୍ଯ୍ୟାୟରେ ୭ ପଣବନ୍ଦୀଙ୍କୁ ମୁକ୍ତ କରିଥିଲା।

୨୦୨୩ ଅକ୍ଟୋବର ୭ରେ ହମାସ୍‌ ଆତଙ୍କବାଦୀମାନେ ଅଚାନକ ଇସ୍ରାଏଲ୍‌ରେ ଆକ୍ରମଣ କରି ୧,୨୦୦ ଜଣଙ୍କୁ ହତ୍ୟା କରିବା ସହ ପ୍ରାୟ ୨୫୦ ଜଣଙ୍କୁ ଅପହରଣ କରିନେଇଥିଲେ। ଏହାର ପ୍ରତିଶୋଧ ସ୍ବରୂପ ଇସ୍ରାଏଲ୍‌ ପକ୍ଷରୁ ଗାଜା ଉପରେ ଦୀର୍ଘ ୧୫ ମାସ ହେବ ବିଧ୍ୱଂସକାରୀ ଆକ୍ରମଣ କରିଥିଲା। ଯୁଦ୍ଧକୁ ବନ୍ଦ କରିବା ଲକ୍ଷ୍ୟରେ ଅସ୍ତ୍ରବିରତି ଚୁକ୍ତିନାମା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri