ଲୋକଙ୍କୁ ମାଡମାରି ଖାଦ୍ୟ ଛଡାଇ ନେଉଛନ୍ତି ହମାସ ଆତଙ୍କବାଦୀ, ଭିଡିଓ ଭାଇରାଲ…

ଜେରୁଜେଲମ,୧୦।୧୨: ଦୁଇ ମାସରୁ ଅଧିକ ସମୟ ଧରି ଇସ୍ରାଏଲ ଏବଂ ହାମାସ ମଧ୍ୟରେ ବିବାଦ ଚାଲିଛି। ଅକ୍ଟୋବର ୭ ରେ ଆରମ୍ଭ ହୋଇଥିବା ରକ୍ତପାତ କତାରର ପ୍ରଭାବଶାଳୀ ମଧ୍ୟସ୍ଥତା ଏବଂ ହସ୍ତକ୍ଷେପ ପରେ ନଭେମ୍ବର ୨୪ରେ କିଛି ଦିନ ପାଇଁ ବନ୍ଦ ହୋଇଯାଇଥିଲା। ତେବେ ପୁଣି ଥରେ ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଏହି ସମୟରେ, ଇସ୍ରାଏଲ ପ୍ରତିରକ୍ଷା ବାହିନୀ (ଆଇଡିଏଫ) ହମାସ ଆତଙ୍କବାଦୀଙ୍କୁ ସାଧାରଣ ନାଗରିକଙ୍କୁ ମାଡ ମାରିବା ଏବଂ ଅନ୍ତର୍ଜାତୀୟ ସଂଗଠନରୁ ଗାଜାକୁ ଦିଆଯାଇଥିବା ମାନବିକ ସହାୟତା ଚୋରି କରିଥିବା ଅଭିଯୋଗ କରିଛି। କେବଳ ଏତିକି ନୁହେଁ, ଏହା ମଧ୍ୟ କୁହାଯାଇଛି ହମାସ ଗାଜାର ଲୋକଙ୍କ ମୌଳିକ ଆବଶ୍ୟକତା ଉପରେ ଲକ୍ଷ୍ୟ ରଖିଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଆଇଡିଏଫ ଏକ ଭିଡିଓ ଶେୟାର କରି କିଛି ଲୋକଙ୍କୁ ଅଜ୍ଞାତ ବ୍ୟକ୍ତିଙ୍କ ଦ୍ୱାରା ମାଡ ଦିଆଯାଉଥିବା ଦେଖାଯାଇଛି। କେତେକ ବ୍ୟକ୍ତି ଗାଡିରେ ସାମଗ୍ରୀ ରଖିଥିବାର ଦେଖାଯାଉଛି।ଏହା ସହିତ ଅଧିକାରୀମାନେ କହିଛନ୍ତି ହମାସ ସଦସ୍ୟମାନେ ସାଧାରଣ ନାଗରିକଙ୍କୁ ମାଡ଼ ମାରି ଇସ୍ରାଏଲ ଏବଂ ଅନ୍ତର୍ଜାତୀୟ ସଂଗଠନଗୁଡ଼ିକରୁ ମିଳିଥିବା ମାନବିକ ସହାୟତା ଚୋରି କରୁଛନ୍ତି । କେବଳ ଏତିକି ନୁହେଁ, ସେମାନେ ଗାଜାର ଲୋକଙ୍କ ମୌଳିକ ଆବଶ୍ୟକତା ସାମଗ୍ରୀ ଊପରେ ଲକ୍ଷ୍ୟ ରଖିଛନ୍ତି। ଆଇଡିଏଫ କହିଛି ଅଲ-ମୱାସୀ ଗାଜାର ଏକ ମାନବିକ ଅଞ୍ଚଳ, ଯାହାର ଉଦ୍ଦେଶ୍ୟ ହେଉଛି ଲୋକଙ୍କୁ ଯୁଦ୍ଧକ୍ଷେତ୍ରରୁ ଦୂରରେ ରଖିବା। କିନ୍ତୁ ଗୁଳି ଚଳାଇବା ସମୟରେ ହମାସ ଏହି ଲୋକଙ୍କୁ ଆଗରେ ରଖିଥାଏ।

ଆଇଡିଏଫ ମୁଖପାତ୍ର ରିୟର ଆଡମିରାଲ ଡାନିଏଲ ହାଗରୀ କହିଛନ୍ତି ଶନିବାର ଗାଜା ଷ୍ଟ୍ରିପରେ ହମାସର ଅନେକ ସଦସ୍ୟ ଆତ୍ମସମର୍ପଣ କରିଛନ୍ତି। ସେ କହିଛନ୍ତି ଶେଜୟା ଏବଂ ଜବାଲିଆରେ ଆତ୍ମସମର୍ପଣ କରିଥିବା ଆତଙ୍କବାଦୀମାନେ ସେମାନଙ୍କୁ ଅସ୍ତ୍ରଶସ୍ତ୍ର ଏବଂ ଉପକରଣ ହସ୍ତାନ୍ତର କରିଛନ୍ତି। ଏହା ବ୍ୟତୀତ ସେମାନେ ଗୁପ୍ତଚର ସୂଚନା ମଧ୍ୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri