ଜର୍ମାନୀର ହମବର୍ଗ ସହରରେ ଗୁଳିକାଣ୍ଡ, ୬ ମୃତ ଅନେକେ ଆହତ

ହମବର୍ଗ,୧୦ ।୩: ଜର୍ମାନୀର ହମବର୍ଗ ସହରରେ ଫୁଟିଛି ଗୁଳି । ଏହି ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଥିବା ଜଣାପଡିଛି । ଘଟଣା ସ୍ଥଳରେ ପୋଲିସ ପକ୍ଷରୁ ବଡ ଧରଣର ଅଭିଯାନ ଚାଲିଛି । ହମବର୍ଗ ପୋଲିସ ଟୁଇଟ କରି ଜଣାଇଛି କି ଏବେ ଘଟଣାର ଯାଞ୍ଚ ଚାଲିଛି । ପରେ ଅନ୍ୟ ଜଣଙ୍କର ମୃତ୍ୟୁ ହେବାରୁ ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ଅନେକେ ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ପୋଲିସ ଟୁଇଟ କରି କହିଛି ଅଲଷ୍ଟଡାର୍ପ ଅଞ୍ଚଳରେ ଥିବା ୱିଟରନେସ ଚର୍ଚ୍ଚରେ ଏହି ଗୁଳିକାଣ୍ଡ ହୋଇଛି । ସେଠାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ପୋଲିସ ଟୁଇଟ କରି କହିଛି ପ୍ରାରମ୍ଭିକ ଯାଞ୍ଚରୁ ଜଣାପଡିଛି ଗ୍ରାଁସ ବୋରଷ୍ଟେଲ ଜିଲାରେ ଡେଲବୋଗୋ ଷ୍ଟ୍ରିଟରେ ୱିଟନେସ ଚର୍ଚ୍ଚରେ ଏହି ଗୁଳିକାଣ୍ଡ ହୋଇଛି । ଅନେକେ ଗୁରୁତର ଆହତ ହୋଇଥିବା ବେଳେ କେତେଜଣଙ୍କର ମୃତ୍ୟୁ ହୋଇଛି । ବହୁ ସଂଖ୍ୟାରେ ସୁରକ୍ଷାକର୍ମୀ ସେଠାରେ ମୁତୟନ କରାଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ଅପରେଶନ ମଧ୍ୟରେ ଆଖପାଖର ବାସିନ୍ଦାଙ୍କୁ ଘରୁ ନ ବାହାରିବାକୁ ଚେତାବନୀ ଦିଆଯାଇଛି ।
ତେବେ ଆକ୍ରମଣକାରୀଙ୍କ ମୃତ୍ୟୁ ହୋଇଛି କି ସେ ଫେରାର ଅଛନ୍ତି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଜଣେ ପ୍ରତ୍ୟେକ୍ଷଦର୍ଶି କହିଛନ୍ତି ଆକ୍ରମଣକାରୀ ଲଗାତାର ୧୨ ରାଉଣ୍ଡ ଗୁଳି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri