Posted inଖେଳ

ହାମିଲଟନ୍‌ଙ୍କୁ ବିବିସି ପୁରସ୍କାର

ଲଣ୍ଡନ, ୨୨ା୧୨ (ଏପି)- ସାତ ଥର ଫର୍ମୁଲାଓ୍ବାନ ଚାମ୍ପିୟନ ଲୁଇସ୍‌ ହାମିଲଟନ ଚଳିତ ବର୍ଷ ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ବିବିସିର ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦି ଇୟର ପୁରସ୍କାର ଜିତିଛନ୍ତି। ମର୍ସିଡିଜ୍‌ ଟିମ୍‌ର ଏହି ୩୫ ବର୍ଷୀୟ ଡ୍ରାଇଭର ଗତମାସରେ ମାଇକେଲ ସୁମାକରଙ୍କ ୭ ଫର୍ମୁଲା ଓ୍ବାନ ଟାଇଟଲ ରେକର୍ଡ ସମକକ୍ଷ ହୋଇଥିଲେ। ଜୋର୍ଡାନ ହେଣ୍ଡରସନ ଏବଂ ହୋଲି ଡୋଏଲ୍‌ଙ୍କୁ ଅତିକ୍ରମ କରି ରବିବାର ବ୍ରିଟିଶ ବ୍ରଡକାଷ୍ଟର’ର ସମ୍ମାନଜନକ ପୁରସ୍କାର ଜିତିଛନ୍ତି। ଏଥିପାଇଁ ଜନସାଧାରଣ ଭୋଟ ହୋଇଥିଲା। ହାମିଲଟନ ପୂର୍ବରୁ ୨୦୧୪ରେ ମଧ୍ୟ ବିସିସି ପୁରସ୍କାର ଲାଭ କରିଥିଲେ। ଇଂଲଣ୍ଡ ମିଡ୍‌ଫିଲ୍ଡର ହେଣ୍ଡରସନଙ୍କ ନେତୃତ୍ୱରେ ଲିଭରପୁଲ୍‌ ୩୦ ବର୍ଷ ମଧ୍ୟରେ ପ୍ରଥମ ପ୍ରିମିୟର ଲିଗ୍‌ ଟାଇଟଲ ଜିତିଥିଲା। କରୋନାଭାଇରସ ମହାମାରୀ ସମୟରେ ନ୍ୟାଶନାଲ ହେଲ୍‌ଥ ସର୍ଭିସ ଚ୍ୟାରିଟି ପାଇଁ ପାଣ୍ଠି ସଂଗ୍ରହ କ୍ଷେତ୍ରରେ ହେଣ୍ଡରସନ ଯେଉଁ ଭୂମିକା ଗ୍ରହଣ କରିଥିଲେ, ସେଥିପାଇଁ ପ୍ରଶଂସାର ପାତ୍ର ହୋଇଥିଲେ। ଅନ୍ୟପକ୍ଷରେ ଜଣେ ମହିଳା ଜକି ହିସାବରେ ଗୋଟିଏ କ୍ୟାଲେଣ୍ଡର ବର୍ଷରେ ଡୋଏଲ୍‌ ସର୍ବାଧିକ ବିଜୟ ସହ ନିଜ ରେକର୍ଡକୁ ଭଙ୍ଗ କରିଥିଲେ। ପୁରସ୍କାର ପାଇଁ ହୋଇଥିବା ସଂକ୍ଷିପ୍ତ ତାଲିକାରେ ସ୍ଥାନ ପାଇଥିବା ଅନ୍ୟ ୩ଜଣ ହେଲେ ବକ୍ସର ଟାଇସନ ଫ୍ୟୁରୀ, ସ୍ନୁକର ଖେଳାଳି ରୋନି ଓ’ସୁଲିଭାନ୍‌ ଏବଂ କ୍ରିକେଟର ଷ୍ଟୁଆର୍ଟ ବ୍ରଡ୍‌। ଇଂଲଣ୍ଡ ପ୍ରଫେସନାଲ ଫୁଟ୍‌ବଲର ମାର୍କସ ରସଫୋର୍ଡ ସ୍ବତନ୍ତ୍ର ପୁରସ୍କାର ପାଇଁ ମନୋନୀତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ଟି-୨୦ ବିଶ୍ଵକପ୍ ପୂର୍ବରୁ ପାକିସ୍ତାନକୁ ନିର୍ଧୂମ ଛେଚିଲା ଭାରତ; ୮ ୱିକେଟରେ ଜିତିଲା ମହିଳା ଦଳ

ବ୍ୟାଙ୍କକ୍,୧୫।୨: କଲମ୍ବୋରେ ଭାରତ ଓ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ହାଇଭୋଲଟେଜ୍ ପୁରୁଷ ଟି-୨୦ ବିଶ୍ଵକପ୍ ମ୍ୟାଚ୍ ପୂର୍ବରୁ, ବ୍ୟାଙ୍କକରେ ଭାରତୀୟ ମହିଳା ‘ଏ’ ଦଳ ପାକିସ୍ତାନକୁ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri