Posted inଖେଳ

ହାମିଲଟନ କୋଭିଡ୍‌ ପଜିଟିଭ୍‌

ସାଖୀର (ବାହାରିନ୍‌), ୨ା୧୨ (ଏପି)-କୋଭିଡ୍‌ ଟେଷ୍ଟରେ ୭ଥର ବିଶ୍ୱଚାମ୍ପିୟନ ଲୁଇସ୍‌ ହାମିଲଟନଙ୍କର ପଜିଟିଭ୍‌ ଆସିଛି। ମର୍ସିଡିଜ୍‌ ଏଏମ୍‌ଜି ପେଟ୍ରୋନାସ୍‌ ଫର୍ମୁଲା ଓ୍ବାନ ଟିମ୍‌ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି। ଫଳରେ ଆସନ୍ତା ରବିବାର ହେବାକୁଥିବା ସାଖୀର ଗ୍ରାଁ ପ୍ରିରେ ସେ ଭାଗ ନେଇପାରିବେ ନାହିଁ। ଗତ ସପ୍ତାହରେ ହାମିଲଟନଙ୍କର ୩ଥର ଟେଷ୍ଟ ହୋଇଥିଲା। ତାଙ୍କର ପ୍ରତିଟି ଥର ନେଗେଟିଭ୍‌ ଆସିଥିଲା। ଗତ ରବିବାର ଅପରାହ୍ନରେ ବାହାରିନ୍‌ ଇଣ୍ଟରନ୍ୟାଶନାଲ ସର୍କିଟରେ ତାଙ୍କର କୋଭିଡ୍‌ ଟେଷ୍ଟ ହୋଇଥିଲା, ଯେଉଁଠାରେ ସେ ଗ୍ରାଁ ପ୍ରି ଜିତିଥିଲେ। କିନ୍ତୁ ସୋମବାର ସକାଳେ ଶଯ୍ୟାତ୍ୟାଗ ପରେ ତାଙ୍କ ନିକଟରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା। ବାହାରିନ୍‌ରେ ପହଞ୍ଚତ୍ବା ପୂର୍ବରୁ ହାମିଲ୍‌ଟନ ଜଣଙ୍କ ସଂସ୍ପର୍ଶରେ ଆସିଥିଲେ। ତାଙ୍କର ଟେଷ୍ଟ ହେବାରୁ ସେ ପଜିଟିଭ ବୋଲି ଜଣାପଡ଼ିଥିଲେ। ଫଳରେ ହାମିଲଟନଙ୍କର ଆଉଥରେ ଟେଷ୍ଟ କରାଯାଇଥିଲା ଏବଂ ତାଙ୍କର ପଜିଟିଭ ଆସିଥିଲା। ବାହାରିନ୍‌ ସ୍ବାସ୍ଥ୍ୟ ପ୍ରୋଟୋକଲ ଅନୁସାରେ ବର୍ତ୍ତମାନ ହାମିଲଟନ ଆଇସାଲେଶନରେ ଅଛନ୍ତି। ଫର୍ମୁଲା ଓ୍ବାନ ଡ୍ରାଇଭରଙ୍କ ନିକଟରେ ସାମାନ୍ୟ ଲକ୍ଷଣ ଦେଖାଦେଇଥିଲେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି ଏବଂ ସେ ଫିଟ୍‌ ଅଛନ୍ତି। ବାହାରିନ୍‌ରେ ଆଉ ଏକ ରେସ୍‌ ଆସନ୍ତା ରବିବାର ସାଖୀର ଶର୍ଟର ସର୍କିଟରେ ହେବ। ଆବୁଧାବିରେ ୧୭ତମ ରେସ୍‌ ସହ ସିଜନ ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ମାର୍ଚ୍ଚ ୨୬ରୁ ମେ ୩୧ ମଧ୍ୟରେ ହେବ ଆଇପିଏଲ୍‌

ମୁମ୍ୱାଇ, ୧୬ା୧୨: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମି ସଂସ୍କରଣ ମାର୍ଚ୍ଚ ୨୬ରୁ ମେ ୩୧ ଓ୍ୱିଣ୍ଡୋରେ ଖେଳାଯିବ। ମାତ୍ର ଆରସିବିର ଘରୋଇ ଗ୍ରାଉଣ୍ଡ ବେଙ୍ଗାଲୁରୁରେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

IPL 2026 Auction LIVE Updates: ଏଯାଏ ବିକ୍ରି ହୋଇଛନ୍ତି ଏସବୁ ଖେଳାଳି, ପ୍ରଶାନ୍ତ-କାର୍ତ୍ତିକଙ୍କ ଉପରେ CSKର ଟଙ୍କା ବର୍ଷା  

ଆବୁଧାବୀ,୧୬।୧୨: ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟ ପ୍ରିମିୟର୍‌ ଲିଗ୍‌ ଆଇପିଏଲ୍‌ର ୧୯ତମ ସିଜନ (୨୦୨୬) ପୂର୍ବରୁ ମିନି ନୀଲାମୀ ଆରମ୍ଭ ହୋଇଛି। ଏହି ନୀଲାମୀ ସଂଯୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri