Posted inଖେଳ

ସୁମାକରଙ୍କ ରେକର୍ଡ ସମକକ୍ଷ ହେଲେ ହାମିଲଟନ

ବୁଦାପେଷ୍ଟ, ୧୯ା୭: ଲୁଇସ୍‌ ହାମିଲଟନ୍‌ ୮ମ ଥର ହଙ୍ଗେରିଆନ ଫର୍ମୁଲା ଓ୍ବାନ ଗ୍ରାଁ ପ୍ରି ଟାଇଟଲ ହାସଲ କରିଛନ୍ତି। ଫଳରେ ଗୋଟିଏ ଟ୍ରାକ୍‌ରେ ସର୍ବାଧିକ ବିଜୟ ହାସଲ କରିବାରେ ଜର୍ମାନୀର ଫର୍ମୁଲା ଓ୍ବାନ କିମ୍ବଦନ୍ତୀ ମାଇକେଲ ସୁମାକର ଯେଉଁ ରେକର୍ଡ କରିଛନ୍ତି, ତାହାର ସେ ସମକକ୍ଷ ହୋଇ ପାରିଛନ୍ତି। ପୁନଶ୍ଚ ଏହା ହେଉଛି ତାଙ୍କ କ୍ୟାରିୟରର ୮୬ତମ ଟାଇଟଲ । ଫର୍ମୁଲା ଓ୍ବାନରେ ସବୁଠାରୁ ଅଧିକ ଟାଇଟଲ (୯୧) ଜିତିବା ରେକର୍ଡ ମଧ୍ୟ ସୁମାକରଙ୍କ ନାମରେ ରହିଛି। ଏହାଠାରୁ ୟୁନାଇଟେଡ୍‌ କିଙ୍ଗଡମ୍‌ (ୟୁକେ)ର ଏହି ଡ୍ରାଇଭର ମାତ୍ର ୫ ବିଜୟ ପଛରେ ରହିଛନ୍ତି। ଗ୍ରୀଡ୍‌ର ୭ମ ସ୍ଥାନରୁ ଆରମ୍ଭ କରିଥିବା ରେଡବୁଲ୍‌ର ମାକ୍ସ ଭର୍ଷ୍ଟାପେନଙ୍କ କାର୍‌ ରେସ୍‌ ଆରମ୍ଭ ହେବାରୁ ୨୦ମିନିଟ ପୂର୍ବରୁ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ତାଙ୍କ କାର୍‌ ବ୍ୟାରିୟରକୁ ଧକ୍କା ଦେବାରୁ ଏହାର ସମ୍ମୁଖ ଭାଗ ଭାଙ୍ଗି ଯାଇଥିଲା। ତଥାପି ସେ ୯ ସେକେଣ୍ଡ ବ୍ୟବଧାନରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲେ। ଅବଶ୍ୟ ରେସ୍‌ର ଶେଷ ଭାଗରେ ହାମିଲଟନଙ୍କ ମର୍ସିଡିଜ ଟିମ୍‌ମେଟ ଭାଲଟେରି ବୋଟାସ ତାଙ୍କୁ କଡ଼ା ଟକ୍କର ଦେଇଥିଲେ। ତାଙ୍କୁ ତୃତୀୟ ସ୍ଥାନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ରେସିଂ ପଏଣ୍ଟର ଲାନ୍ସ ଷ୍ଟ୍ରୋଲ୍‌, ରେଡବୁଲ୍‌ର ଆଲେକ୍‌ଜାଣ୍ଡର ଆଲ୍‌ବନ୍‌, ଫେରାରିର ସେବାଷ୍ଟିଆନ ଭେଟେଲ, ରେସିଂ ପଏଣ୍ଟର ସର୍ଗିଓ ପେରେଜ ଏବଂ ରେନଲ୍ଟର ଡାନିଏଲ ରିକାର୍ଡୋ ଯଥାକ୍ରମେ ୪ର୍ଥ, ୫ମ, ୬ଷ୍ଠ ୭ମ ଓ ୮ମ ସ୍ଥାନରେ ରହିଥିଲେ। ହାସର କେଭିନ ମାଗ୍ନସେନ ଓ ମ୍ୟାକଲରେନର କାର୍ଲୋସ ସେଞ୍ଜ୍‌ ଜୁନିୟର ୯ମ ଓ ୧୦ମ ସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଲାଗି ସିକ୍ସର କିଙ୍ଗ ଯୁବରାଜଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨୬।୪: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ ୨୦୨୪ ଜୁନ୍‌ରେ ଆରମ୍ଭ ହେବ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଜୁନ ପହିଲାରୁ ଜୁନ୍‌ ୨୯ ଯାଏ ଏହା ଖେଳାଯିବ।...

ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ପଣ୍ଟିଂଙ୍କ ଖୁଲାସା: ଯେଉଁ ବ୍ୟାଟ୍‌ରେ ଶତକ ମାରୁଥିଲେ…

ନୂଆଦିଲ୍ଲୀ,୨୬।୪: ଦୁଇ ଥର ବିଶ୍ୱକପ୍‌ ବିଜେତା ଅଷ୍ଟ୍ରେଲିଆ ଅଧିନାୟକ ରିକି ପଣ୍ଟିଂ ଏବେ ଦିଲ୍ଲୀ କ୍ୟାପିଟାଲ୍ସର ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ସମ୍ପାଦନ କରୁଛନ୍ତି। ଦିନ...

ପାକିସ୍ତାନକୁ ହରାଅ, ତୁମକୁ ଭୂରି ଭୋଜନ ମୁଁ ଦେବି- ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆ ଖେଳାଳିଙ୍କୁ କିଛି ଏଭଳି କହିଥିଲେ ସଚିନ…

ନୂଆଦିଲ୍ଲୀ,୨୬।୪: କୌଣସି ଫର୍ମାଟ ହେଉ ନା କାହିଁକି ଭାରତ ପାକିସ୍ତାନ ମ୍ୟାଚ୍‌ କଥା ପଡ଼ିଲେ ପ୍ରଶଂସକଙ୍କ ଉତ୍କଣ୍ଠା ବଢ଼ିଯାଇଥାଏ। ହେଲେ ଦୁଇ ଦେଶ ଏବେ କେବଳ...

ଆଇପିଏଲ୍‌ ମଝିରେ ପୁଣି ଥରେ ବାପା ହେଲେ ପାଣ୍ଡ୍ୟା !

ନୂଆଦିଲ୍ଲୀ,୨୬।୪: ପୁଣି ଥରେ ବାପା ହୋଇଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଡ଼ ଭାଇ ତଥା ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ୍‌ ପାଇଁ ଖେଳୁଥିବା କ୍ରୁଣାଳ ପାଣ୍ଡ୍ୟା। କ୍ରୁଣାଳଙ୍କ...

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri