Posted inଖେଳ

ହାମିଲଟନ ଜିତିଲେ ଷ୍ଟାଇରିଆନ ଗ୍ରାଁପ୍ରି

ସ୍ପିଲବର୍ଗ,୧୨ା୭: ଟିମ୍‌ମେଟ୍‌ ଭାଲଟେରି ବୋଟାସଙ୍କୁ ପଛରେ ପକାଇ ମର୍ସିଡିଜର ଲୁଇସ୍‌ ହାମିଲଟନ ଏଠାରେ ରବିବାର ଅନୁଷ୍ଠିତ ଷ୍ଟାଇରିଆନ ଫର୍ମୁଲା ଓ୍ବାନ ଗ୍ରାଁପ୍ରି ରେସ୍‌ ଜିତିଛନ୍ତି। ଏହା ହେଉଛି ତାଙ୍କ କ୍ୟାରିୟରର ୮୫ତମ ଟାଇଟଲ। ସବୁଠାରୁ ଅଧିକ ୯୧ ଗ୍ରାଁପ୍ରି ଜିତି ମାଇକେଲ ସୁମାକର ଯେଉଁ ରେକର୍ଡ କରିଛନ୍ତି ତାହାଠାରୁ ସେ ୬ଟି ବିଜୟ ପଛରେ ରହିଛନ୍ତି। ଫେରାରିର ଦୁଇ ଡ୍ରାଇଭର ଚାଲର୍‌ସ ଲେକ୍‌ରେକ୍‌ ଓ ସେବାଷ୍ଟିଆନ ଭେଟେଲଙ୍କ ମଧ୍ୟରେ ପରସ୍ପର ଧକ୍କା ହୋଇଥିଲା। ଫଳରେ ଉଭୟଙ୍କୁ ରେସ୍‌ ଅଧାରୁ ବିଦାୟ ନେବାକୁପଡ଼ିଥିଲା। ଅନ୍ୟମାନଙ୍କ ମଧ୍ୟରେ ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ ଓ ଆଲେକ୍‌ଜାଣ୍ଡର ଆଲବନ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି। ସେହିପରି ମ୍ୟାକଲରେନର ଲାଣ୍ଡୋ ନୋରିସ୍‌ ୫ମ ଏବଂ ରେସିଂ ପଏଣ୍ଟର ସର୍ଗିଓ ପେରେଜ ଓ ଲାନ୍ସ ଷ୍ଟ୍ରୋଲ ୬ଷ୍ଠ ଓ ୭ମ ସ୍ଥାନ ହାସଲ କରିଛନ୍ତି। ୮ମ, ୯ମ ଓ ୧୦ମ ସ୍ଥାନ ଯଥାକ୍ରମେ ରେନଲ୍ଟର ଡାନିଏଲ ରିକାର୍ଡୋ, ମ୍ୟାକଲରେନର କାର୍ଲୋସ ସେଞ୍ଜ୍‌ ଜୁନିୟର ଏବଂ ଆଲ୍‌ଫା ଟାଉରିର ଡାନିଲ କ୍ୟାତ୍‌ ଅଧିକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri