Posted inଖେଳ

ହାମିଲଟନଙ୍କ ୯୩ତମ ଫର୍ମୁଲା ଓ୍ବାନ ବିଜୟ

ଇମୋଲା (ଇାଟାଲୀ):ମର୍ସିଡିଜ୍‌ର ଲୁଇସ୍‌ ହାମିଲଟନ ରବିବାର ଇମିଲିଆ ରୋମାଗ୍ନା ଫର୍ମୁଲା ଓ୍ବାନ ମୋଟର ରେସ୍‌ ଗ୍ରାଁ ପ୍ରି ଜିତିଛନ୍ତି। ଫଳରେ ସବୁଠାରୁ ଅଧିକ ଫର୍ମୁଲା ଓ୍ବାନ ରେସ୍‌ ଜିତିବାରେ ତାଙ୍କ ନାମରେ ଯେଉଁ ରେକର୍ଡ ରହିଛି ତାହା ୯୩କୁ ବୃଦ୍ଧି ପାଇଛି। ହାମିଲଟନ ତାଙ୍କ ଟିମ୍‌ମେଟ ଭାଲଟେରି ବୋଟାସଙ୍କୁ ୫.୭ ସେକେଣ୍ଡ ପଛରେ ପକାଇ ପ୍ରଥମ ସ୍ଥାନ ଅଧିକାର କରିଥିଲେ। ଗତ ସପ୍ତାହରେ ହାମିଲଟନ ୯୨ତମ ବିଜୟ ସହ ସୁମାକରଙ୍କ ରେକର୍ଡ ଭଙ୍ଗ କରିଥିଲେ। ରବିବାରର ଏହି ବିଜୟ ଦ୍ୱାରା ମର୍ସିଡିଜ ଟିମ୍‌ କ୍ରମାଗତ ୭ମ ଥର କନଷ୍ଟ୍ରକ୍ଟର୍ସ ଚାମ୍ପିୟନଶିପ୍‌ ଜିତିବାରେ ସମର୍ଥ ହୋଇଛି। ରେନଲ୍ଟର ଡାନିଏଲ ରିକାର୍ଡୋ ତୃତୀୟ ସ୍ଥାନରେ ରହିଥିଲେ। ଚଳିତ ସିଜନରେ ଏହା ହେଉଛି ତାଙ୍କର ଦ୍ୱିତୀୟ ପୋଡିୟମ ଫିନିଶ। ଡ୍ରାଇଭର୍ସ ଟାଇଟଲ ଦୌଡ଼ରେ ହାମିଲଟନ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବୋଟାସଙ୍କଠାରୁ ୮୫ ପଏଣ୍ଟ ବ୍ୟବଧାନରେ ଶୀର୍ଷରେ ରହିଛନ୍ତି। ରେଡ୍‌ବୁଲ୍‌ର ମାକ୍ସ ଭର୍ଷ୍ଟାପେନ୍‌ଙ୍କ କାର ପଙ୍କଚର ହୋଇଯିବାରୁ ବୋଟାସ ଏହି ତାଲିକାର ଦ୍ୱିତୀୟ ସ୍ଥାନକୁ ପଦୋନ୍ନତି ପାଇଛନ୍ତି। ୨୦୦୬ ପରେ ଇମୋଲାରେ ପ୍ରଥମ ଥର ଫର୍ମୁଲା ଓ୍ବାନ ରେସ୍‌ ଆୟୋଜିତ ହୋଇଥିଲା। ୪ର୍ଥରୁ ୧୦ମ ସ୍ଥାନରେ ରହିଥିବା ଡ୍ରଇଭରମାନେ ଯଥାକ୍ରମେ ହେଲେ ଡାନିଲ କ୍ୟାତ୍‌ (ଆଲ୍‌ଫା ତାଉରି), ଚାର୍ଲସ ଲେକ୍‌ରେକ୍‌ (ଫେରାରି), ସର୍ଗିଓ ପେରେଜ (ରେସିଂ ପଏଣ୍ଟ), ଚାଲର୍‌ସ ସେଞ୍ଜ୍‌ ଜୁନିୟର (ମ୍ୟାକ୍‌ଲରେନ), ଲାଣ୍ଡୋ ନୋରିସ୍‌ (ମ୍ୟାକଲରେନ), କିମି ରାଇକୋନେନ୍‌ (ଆଲ୍‌ଫା ରୋମିଓ), ଆଣ୍ଟୋନିଓ ଜିଓଭିନାଜି (ଆଲ୍‌ଫା ରୋମିଓ)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଶାନ, ତିଲକଙ୍କ ବିସ୍ଫୋରକ ବ୍ୟାଟିଂ, ୨-୦ରେ ଭାରତ ସିରିଜ୍‌ ଆଗୁଆ

ହରାରେ,୨୫ା୭: ଇଶାନ କିଶନ ଓ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଶନିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୯୦ ରନରେ ଜିମ୍ବାଓ୍ବେକୁ ପରାସ୍ତ କରିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri