Posted inଖେଳ

ହାମଷ୍ଟ୍ରିଙ୍ଗ୍‌ ଇଞ୍ଜୁରୀ: ଘରକୁ ଫେରିଲେ ଇଶାନ ପୋରେଲ

ନୂଆଦିଲ୍ଲୀ,୨।୧୨(ପି.ଟି.): ଉଦୀୟମାନ ବେଙ୍ଗଲ ଦ୍ରୁତ ବୋଲର ଇଶାନ ପୋରେଲ ଅଷ୍ଟ୍ରେଲିଆରୁ ସ୍ବଦେଶ ପ୍ରତ୍ୟାବର୍ତ୍ତନ କରିଛନ୍ତି। ନେଟ୍‌ରେ ଅଭ୍ୟାସ କରୁଥିବା ବେଳେ ସେ ହାମ୍‌ଷ୍ଟ୍ରିଙ୍ଗ୍‌ ଇଞ୍ଜୁରିର ଶିକାର ହୋଇଥିଲେ। ଜାତୀୟ କ୍ରିକେଟ ଏକାଡେମୀ (ଏନ୍‌ସିଏ)ରେ ପହଞ୍ଚିବା ପରେ ତାଙ୍କ ଇଞ୍ଜୁରିର ଠିକ ଆକଳନ ହେବ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଟି. ନଟରାଜନ ଭାରତୀୟ ଦଳରେ ସାମିଲ ହେବା ପରେ ଉତ୍ତର ପ୍ରଦେଶର କାର୍ତ୍ତିକ ତ୍ୟାଗୀ ଏକମାତ୍ର ନେଟ୍‌ ବୋଲର ଭାବେ ଅଷ୍ଟ୍ରେଲିଆରେ ରହିଛନ୍ତି। ପ୍ରଥମେ ପୋରେଲ, ତ୍ୟାଗୀ, ନଟରାଜନ ଓ କମଳେଶ ନାଗରକୋଟିଙ୍କୁ ନେଟ୍‌ ବୋଲର ଭାବେ ଅଷ୍ଟ୍ରେଲିଆ ଗସ୍ତରେ ସାମିଲ କରାଯାଇଥିଲା। ତେନେ ନାଗରକୋଟି ଅତ୍ୟଧିକ କାର୍ଯ୍ୟଭାର କାରଣରୁ ବାଦ୍‌ ପଡିଥିଲେ। ପୋରେଲ କିଙ୍ଗ୍ସ ଇଲେଭେନ ପଞ୍ଜାବ ତରଫରୁ ଆଇପିଏଲ ଖେଳିଥିଲେ। ରଣଜୀ ଟ୍ରଫି, ଦୁଲୀପ ଟ୍ରଫି, ନୁଜିଲାଣ୍ଡ ଗସ୍ତରେ ଭାରତ ଏ’ ଦଳ ତରଫରୁ ପ୍ରତିନିଧିତ୍ୱ କରି ଦମ୍‌ଦାର ପ୍ରଦର୍ଶନ କରିଥିଲେ ଓ ନେଟ୍‌ ବୋଲର ଭାବେ ଦଳରେ ସାମିଲ ହୋଇଥିଲେ। ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ (୨୦୧୮) ପରେ ସେ ଆହତ ହୋଇ ଦୀର୍ଘଦିନ ଧରି ବିଶ୍ରାମ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri