ସୋମବାର ପର୍ଯ୍ୟନ୍ତ ପଞ୍ଜାବର ମୁଖ୍ୟମନ୍ତ୍ରୀ ରହିବେ ହମ୍‌ଜା: ପାକିସ୍ତାନ ସୁପ୍ରିମକୋର୍ଟ

ଇସଲାମାବାଦ,୨୩ା୭: ଦୀର୍ଘଦିନ ଧରି ପାକିସ୍ତାନରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଏପରିକି ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ପଦରୁ ହଟାଇବାଠାରୁ ଆରମ୍ଭ କରି ବର୍ତ୍ତମାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ପୁଅ ହମ୍‌ଜା ଶରିଫ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ଥମୁନି। ବାସ୍ତବରେ ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ହମ୍‌ଜା ଶରିଫ୍‌ ଶପଥ ଗ୍ରହଣ କରିବା ମାତ୍ରେ ଇମ୍ରାନଙ୍କ ପାର୍ଟି ପିଟିଆଇ ଏବଂ ଅନ୍ୟ ବିରୋଧୀ ଦଳ ପାକିସ୍ତାନ ରାସ୍ତାରେ ଏହାକୁ ବିରୋଧ କରିଥିଲେ। ଦେଶର ଅନେକ ସ୍ଥାନରେ ପିଟିଆଇ କାର୍ଯ୍ୟକର୍ତ୍ତାମାନେ ପ୍ରଦର୍ଶନ କରିଥିଲେ। କେବଳ ଏତିକି ନୁହେଁ, ପିଏମ୍‌ଏଲ୍‌-କ୍ୟୁ ନେତା ଚୌଧୁରୀ ପରଭେଜ ଇଲାହୀଙ୍କୁ ମଧ୍ୟ ଏହି ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଛନ୍ତି। କୋର୍ଟରେ ଏହି ଆବେଦନର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି, ସୋମବାର ପର୍ଯ୍ୟନ୍ତ ହମ୍‌ଜା ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବେ। ଏହା ପରେ ବିରୋଧୀଙ୍କୁ ଝଟ୍‌କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୭ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୭ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ପୁଣି ଆଉ ଗୋଟିଏ ଦେଶ ଉପରେ ଏୟାରଷ୍ଟ୍ରାଇକ୍‌ କଲା ଆମେରିକା: ISISର ଦ୍ୱିତୀୟ ସର୍ବୋଚ୍ଚ କମାଣ୍ଡର ନିହତ

ଓ୍ବାଶିଂଟନ୍‌,୧୬।୫: ଇରାନ ପରେ ପୁଣି ଆଉ ଗୋଟିଏ ଦେଶ ଉପରେ ଆକ୍ରମଣ କରିଛି ଆମେରିକା। ନାଇଜେରିଆ ଉପରେ ଆମେରିକା ଏୟାରଷ୍ଟ୍ରାଇକ୍‌ କରିଥିବା ଜଣାପଡ଼ିଛି। ଅବଶ୍ୟ ଆମେରିକା ଏବଂ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ପୋଲିସ ଡିଜି ଦୌଡ଼ରେ ୧୧ ବରିଷ୍ଠ ଆଇପିଏସ୍‌ ଅଧିକାରୀ, ଶର୍ଟଲିଷ୍ଟ ଦାଖଲ: ଜାଣନ୍ତୁ କିଏ କିଏ ଅଛନ୍ତି…

ଭୁବନେଶ୍ୱର,୧୬ା୫(ତ୍ରିନାଥ ମହାନ୍ତି):ଆସନ୍ତା ଅଗଷ୍ଟ ୩୧ରେ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆଙ୍କ କାର୍ଯ୍ୟକାଳ ଶେଷ ହେଉଛି। ତେଣୁ ଆଗୁଆ ନୂଆ ପୋଲିସ ଡିଜି ଚୟନ ପ୍ରକ୍ରିୟା ଆରମ୍ଭ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri