ମଣିଷ ଚିହ୍ନିବାରେ ଭୁଲ କରି ପଶ୍ଚାତାପ କରୁଛନ୍ତି କି? ଜାଣି ନିଅନ୍ତୁ ଚାଣକ୍ୟଙ୍କ ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବ୍ୟକ୍ତିର ସ୍ବଭାବ ବିଷୟରେ ବର୍ଣ୍ଣନା କରିଛନ୍ତି। ଏହାକୁ ଆପଣାଇବା କଷ୍ଟକର ହେଲେ ହେଁ ଯିଏ ତାହା କରିପାରିଛନ୍ତି ଜୀବନ ସୁଖମୟ ହୋଇଥାଏ। ସେଥିରୁ ଗୋଟିଏ ହେଲା ମଣିଷ ଚିହ୍ନିବା।

ଆଜିର ବ୍ୟସ୍ତବହୁଳ ସମୟରେ ମଣିଷ ଚିହ୍ନିବାରେ ଭୁଲ ହୋଇଯାଇଥାଏ। ଏପରି ନ ହେବା ଲାଗି ଚାଣକ୍ୟ ନୀତିର ପଞ୍ଚମ ଅଧ୍ୟାୟର ଦ୍ୱିତୀୟ ଶ୍ଳୋକରେ କହିଛନ୍ତି:

ଘୋରିବା, କାଟିବା , ନିଆଁରେ ତତାଇବା ଏବଂ ପିଟିବା। ଏହି ଚାରି ଜିନିଷ ବ୍ୟବହାର କରି ସୁନାର ଶୁଦ୍ଧତା ପରୀକ୍ଷା କରାଯାଇଥାଏ। ଠିକ୍‌ ସେଭଳି ବ୍ୟକ୍ତିର ପରିଚୟ ତାର ଆଚରଣ, ଗୁଣ, ତ୍ୟାଗ ଏବଂ କର୍ମ ଭାବନା ଆଦିକୁ ନେଇ ହୋଇଥାଏ।

-ଚାଣକ୍ୟ କୁହନ୍ତି ଭଲ ଏବଂ ସଚ୍ଚୋଟ ବ୍ୟକ୍ତିମାନଙ୍କ ମନରେ ତ୍ୟାଗର ଭାବନା ଥାଏ। ଯିଏ ଅନ୍ୟର ସୁଖ ପାଇଁ କିଛି କରିପାରେନାହିଁ, ସେ ଭଲ ମଣିଷ ନୁହନ୍ତି। ଅନ୍ୟର ଖୁସି ପାଇଁ ନିଜର ଖୁସି ତ୍ୟାଗ କରୁଥିବା ବ୍ୟକ୍ତିକୁ ଭଲ ମଶିଷ ଭାବରେ ଗଣାଯାଏ।

-ଚାଣକ୍ୟ କୁହନ୍ତି ବ୍ୟକ୍ତିକୁ ପରଖିବାର ପ୍ରମୁଖ ଗୁଣ ହେଉଛି ଚରିତ୍ର। ଯେଉଁମାନେ କୁକର୍ମ କରନ୍ତି ନାହିଁ ଏବଂ ଅନ୍ୟମାନଙ୍କ ପାଇଁ ନିଜ ମନରେ ଭୁଲ ଭାବନା ରଖନ୍ତି ନାହିଁ ସେମାନେ ଶ୍ରେଷ୍ଠ।

-ଚାଣକ୍ୟ କୁହନ୍ତି, ଯଦି କୌଣସି ବ୍ୟକ୍ତିର ସ୍ବଭାବ କିଭଳି ଜାଣିବାକୁ ଚାହାନ୍ତି ତେବେ ତା ମଧ୍ୟରେ କି-କି ଗୁଣ ରହିଛି ତାହା ଦେଖିବା ଉଚିତ। ଯଦି ବ୍ୟକ୍ତି ବେଶି ରାଗୁଥାଏ, କଥା କଥାରେ ମିଛ କହୁଥାଏ, ଅହଙ୍କାର ଭର୍ତ୍ତି ଥାଏ ଏବଂ ଅନ୍ୟର ଅପମାନ କରେ, ତେବେ ଏଭଳି ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।

-ଚାଣକ୍ୟ କୁହନ୍ତି, ବ୍ୟକ୍ତି କେଉଁ ପରିବାରରେ ଜନ୍ମ ନେଇଛି, ବ୍ୟକ୍ତିର କର୍ମ କିଭଳି ତାହା ଜାଣିବା ଉଚିତ। କାରଣ ଏହି ଜିନିଷ ଆଧାରରେ ଜଣେ ବ୍ୟକ୍ତିଙ୍କୁ ପରଖା ଯାଇ ପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri