୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୯। ୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଏବଂ ରାୟଗଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ମାଲକାନଗିରିରେ ୬୨.୨, ଫୁଲବାଣୀରେ ୩୬.୬ ଏବଂ ପାରାଦୀପରେ ୭.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।