୨୧୫ ଷ୍ଟଲରେ ୧୫ ରାଜ୍ୟର ହସ୍ତତନ୍ତ ବସ୍ତ୍ର

ଭୁବନେଶ୍ୱର, ୧୩।୯ (ବ୍ୟୁରୋ):ଗୋଟିଏ ସ୍ଥାନରେ ବିଭିନ୍ନ ରାଜ୍ୟର ହସ୍ତତନ୍ତ ବସ୍ତ୍ରର ସମ୍ଭାର। ପଶ୍ଚିମବଙ୍ଗର ଜାମଦାନୀ ହେଉ କି ଟାଙ୍ଗାଇଲ୍‌ ଶାଢି, ଗୁଜରାଟର ପଟୋଲା, ଲକ୍ଷ୍ନୌର ଚିକେନ୍‌ କାରୀ, ଜମ୍ମୁ କାଶ୍ମୀରର ପଶ୍ମିନା ସାଲ୍‌, ପଞ୍ଜାବର କମ୍ବଳ, ତାମିଲନାଡୁର କାଞ୍ଜିବରମ ପାଟଶାଢି ସବୁକିଛି ଦେଖିବା ସହ କିଣାକିଣିର ସୁବିଧା। ଏଭଳି ସୁଯୋଗ ଆଣିଛି ୨୧ତମ ଜାତୀୟ ହସ୍ତତନ୍ତ ମେଳା। ରାଜ୍ୟ ସରକାରଙ୍କ ଆନୁକୂଲ୍ୟରେ ବୟନିକା ପକ୍ଷରୁ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଏହି ମେଳାକୁ ସୋମବାର ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ରୀତା ସାହୁ ଉଦ୍‌ଘାଟନ କରିଥିଲେ। ରାଜଧାନୀବାସୀଙ୍କୁ ଏକ ସ୍ଥାନରେ ବିଭିନ୍ନ ରାଜ୍ୟର ହସ୍ତତନ୍ତ ବସ୍ତ୍ର ଉପଲବ୍ଧ କରାଇବା ଏବଂ ହସ୍ତଶିଳ୍ପ କାରିଗରଙ୍କୁ ସରକାରୀ ପ୍ରୋତ୍ସାହନ ଦେବା ପାଇଁ ଏହି ମେଳା ଆୟୋଜିତ ହେଉଥିବା ମନ୍ତ୍ରୀ କହିଥିଲେ।
ମେଳାରେ ଓଡ଼ିଶା ସମେତ ଉତ୍ତରପ୍ରଦେଶ, ଜମ୍ମୁ ଓ କଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ବିହାର, ଆନ୍ଧ୍ରପଦେଶ, ତାମିଲନାଡୁ, କର୍ନାଟକ, ହରିୟାଣା, ପଞ୍ଜାବ ଆଦି ୧୫ ରାଜ୍ୟରୁ ହସ୍ତଶିଳ୍ପ ବୁଣାକାର, କାରିଗର ଓ ବ୍ୟବସାୟୀ ଯୋଗଦେଇ ହସ୍ତତନ୍ତ ବସ୍ତ୍ରର ପସରା ମେଲାଇଛନ୍ତି। ମେଳାରେ ମୋଟ ୨୧୫ଟି ଷ୍ଟଲ୍‌ ଖୋଲାଯାଇଥିବାବେଳେ ଏଥିରୁ ୧୧୫ ଷ୍ଟଲ୍‌ ଓଡ଼ିଶାର ବିଭିନ୍ନ ସଂସ୍ଥା ଓ ସମିତି ପାଇଁ ଉଦ୍ଦିଷ୍ଟ। ବଳକା ୧୦୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାକୁ ଆବଣ୍ଟନ କରାଯାଇଛି। ତେବେ ଓଡ଼ିଶାର ପ୍ରତ୍ୟେକ ଷ୍ଟଲରେ ବସ୍ତ୍ର ବିକ୍ରି ଉପରେ ସ୍ବତନ୍ତ୍ର ରିହାତି ବ୍ୟବସ୍ଥା ରହିଛି। ଏଥିସହିତ ସମସ୍ତ ରାଜ୍ୟର ପାରମ୍ପରିକ ଖାଦ୍ୟ ମିଳିବ। ଖେଳକୁଦ ଓ ପ୍ରତ୍ୟେକ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମର ବ୍ୟବସ୍ଥା ରହିଛି। ଅକ୍ଟୋବର ୯ ପର୍ଯ୍ୟନ୍ତ ପ୍ରତ୍ୟହ ପୂର୍ବାହ୍ନ ୧୧ଟା ୩୦ରୁ ରାତି ୯ଟା ୩୦ ପର୍ଯ୍ୟନ୍ତ ମେଳା ଚାଲିବ।
ଉଦ୍‌ଘାଟନୀ ଉତ୍ସବରେ ବିଧାୟକ ଅନନ୍ତ ନାରାୟଣ ଜେନା, ବିଭାଗୀୟ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା, ବୟନଶିଳ୍ପ ଓ ହସ୍ତତନ୍ତ ବିଭାଗର ନିର୍ଦ୍ଦେଶକ ସୁଶାନ୍ତ କୁମାର ଦାଶ, ବୟନିକା ପରିଚାଳନା ନିର୍ଦ୍ଦେଶକ ଶ୍ୟାମଭକ୍ତ ମିଶ୍ର ଏବଂ ବୟନଶିଳ୍ପ ନିର୍ଦ୍ଦେଶାଳୟ ଓ ବୟନିକାର ପଦାଧିକାରୀ ଉପସ୍ଥିତ ଥିଲେ। ଦେଶର ସମସ୍ତ ବୟନ କଳାକୁ ଏକାଠି କରି ଏହାର ବାଣିଜି୍ୟକ ଆଭିମୁଖ୍ୟକୁ ତ୍ୱରାନ୍ବିତ ପୂର୍ବକ ସମ୍ପୃକ୍ତ ବୁଣାକାରଙ୍କ ଉନ୍ନତି କରିବା ହେଉଛି ମେଳା ଆୟୋଜନର ଅନ୍ୟତମ ଉଦ୍ଦେଶ୍ୟ ବୋଲି ସେମାନେ କହିଥିଲେ।ଗତବର୍ଷ ଏହି ମେଳାରେ ୧୦ କୋଟି ଟଙ୍କାର ବ୍ୟବସାୟ ହୋଇଥିଲା। ଆଗକୁ ପୂଜା ଥିବାରୁ ଚଳିତ ବର୍ଷ ୧୨ କୋଟିରୁ ଊର୍ଦ୍ଧ୍ୱ ବ୍ୟବସାୟ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri