ଭତ୍ତା ପାଇଁ ହଇରାଣ ଦିବ୍ୟାଙ୍ଗ

ବଳଙ୍ଗା,୫।୫(ଡି.ଏନ୍‌.ଏ.): ବଳଙ୍ଗା ଥାନା ଅନ୍ତର୍ଗତ ପିପିଲି ବ୍ଲକ ଚନ୍ଦ୍ରାଦେଇପୁର ପଞ୍ଚାୟତ ୧ ନଂ. ୱାର୍ଡର ଭୋଗପାଟେଳି ଗ୍ରାମର ନାରାୟଣ ସ୍ବାଇଁ (୮୨)ଙ୍କ ଗୋଡ଼ ଛୋଟା। ସେହି ଛୋଟା ଗୋଡ଼ରେ ସେ ଭତ୍ତା ପାଇଁ ୨ କି.ମି. ରାସ୍ତା ଅତିକ୍ରମ କରି ପଞ୍ଚାୟତରେ ପହଞ୍ଚିଥିଲେ। ଭତ୍ତା ଟଙ୍କା ତାଙ୍କୁ ବ୍ୟାଙ୍କରେ ମିଳିବ ବୋଲି ଜାଣିବା ପରେ ସେ ପୁଣି ସେଠାରୁ ବଳଙ୍ଗା ଗ୍ରାମ୍ୟ ବ୍ୟାଙ୍କରେ ପହଞ୍ଚିଥିଲେ। ବ୍ୟାଙ୍କଟି ଦୁଇ ମହଲା ଉପରେ ଥିବାରୁ ତାଙ୍କୁ ଶିଡ଼ି ଚଢିବାକୁ ୨ ଘଣ୍ଟା ସମୟ ଲାଗିଥିଲା। ଏପରି ଘଟଣାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ଦେଖିବାକୁ ମିଳିଛି। ଅନ୍ୟପଟେ ସମସ୍ତଙ୍କର ଭତ୍ତା ଟଙ୍କା ବ୍ୟାଙ୍କରେ ମିଳିବ ବୋଲି ବ୍ଲକରୁ ଅର୍ଡର ଆସିଥିବା ପିଇଓ କହିଛନ୍ତି। ହେଲେ ଦିବ୍ୟାଙ୍ଗଙ୍କ ଭତ୍ତା ଟଙ୍କା ତାଙ୍କ ଘରେ ମିଳିବା ସରକାରଙ୍କ ନିୟମ ରହିଥିବାବେଳେ ତାହା ପାଳନ ହେଉ ନ ଥିବାରୁ ଦିବ୍ୟାଙ୍ଗମାନେ ଏପରି ହଇରାଣ ହେଉଛନ୍ତି। ତେବେ ଭତ୍ତା ଟଙ୍କା ଘରେ ଦେବାକୁ ବ୍ୟବସ୍ଥା ହେଲେ ତାଙ୍କୁ ସୁବିଧା ହୁଅନ୍ତା ବୋଲି ନାରାୟଣ କହିଛନ୍ତି। ଏଥିରେ ସ୍ଥାନୀୟ ବୁଦ୍ଧିଜୀବୀ ତାଙ୍କୁ ସାହାଯ୍ୟ କରିବାକୁ ସରକାରଙ୍କ ପାଖରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି  ଜିଲା ପାରଳାଖେମୁଣ୍ଡି ବାର୍ ଏସୋସିଏସନ୍ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri