ଗ୍ରାହକଙ୍କ ଚାହିଦାରେ ହସ୍ତଶିଳ୍ପ ସାମଗ୍ରୀ

ଭୁବନେଶ୍ୱର,୨୩।୧୨: ଆଉ କିଛି ଦିନ ପରେ ଇଂରାଜୀ ନବ ବର୍ଷ ସାଙ୍ଗକୁ ଶୁଭ କାର୍ଯ୍ୟ (ଗୃହ ପ୍ରବେଶ)ର ଆଗମନ ଉପଲକ୍ଷେ ଗ୍ରାହକ ଘର ସାଜସଜ୍ଜା ପାଇଁ ଆକର୍ଷଣୀୟ ଓ ମନଲୋଭା କଳାକୃତିର ହାଣ୍ଡିକ୍ରାଫ୍ଟ ସାମଗ୍ରୀ କିଣିବାକୁ ଅଧିକ ପସନ୍ଦ କରୁଛନ୍ତି। ଏପରିକି ଭୁବନେଶ୍ୱରର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେଠାରେ ଆୟୋଜିତ ‘ହ୍ୟାଣ୍ଡଲୁମ୍‌ ଆଣ୍ଡ ହାଣ୍ଡିକ୍ରାଫ୍ଟ’ ଏକ୍ସପୋରେ ବିଭିନ୍ନ ରାଜ୍ୟର କାରିଗର ଓ କଳାକୃତିର ହ୍ୟାଣ୍ଡିକ୍ରାଫ୍ଟ ସାମଗ୍ରୀଗୁଡିକୁ କିଣିବାକୁ ଲୋକେ ଭିଡ ଜମାଉଛନ୍ତି। ବିଶେଷ କରି ମାଟି ହାଣ୍ଡି, କପ୍‌, ଗଡା, ଫୁଲଦାନି, ତଉଲା, ବାଉଲ ଏବଂ ପାଣି ପାତ୍ର ଭଳି ଅନେକ ପ୍ରକାରର ମାଟି ଓ ଚୂନ ପଥରର ବ୍ୟାପକ ସମ୍ଭାର ସୁଲଭ ମୂଲ୍ୟରେ ଉପଲବ୍ଧ ହେଉଛି। ଗୋଟିଏ ପଟରେ ମନ ପସନ୍ଦର ହାଣ୍ଡିକ୍ରାଫ୍ଟ ସାମଗ୍ରୀ ସାଙ୍ଗକୁ ବିଭିନ୍ନ ରାଜ୍ୟର ଭିନ୍ନ ଭିନ୍ନ କଳାକୃତିର ଉତ୍ପାଦ ସୁଲଭ ମୂଲ୍ୟରେ ମିଳୁଥିବାବେଳେ ଅପରପକ୍ଷରେ ଚାରିଆଡେ ଘରକରଣା ସାମଗ୍ରୀ ଖୋଜିବା ଅପେକ୍ଷା ଗୋଟିଏ ସ୍ଥାନର ଗ୍ରାହକ ମନ ପସନ୍ଦର ସାମଗ୍ରୀ ପାଇପାରୁଥିବାରୁ ହାଣ୍ଡିକ୍ରାଫ୍ଟ ସାମଗ୍ରୀର ଚାହିଦା ମେଳା ଆରମ୍ଭ ଆଜି ପର୍ଯ୍ୟନ୍ତ ବେଶ ଉତ୍ସାହଜନକ ରହିଛି ବୋଲି ପ୍ରଦର୍ଶନୀର ଆୟୋଜକ କାମଧେନୁ ଖଦି ଉଲ୍‌ ପାନିପଥ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, କାମଧେନୁ ଖଦି ଉଲ ପାନିପଥ ପକ୍ଷରୁ ଆୟୋଜିତ ଏହି ମାସିକିଆ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳାର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୨୦୨୪ ନଭେମ୍ବର ୨୪ ରୁ ଡିସେମ୍ବର ୨୫ପର୍ଯ୍ୟନ୍ତ ଏହି ମେଳା ଭୁବନେଶ୍ୱରର ପ୍ରଦର୍ଶନୀ ପଡିଆରେ ପ୍ରତିଦିନ ସକାଳ ୧୧ ଘଟିକାରୁ ରାତି ୯ ଘଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଓ ସବୁ ବର୍ଗର ଗ୍ରାହକଙ୍କ ପାଇଁ ଖୋଲା ରହିଛି। ସେହିଭଳି ଏହି ମେଳାରେ ୧୭ ରାଜ୍ୟର ବୁଣାକାର ସଂଘ, ବ୍ୟବସାୟୀ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପ୍ରତିଷ୍ଠାନର ଆକର୍ଷଣୀୟ ଷ୍ଟଲ ସାଙ୍ଗକୁ ପ୍ରସିଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଓ ପୋଷାକର ସମ୍ଭାର ଉପଲବ୍ଧ ରହିଛି। ଅପରପକ୍ଷରେ ଏହି ମେଳା ୩୦ଦିନରେ ପହଞ୍ଚତ୍ଛି। ଏହି ପ୍ରଦର୍ଶନୀରେ ୧୭ ରାଜ୍ୟର ବ୍ୟବସାୟୀ ମୋଟ ୯୦ଟି ଷ୍ଟଲ ଜରିଆରେ ସେମାନଙ୍କର ପୋଷାକ ଓ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ଉଭୟ ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri