ଜିଲାପାଳ,ଏସ୍‌ପିଙ୍କ ଉପସ୍ଥିତିରେ ଦିବ୍ୟାଙ୍ଗଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗପହଣ୍ଡି,୨୫।୭(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମରେ ଏକ ଅଭାବନୀୟ ଘଟଣା ଘଟିଛି। ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡ଼ା, ଜିଲା ଗ୍ରାମଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଭି. କୀର୍ତ୍ତି ଭାସନ, ବ୍ରହ୍ମପୁର ଏସ୍‌ପି ସର୍ବଣା ବିବେକ ଏମ୍‌ଙ୍କ ସହ ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ଜଣେ ବିଦ୍ୟାଙ୍ଗ ବ୍ୟକ୍ତି ବିଷାକ୍ତ ଔଷଧ ଖାଇ ଆତ୍ମହତ୍ୟା ପାଇଁ ଉଦ୍ୟମ କରିଛନ୍ତି। ଦିବ୍ୟାଙ୍ଗ ବ୍ୟକ୍ତି ଜଣକ ହେଲେ ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତଣ୍ଡା ଗ୍ରାମର ଜେ. ବାଳକୃଷ୍ଣ ଦୋରା। ଏହି ଘଟଣା ପ୍ରଚାରିତ ହେବା ପରେ ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି।

ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ତାଙ୍କୁ ଉପସ୍ଥିତ ପୋଲିସ କର୍ମଚାରୀ ଉଦ୍ଧାର କରି ସ୍ଥାନୀୟ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଦିଗପହଣ୍ଡି ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା, ଦିଗପହଣ୍ଡି ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ବେହେରା ପ୍ରମୁଖ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଚିକିତ୍ସା ବ୍ୟବସ୍ଥା ତଦାରଖ କରିଥିଲେ। ହେଲେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

ବାଳକୃଷ୍ଣଙ୍କ ପଡୋଶୀ ଘର ବାରିପଟ ଜମିକୁ ମାଡି ବସିଥିବାରୁ ଜମି ଚିହ୍ନଟ (ଡିମାରକେସନ) ପାଇଁ ବାରମ୍ବାର ଦିଗପହଣ୍ଡି ସ୍ଥିତ ରାଜସ୍ବ ସର୍କଲ କାର୍ଯ୍ୟାଳୟକୁ ଦୌଡ଼ି ଥିଲେ। ହେଲେ କାର୍ଯ୍ୟାଳୟ ପକ୍ଷରୁ ଜମି ଚିହ୍ନଟ ପାଇଁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଶେଷରେ ସେ ନିରୁପାୟ ହୋଇ ସୋମବାର ଗଞ୍ଜାମ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିରରେ ପହଞ୍ଚି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri